Posted inଜାତୀୟ

ସକ୍ରିୟ ମାମଲା ୭ ହଜାର ମୁହାଁ…

ନୂଆଦିଲ୍ଲୀ, ୨୧।୩: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା ବଢ଼ିଛି। ଏହା ଅଣାୟତ୍ତ ମୁହାଁ ହେବାରେ ଲାଗିଛି। ସେହିପରି ସକ୍ରିୟ ମାମଲାରେ ବୃଦ୍ଧି ଦେଖିବାକୁ ମିଳିଛି। ଦୈନିକ ପଜିଟିଭ୍‌ ହାର ଏକ ପ୍ରତିଶତରୁ କମ ହୋଇଛି ଏବଂ ସୁସ୍ଥତା ହାରରେ ମଧ୍ୟ ଉନ୍ନତି ହୋଇଛି।
ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣରେ ସାମାନ୍ୟ ବ୍ରେକ୍‌ ଲାଗିଛି। ଏହା ୭ ଶହ ତଳେ ରହିଛି। ଗତ ୨୪ ଘଣ୍ଟାରେ ଏହା ୬୪୫ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୯୧୭ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୩ ଥିଲା। ଏହି ସମୟରେ ସକ୍ରିୟ ମାମଲା ୭ ହଜାର ମୁହାଁ ହେବାରେ ଲାଗିଛି। ଏହା ୬ ହଜାର ଉପରେ ରହିଛି। ଏହା ୬ ହଜାର ୫୫୯ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୬ ହଜାର ୩୫୦ ଥିଲା। ସେହିପରି ୨୪ ଘଣ୍ଟାରେ ୪୩୫ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୪୭୯ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୮୦୮ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୯୬ ହଜାର ୯୮୪ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୫୯ ହଜାର ୬୧୭ ଜଣ ସୁସ୍ଥ ହୋଇ ସାରିଛନ୍ତି।
କୋଭିଡ ଭଳି ଲକ୍ଷଣ ଥିବା ଏକ ସ୍ବାଇନ ଫ୍ଲୁ ଏଚ-୩ ଏନ-୨ ଭୂତାଣୁ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଏନେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ଇଣ୍ଡିଆନ କାଉନସିଲ ଅଫ ମେଡିକାଲ ରିସର୍ଚ୍ଚ (ଆଇସିଏମଆର୍‌) ଏବଂ ଇଣ୍ଡିଆନ ମେଡିକାଲ ଆସୋସିଏସନ (ଆଇଏମଏ) ଅନୁଯାୟୀ, ଏହି ରୋଗ ଅନେକଙ୍କ ପାଇଁ ଶ୍ୱାସକ୍ରିୟାରେ ଅସୁବିଧା ସୃଷ୍ଟି କରିଥାଏ। ବାୟୁ ପ୍ରଦୂଷଣ ଥିବା ବ୍ୟକ୍ତିମାନଙ୍କଠାରେ ଶ୍ୱାସକ୍ରିୟା ସଂକ୍ରମଣ ସହିତ ଜ୍ୱର ସୃଷ୍ଟି ହୋଇଥାଏ। ଏଥିରୁ ସୁରକ୍ଷା ପାଇଁ ପାଣି ଏବଂ ସାବୁନରେ ନିୟମିତ ଭାବେ ହାତ ଧୋଇବା, ମାସ୍କ ପିନ୍ଧିବା ଏବଂ ଜନଗହଳି ପୂର୍ଣ୍ଣ ସ୍ଥାନରୁ ଦୂରେଇ ରହିବା, ନାକ ପାଟି ନ ଛୁଇଁବା, କାଶ ଏବଂ ଛିଙ୍କିବା ସମୟରେ ନାକ ଓ ପାଟିକୁ ସଠିକ ଭାବରେ ଘୋଡାଇବା ଉପରେ ଆଇସିଏମ୍‌ଆର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ପ୍ରଚୁର ପରିମାଣର ତରଳ ପଦାର୍ଥ ପିଇବାକୁ ଜ୍ୱର ଏବଂ ଶରୀରରେ ଯନ୍ତ୍ରଣା ହେଲେ ପାରାସିଟାମୋଲ ଖାଇବାକୁ କୁହାଯାଇଛି। ସେହିପରି କରମର୍ଦ୍ଦନ ନ କରିବାକୁ ,ସର୍ବସାଧାରଣରେ ଛେପ ନ ପକାଇବାକୁ, ଅନ୍ୟମାନଙ୍କ ପାଖରେ ବସି ନ ଖାଇବାକୁ ପରାମର୍ଶ ଦିଆଯାଇଛି।
ଚାଇନାରେ ଆତଙ୍କ ସୃଷ୍ଟି କରିଥିବା ବିଏଫ୍‌.୭ ଭାରିଆଣ୍ଟ ନେଇ ସତର୍କ ରହିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି। ତେବେ ଭାରତରେ ସଂକ୍ରମଣ ହେବାର କୌଣସି ଆଶଙ୍କା ନ ଥିବା ବିଶେଷଜ୍ଞ ମତପୋଷଣ କରିଛନ୍ତି। ଭିଡ଼ରେ ମାସ୍କ ପିନ୍ଧିବା ଅଧିକରୁ ଅଧିକ ନମୁନା ପରୀକ୍ଷା କରିବା ଏବଂ ଟିକାକରଣକୁ ବଢ଼ାଇବା ପାଇଁ ସରକାରଙ୍କ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସରକାରଙ୍କ ପକ୍ଷରୁ ସ୍ଥିତି ଉପରେ ତୀକ୍ଷ୍‌ଣ ନଜର ରଖାଯାଇଛି। ଦୈନିକ ସଂକ୍ରମଣ-ସକ୍ରିୟ ମାମଲାକୁ ନେଇ ସରକାର ଚିନ୍ତାରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସ ସମର୍ଥନରେ ପଚାର ମଇଦାନକୁ ଓହ୍ଲାଇଲେ ପୁଷ୍ପା! ଜାଣନ୍ତୁ ଭାଇରାଲ ଭିଡିଓର ସତ୍ୟତା

ନୂଆଦିଲ୍ଲୀ,୨୩।୪: କିଛି ଦିନ ଧରି ଭାରତରେ ଡିପ୍‌ଫେକ ସମସ୍ୟା ଗମ୍ଭୀର ହୋଇପଡ଼ିଛି। ଅନେକ ତାରକା ଡିପ୍‌ଫେକ ଭିଡିଓର ଶିକାର ହୋଉଛନ୍ତି ଏବଂ ଏହା ଏ ପର୍ଯ୍ୟନ୍ତ...

ବିପଜ୍ଜନକ ହାରରେ ତରଳୁଛି ହିମାଳୟ ଗ୍ଲେସିୟର

ବେଙ୍ଗାଲୁରୁ,୨୩/୪:ବିସ୍ତୀର୍ଣ୍ଣ ଗ୍ଲେସିୟର ଏବଂ ତୁଷାରାବୃତ୍ତ ଅଞ୍ଚଳ ଲାଗି ତୃତୀୟ ମେରୁ ଭାବେ ପରିଚିତ ହିମାଳୟ ପର୍ବତମାଳା ଉଭୟ ଭୌତିକ ଓ ସାମାଜିକ ଦୃଷ୍ଟିରୁ ବୈଶ୍ୱିକ ଜଳବାୟୁ...

