Posted inଜାତୀୟ

ପୁଣି ବଢ଼ିଲା ସକ୍ରିୟ ମାମଲା-ଦୈନିକ ସଂକ୍ରମଣ, ଏଚ-୩ ଏନ-୨ ନେଇ ସତର୍କ ସୂଚନା ଜାରି…

ନୂଆଦିଲ୍ଲୀ, ୭।୩: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା ବଢ଼ିଛି। ସେହିପରି ସକ୍ରିୟ ମାମଲାରେ ବୃଦ୍ଧି ଦେଖିବାକୁ ମିଳିଛି। ଦୈନିକ ପଜିଟିଭ୍‌ ହାର ଏକ ପ୍ରତିଶତରୁ କମ ହୋଇଛି ଏବଂ ସୁସ୍ଥତା ହାରରେ ମଧ୍ୟ ଉନ୍ନତି ହୋଇଛି।
ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି ବଢ଼ି ୨ ଶହ ଉପରେ ରହିଛି। ଏହା ୨୬୬ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୨୧୮ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ଶୂନରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ଶୂନ ଥିଲା। ଏହି ସମୟରେ ସକ୍ରିୟ ମାମଲା ଅଢ଼େଇ ହଜାର ଉପରେ ରହିଛି। ଏହା ୨ ହଜାର ୯୭୦ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୨ ହଜାର ୯୦୧ ଥିଲା। ସେହିପରି ୨୪ ଘଣ୍ଟାରେ ୧୯୭ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୧୭୧ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୭୭୫ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୮୮ ହଜାର ୩୬୭ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୫୪ ହଜାର ୬୨୨ଜଣ ସୁସ୍ଥ ହୋଇ ସାରିଛନ୍ତି।
କୋଭିଡ ଭଳି ଲକ୍ଷଣ ଥିବା ଏକ ସ୍ବାଇନ ଫ୍ଲୁ ଏଚ-୩ ଏନ-୨ ଭୂତାଣୁ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଏନେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ଇଣ୍ଡିଆନ କାଉନସିଲ ଅଫ ମେଡିକାଲ ରିସର୍ଚ୍ଚ (ଆଇସିଏମଆର୍‌) ଏବଂ ଇଣ୍ଡିଆନ ମେଡିକାଲ ଆସୋସିଏସନ (ଆଇଏମଏ) ଅନୁଯାୟୀ, ଏହି ରୋଗ ଅନେକଙ୍କ ପାଇଁ ଶ୍ୱାସକ୍ରିୟାରେ ଅସୁବିଧା ସୃଷ୍ଟି କରିଥାଏ। ବାୟୁ ପ୍ରଦୂଷଣ ଥିବା ବ୍ୟକ୍ତିମାନଙ୍କଠାରେ ଶ୍ୱାସକ୍ରିୟା ସଂକ୍ରମଣ ସହିତ ଜ୍ୱର ସୃଷ୍ଟି ହୋଇଥାଏ। ଏଥିରୁ ସୁରକ୍ଷା ପାଇଁ ପାଣି ଏବଂ ସାବୁନରେ ନିୟମିତ ଭାବେ ହାତ ଧୋଇବା, ମାସ୍କ ପିନ୍ଧିବା ଏବଂ ଜନଗହଳି ପୂର୍ଣ୍ଣ ସ୍ଥାନରୁ ଦୂରେଇ ରହିବା, ନାକ ପାଟି ନ ଛୁଇଁବା, କାଶ ଏବଂ ଛିଙ୍କିବା ସମୟରେ ନାକ ଓ ପାଟିକୁ ସଠିକ ଭାବରେ ଘୋଡାଇବା ଉପରେ ଆଇସିଏମ୍‌ଆର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ପ୍ରଚୁର ପରିମାଣର ତରଳ ପଦାର୍ଥ ପିଇବାକୁ ଜ୍ୱର ଏବଂ ଶରୀରରେ ଯନ୍ତ୍ରଣା ହେଲେ ପାରାସିଟାମୋଲ ଖାଇବାକୁ କୁହାଯାଇଛି। ସେହିପରି କରମର୍ଦ୍ଦନ ନ କରିବାକୁ ,ସର୍ବସାଧାରଣରେ ଛେପ ନ ପକାଇବାକୁ, ଅନ୍ୟମାନଙ୍କ ପାଖରେ ବସି ନ ଖାଇବାକୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri