ସକ୍ରିୟ ମାମଲା ୬୦ ହଜାର ମୁହାଁ …

ନୂଆଦିଲ୍ଲୀ, ୧୫।୬ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ ମୁହାଁ ହେବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ବଢ଼ି ୮ ହଜାର ଟପିଛି। ଏହା ୮ ହଜାର ୮୨୨ ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧୫ ରେ ପହଞ୍ଚିଛି। ଏହି ସମୟରେ ସକ୍ରିୟ ମାମଲା ପୁଣି ୫୩ ହଜାର ଟପିଛି।

ଏଭଳି ଜାରି ରହିଲେ ଚଳିତ ସପ୍ତାହରେ ଏହା ୬୦ ହଜାର ଟପିବାର ଆଶଙ୍କା ରହିଛି। ଗତ ୨୪ ଘଣ୍ଟାରେ ଏହା ୫୩ ହଜାର ୬୩୭ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟାରେ ୫ ହଜାର ୭୧୮ ଜଣ ସୁସ୍ଥ ହୋଇଛନ୍ତି। ଗତ ୨୪ ଘଣ୍ଟାରେ ମହାରାଷ୍ଟ୍ରରେ ୨,୯୫୬ ଜଣ, କେରଳରେ ୧,୯୮୯ ଜଣ, ଦିଲ୍ଲୀରେ ୧,୧୧୮ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି କର୍ନାଟକରେ ୫୯୪ ଜଣ, ହରିୟାଣାରେ ୪୩୦ ଜଣ, ତାମିଲନାଡୁରେ ୩୩୨ ଜଣ, ଉତ୍ତରପ୍ରଦେଶରେ ୨୮୪ ଜଣ, ତେଲେଙ୍ଗାନାରେ ୨୧୯, ଗୁଜରାଟରେ ୧୬୫, ପଶ୍ଚିମବଙ୍ଗରେ ୧୩୫, ଗୋଆରେ ୧୦୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୪ ହଜାର ୭୯୨ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୩୨ ଲକ୍ଷ ୪୫ ହଜାର ୫୧୭ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୬ ଲକ୍ଷ ୬୭ ହଜାର ୮୮ ଜଣ ସୁସ୍ଥ ହୋଇ ସାରିଛନ୍ତି। ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୯୫ କୋଟି ୫୦ ଲକ୍ଷରୁ ଅଧିକ ଟପିଛି। ସେଥିମଧ୍ୟରେ ୯୧ କୋଟି ୭୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୮୩ କୋଟି ୬୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି। ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri