Posted inଜାତୀୟ

ସକ୍ରିୟ ମାମଲା ୨୩ ହଜାରରୁ କମ,ଦୈନିକ ସଂକ୍ରମଣ ୧୫ ଶହ ତଳେ…

ନୂଆଦିଲ୍ଲୀ, ୯।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି କମିଛି। ସେହିପରି ସକ୍ରିୟ ମାମଲାରେ ହ୍ରାସ ଦେଖିବାକୁ ମିଳିଛି। ଗତ ୨୪ ଘଣ୍ଟାରେ ସକ୍ରିୟ ମାମଲା ୨୩ ହଜାରରୁ କମ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୫ ଶହରୁ କମ ରହିଛି। ଗତ ୨୪ ଘଣ୍ଟାରେ ଏହା ୧,୩୨୭ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୧,୮୩୮ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧୧ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧୧ ଥିଲା। ଏହି ସମୟରେ ସକ୍ରିୟ ମାମଲା ୨୨ ହଜାର ୭୪୨ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୨୫ ହଜାର ୧୭୮ ଥିଲା। ସେହିପରି ୨୪ ଘଣ୍ଟାରେ ୩,୭୫୨ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୩,୮୬୧ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୧ ହଜାର ୭୦୭ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୯ ଲକ୍ଷ ୭୨ ହଜାର ୮୦୦ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୪ ଲକ୍ଷ ୧୮ ହଜାର ୩୫୧ ଜଣ ସୁସ୍ଥ ହୋଇ ସାରିଛନ୍ତି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶାଖାପାଟଣାମ୍‌-ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ ଗଭୀର ଅବପାତ: କାଲିଠୁ ରାଜ୍ୟରେ ପବନ ସହ ଭୀଷଣ ବର୍ଷା, ୪ ଜିଲାକୁ…

ଭୁବନେଶ୍ୱର, ୨୨ା୯(ବନ୍ଦନା ସେଠୀ) – କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ମଙ୍ଗଳବାର ଅପରାହ୍ନ ୫ଟା ୩୦ରେ ଗଭୀର ଅବପାତରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହା…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

ଦିଗପହଣ୍ଡିରେ ଲଗାଣ ବର୍ଷା: ଘୋଡ଼ାହାଡ଼ ନଦୀକୂଳିଆ ଗ୍ରାମବାସୀଙ୍କୁ ଆଲର୍ଟ, ଯେକୌଣସି ମୁହୂର୍ତ୍ତରେ ଖୋଲିପାରେ ଡ୍ୟାମ୍ ଗେଟ୍

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହେବା ଫଳରେ ଦିଗପହଣ୍ଡି ଅଞ୍ଚଳରେ ମଙ୍ଗଳବାର ସକାଳୁ ଅବିଶ୍ରାନ୍ତ ବର୍ଷା…

ରାଜ୍ୟ IPS ସ୍ତରରେ ବଡ଼ ଧରଣର ଅଦଳବଦଳ: ସର୍ବଣା ବିବେକ ହେଲେ ଭୁବନେଶ୍ୱର ଡିସିପି, ଅଭିନବ ସୋନକର ବ୍ରହ୍ମପୁର ଏସ୍‌ପି

ଭୁବନେଶ୍ୱର, ୨୨।୯: ରାଜ୍ୟ ପୋଲିସ ପ୍ରଶାସନକୁ ଅଧିକ କ୍ରିୟାଶୀଳ ଓ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଆଇପିଏସ୍ (IPS) ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ…

ନୂଆପଡ଼ାରେ ଲଜ୍ଜା, ନାବାଳିକାଙ୍କୁ ଟେକି ନେଇ ବଳାତ୍କାର

ନୂଆପଡ଼ା,୨୨ା୯(ମକାରୁ ବେମାଲ): ନୂଆପଡ଼ା ଜିଲା ବେଲଟୁକୁରି ଥାନା ଅଞ୍ଚଳରେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ମଙ୍ଗଳବାର ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଭାଲେଶ୍ୱର ପଞ୍ଚାୟତ…

IMD ଡିଜିଙ୍କ ବଡ଼ ସୂଚନା, ୨୩ ରାତିରେ ଉପକୂଳ ଅତିକ୍ରମ କରିବ ବାତ୍ୟା

ଭୁବନେଶ୍ୱର,୨୨।୯: ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ। ମଙ୍ଗଳବାର ସାରୁ ରାତି ଭିତରେ ଅବପାତ ଗଭୀର ଅବପାତର ରୂପ ନେବ। ଏହା ପଶ୍ଚିମ ଉତ୍ତରପଶ୍ଚିମ ଦିଗକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?