Posted inଜାତୀୟ

ପୁଣି ବଢ଼ିଲା ସକ୍ରିୟ ମାମଲା-ଦୈନିକ ସଂକ୍ରମଣ, ଏଚ-୩ ଏନ-୨ ନେଇ ସତର୍କ ସୂଚନା ଜାରି…

ନୂଆଦିଲ୍ଲୀ, ୭।୩: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା ବଢ଼ିଛି। ସେହିପରି ସକ୍ରିୟ ମାମଲାରେ ବୃଦ୍ଧି ଦେଖିବାକୁ ମିଳିଛି। ଦୈନିକ ପଜିଟିଭ୍‌ ହାର ଏକ ପ୍ରତିଶତରୁ କମ ହୋଇଛି ଏବଂ ସୁସ୍ଥତା ହାରରେ ମଧ୍ୟ ଉନ୍ନତି ହୋଇଛି।
ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି ବଢ଼ି ୨ ଶହ ଉପରେ ରହିଛି। ଏହା ୨୬୬ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୨୧୮ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ଶୂନରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ଶୂନ ଥିଲା। ଏହି ସମୟରେ ସକ୍ରିୟ ମାମଲା ଅଢ଼େଇ ହଜାର ଉପରେ ରହିଛି। ଏହା ୨ ହଜାର ୯୭୦ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୨ ହଜାର ୯୦୧ ଥିଲା। ସେହିପରି ୨୪ ଘଣ୍ଟାରେ ୧୯୭ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୧୭୧ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୭୭୫ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୮୮ ହଜାର ୩୬୭ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୫୪ ହଜାର ୬୨୨ଜଣ ସୁସ୍ଥ ହୋଇ ସାରିଛନ୍ତି।
କୋଭିଡ ଭଳି ଲକ୍ଷଣ ଥିବା ଏକ ସ୍ବାଇନ ଫ୍ଲୁ ଏଚ-୩ ଏନ-୨ ଭୂତାଣୁ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଏନେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ଇଣ୍ଡିଆନ କାଉନସିଲ ଅଫ ମେଡିକାଲ ରିସର୍ଚ୍ଚ (ଆଇସିଏମଆର୍‌) ଏବଂ ଇଣ୍ଡିଆନ ମେଡିକାଲ ଆସୋସିଏସନ (ଆଇଏମଏ) ଅନୁଯାୟୀ, ଏହି ରୋଗ ଅନେକଙ୍କ ପାଇଁ ଶ୍ୱାସକ୍ରିୟାରେ ଅସୁବିଧା ସୃଷ୍ଟି କରିଥାଏ। ବାୟୁ ପ୍ରଦୂଷଣ ଥିବା ବ୍ୟକ୍ତିମାନଙ୍କଠାରେ ଶ୍ୱାସକ୍ରିୟା ସଂକ୍ରମଣ ସହିତ ଜ୍ୱର ସୃଷ୍ଟି ହୋଇଥାଏ। ଏଥିରୁ ସୁରକ୍ଷା ପାଇଁ ପାଣି ଏବଂ ସାବୁନରେ ନିୟମିତ ଭାବେ ହାତ ଧୋଇବା, ମାସ୍କ ପିନ୍ଧିବା ଏବଂ ଜନଗହଳି ପୂର୍ଣ୍ଣ ସ୍ଥାନରୁ ଦୂରେଇ ରହିବା, ନାକ ପାଟି ନ ଛୁଇଁବା, କାଶ ଏବଂ ଛିଙ୍କିବା ସମୟରେ ନାକ ଓ ପାଟିକୁ ସଠିକ ଭାବରେ ଘୋଡାଇବା ଉପରେ ଆଇସିଏମ୍‌ଆର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ପ୍ରଚୁର ପରିମାଣର ତରଳ ପଦାର୍ଥ ପିଇବାକୁ ଜ୍ୱର ଏବଂ ଶରୀରରେ ଯନ୍ତ୍ରଣା ହେଲେ ପାରାସିଟାମୋଲ ଖାଇବାକୁ କୁହାଯାଇଛି। ସେହିପରି କରମର୍ଦ୍ଦନ ନ କରିବାକୁ ,ସର୍ବସାଧାରଣରେ ଛେପ ନ ପକାଇବାକୁ, ଅନ୍ୟମାନଙ୍କ ପାଖରେ ବସି ନ ଖାଇବାକୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏସ୍‌ସିବି ପ୍ଲାଷ୍ଟିକ ସର୍ଜରି ବହିର୍ୱିଭାଗରେ ନିଅଁା

କଟକ,୨୯ା୩(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲ ପିଛା ଛାଡ଼ୁନି ଅଗ୍ନିକାଣ୍ଡ। ଶନିବାର ପୁଣି ମେଡିକାଲରେ ଶଟ୍‌ସର୍କିଟରୁ ନିଅଁା ଲାଗିଛି। ଅପରାହ୍ନ ପ୍ରାୟ ୪ଟା ସମୟରେ ମେଡିକାଲର ପ୍ଲାଷ୍ଟିକ ସର୍ଜରି…

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri