ସକ୍ରିୟ ମାମଲା ୧୫ ହଜାର ତଳେ, ମୃତ୍ୟୁ ସଂଖ୍ୟା ପୁଣି ବଢ଼ିଲା…

ନୂଆଦିଲ୍ଲୀ, ୬।୧୧: ଥଣ୍ଡା ବଢ଼ିବା ସହିତ ଦେଶରେ କରୋନା ମହାମାରୀ ସଂକ୍ରମଣର ଆତଙ୍କ ପୁଣି ଆରମ୍ଭ ହୋଇଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୧୫ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି ବଢ଼ିଛି । ଏହା ୧୧ ଶହରୁ ଅଧିକ ରହିଛି। ଏହା୧,୧୨୭ ରହିଛି। ଗୋଟିଏ ଦିନ ତଳେ ଏହା ୧,୦୮୦ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ପୁଣି ବଢ଼ିଛି। ଏହା ୯ ରହିଛି। ଗୋଟିଏ ଦିନ ତଳେ ଏହା ୫ ଥିଲା। ଏହି ସମୟରେ ସକ୍ରିୟ ମାମଲା କମି ୧୪ ହଜାର ୮୩୯ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧୫ ହଜାର ୨୦୦ ଥିଲା। ସେହିପରି ୨୪ ଘଣ୍ଟାରେ ୧ ହଜାର ୪୭୯ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହି ସଂଖ୍ୟା ୧ ହଜାର ୫୮୦ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୫୦୦ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୬୦ ହଜାର ୫୭୯ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୧୫ ହଜାର ୨୪୦ ଜଣ ସୁସ୍ଥ ହୋଇ ସାରିଛନ୍ତି।

Share