ଚାପରେ ଭୁଲ୍‌ ତଥ୍ୟ ଦେଉଛନ୍ତି ଜେଲ କର୍ତ୍ତୃପକ୍ଷ: କେଜ୍‌ରିଓ୍ବାଲଙ୍କ

ନୂଆଦିଲ୍ଲୀ,୨୩ା୪:ତିହାର ଜେଲ କର୍ତ୍ତୃପକ୍ଷ ଇନ୍‌ସୁଲିନ୍‌ ଯୋଗାଣକୁ ସ୍ଥଗିତ ରଖିଥିବା ଡାଇବେଟିସ୍‌ ଆକ୍ରାନ୍ତ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଅଭିଯୋଗ କରିଛନ୍ତି। ସେମାନେ ଶାସକ ଭାଜପାର ଚାପରେ...

ଏଲ୍‌ଏଲ୍‌ବି ପାଠ୍ୟକ୍ରମ ୫ ବର୍ଷ ରହିବ

ନୂଆଦିଲ୍ଲୀ,୨୩ା୪: ଆଇନ ପେସାକୁ ପରିପକ୍ୱ ବ୍ୟକ୍ତିମାନେ ଆସିବା ଆବଶ୍ୟକ ବୋଲି ସୁପ୍ରିମକୋର୍ଟ ଟିପ୍ପଣୀ ଦେବା ସହ ଆଇନ ଡିଗ୍ରୀ ପାଠ୍ୟକ୍ରମକୁ ୩ ବର୍ଷକୁ ହ୍ରାସ କରିବା...

ପଶ୍ଚିମବଙ୍ଗରେ ବେଆଇନ ନିଯୁକ୍ତି ରଦ୍ଦ

କୋଲକାତା,୨୩ା୪: ପଶ୍ଚିମବଙ୍ଗର ସରକାରୀ ତଥା ଅନୁଦାନପ୍ରାପ୍ତ ସ୍କୁଲ୍‌ଗୁଡ଼ିକ ପାଇଁ ୨୦୧୬ର ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାକୁ କାଲ୍‌କାଟା ହାଇକୋର୍ଟ ସୋମବାର ରଦ୍ଦ କରିଦେଇଛନ୍ତି। ଫଳରେ ୨୫,୭୫୩ ଜଣ...

ଆଉ ଏକ ପ୍ରାର୍ଥୀ ତାଲିକା ପ୍ରକାଶ କଲା କଂଗ୍ରେସ, ଏହି ଆସନରେ ଦେଲା ପ୍ରାର୍ଥୀ

ନୂଆଦିଲ୍ଲୀ,୨୨।୪: ୨୦୨୪ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ଆଉ ଏକ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ସୋମବାର ଅଲ ଇଣ୍ଡିଆ କଂଗ୍ରେସ କମିଟି (ଏଆଇସିସି)...

ତାଜମହଲକୁ ନେଇ କାହିଁକି ଏଏସ୍‌ଆଇର ମତ ଲୋଡ଼ିଲେ ସୁପ୍ରିମକୋର୍ଟ…

ନୂଆଦିଲ୍ଲୀ,୨୨ା୪: ସୋମବାର ସୁପ୍ରିମକୋର୍ଟ ତାଜମହଲ ଏବଂ ଏହାର ଆଖପାଖର ସଂରକ୍ଷଣ ପାଇଁ ପ୍ରସ୍ତୁତ ଭିଜନ ଡକ୍ୟୁମେଣ୍ଟ ଏବଂ ପ୍ଲାନ୍‌ ଉପରେ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଅଫ୍‌ ଇଣ୍ଡିଆ...

କୋର୍ଟରୁ କେଜ୍‌ରିଓ୍ବାଲ୍‌ଙ୍କୁ ଆଉ ଏକ ଝଟ୍‌କା

ନୂଆଦିଲ୍ଲୀ,୨୨ା୪: କୋର୍ଟରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ୍‌ଙ୍କୁ ଏକ ବଡ଼ ଝଟ୍‌କା ଲାଗିଛି। ଡାଇବେଟିସ୍‌ ସମ୍ବନ୍ଧରେ ତାଙ୍କ ବ୍ୟକ୍ତିଗତ ଡାକ୍ତରଙ୍କ ସହ ନିୟମିତ ପରାମର୍ଶ କରିବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri