ସକ୍ରିୟ ମାମଲା ୪୮ ହଜାର ମୁହାଁ …

ନୂଆଦିଲ୍ଲୀ, ୧୩।୬ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ ମୁହାଁ ହେବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ବଢ଼ି ୮ ହଜାର ଟପିଛି। ଏହା ୮ ହଜାର ୮୪ ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧୦ ରେ ପହଞ୍ଚିଛି।

ଏହି ସମୟରେ ସକ୍ରିୟ ମାମଲା ପୁଣି ୪୭ ହଜାର ଟପିଛି। ଏହା ୪୮ ହଜାର ମୁହାଁ ହୋଇ ୪୭ ହଜାର ୯୯୫ ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟାରେ ୪ ହଜାର ୫୯୨ ଜଣ ସୁସ୍ଥ ହୋଇଛନ୍ତି। ଗତ ୨୪ ଘଣ୍ଟାରେ ମହାରାଷ୍ଟ୍ରରେ ୨,୯୪୬ ଜଣ, କେରଳରେ ୨,୩୧୯ ଜଣ, ଦିଲ୍ଲୀରେ ୭୩୫ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି କର୍ନାଟକରେ ୪୬୩ ଜଣ, ହରିୟାଣାରେ ୩୦୪ ଜଣ, ଉତ୍ତରପ୍ରଦେଶରେ ୨୫୮ ଜଣ, ତାମିଲନାଡୁରେ ୨୪୯ ଜଣ, ଗୁଜରାଟରେ ୧୪୦, ତେଲେଙ୍ଗାନାରେ ୧୨୯, ପଶ୍ଚିମବଙ୍ଗରେ ୧୨୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୪ ହଜାର ୭୬୧ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୩୨ ଲକ୍ଷ ୨୨ ହଜାର ୧୭ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୬ ଲକ୍ଷ ୫୨ ହଜାର ୭୩୪ ଜଣ ସୁସ୍ଥ ହୋଇ ସାରିଛନ୍ତି। ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୯୫ କୋଟି ୨୦ ଲକ୍ଷରୁ ଅଧିକ ଟପିଛି। ସେଥିମଧ୍ୟରେ ୯୧ କୋଟି ୭୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୮୩ କୋଟି ୫୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି। ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

ସୁନା ପରେ ଏବେ ରୁପା! ସରକାର ଲଗାଇଲେ ବଡ଼ କଟକଣା, ଏଣିକି ଆଉ…

ନୂଆଦିଲ୍ଲୀ,୧୬।୫: ରୁପା ଆମଦାନୀକୁ ନେଇ କେନ୍ଦ୍ର ସରକାର ଲଗାଇଛନ୍ତି କଟକଣା। ସରକାର ଏହାର ଅନେକ ଶ୍ରେଣୀ କୁ ମୁକ୍ତ ତାଲିକା (Free List)ରୁ ହଟାଇ ପ୍ରତିବନ୍ଧିତ ତାଲିକା…

ସିବିଏସ୍‌ଇ କଲା ବଡ଼ ପରିବର୍ତ୍ତନ: ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୬ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପକ୍ଷରୁ ନବମ ଏବଂ ଦଶମ ଶ୍ରେଣୀ ପାଇଁ ଏକ ବଡ଼ ପରିବର୍ତ୍ତନ କରାଯାଇଛି। ଜାରି ହୋଇଥିବା ସର୍କୁଲାର ଅନୁଯାୟୀ…

ବଡ଼ ଭାଇଙ୍କ ସହ ଘରକୁ ଫେରୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା…

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି): ଭାଇକୁ ଖୋଜି ବଡ଼ ଭାଇଙ୍କ ସହ ଘରକୁ ଫେରିବା ସାଜିଲା କାଳ। କାଳବୈଶାଖୀ ଜନିତ ପ୍ରବଳ ପବନ ଓ ବର୍ଷା…

ଭବାନୀପାଟଣାରେ କାଳବୈଶାଖୀ କୁଆପଥର ବର୍ଷା,କାର ଉପରେ ପଡ଼ିଲା ଗଛ

ଭବାନୀପାଟଣା,୧୬।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଶନିବାର ଅପରାହ୍ନରେ କାଳବୈଶାଖୀ ହୋଇଥିଲା। ଏହାର ପ୍ରଭାବରେ ଜୋରରେ ପବନ ବୋହିବା ସହ କୁଆପଥର ବର୍ଷା ହୋଇଥିଲା। ପଵନ…

୫ଟଙ୍କା ଶସ୍ତା ହେଲା ପେଟ୍ରୋଲ; ଏହି ସରକାର କମାଇଲେ ତେଲଦାମ୍‌

ଇସଲାମାବଦ,୧୬।୫: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଅନେକ ଦେଶକୁ ପ୍ରଭାବିତ କରୁଛି। ଯେତେବେଳେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ପରିବର୍ତ୍ତନ ଘଟେ, ଏହାର ତୁରନ୍ତ ପ୍ରଭାବ ସାଧାରଣ ଲୋକଙ୍କ…

୩୩ କେଭି ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଦିବ୍ୟାଙ୍ଗ ମହିଳା ଗୁରୁତର

ନନ୍ଦପୁର,୧୬ା୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ମାଳିବେଲଗାଁ ପଞ୍ଚାୟତ ଖୁଜେଲ ଗ୍ରାମର ଚାଷଜମି ଦେଇ ଯାଇଥିବା ୩୩ କେଭି ବିଦ୍ୟୁତ୍‌ ଲାଇନର ଖୁଣ୍ଟ ଓ ତାର…

ଗୃହ ବିଭାଗ ନିଜ ପାଖରେ ରଖିଲେ ବିଜୟ

ଚେନ୍ନାଇ,୧୬।୫: ତାମିଲନାଡୁର ନବନିର୍ବାଚିତ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ସୁପାରିଶ ଉପରେ କାର୍ଯ୍ୟ କରି ରାଜ୍ୟପାଳ ବିଶ୍ୱନାଥ ଆର୍ଲେକର ରାଜ୍ୟର ନୂତନ କ୍ୟାବିନେଟକୁ ବିଭାଗ ଆବଣ୍ଟନ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri