Posted inଜାତୀୟ

ସକ୍ରିୟ ମାମଲା ୭ ହଜାର ମୁହାଁ…

ନୂଆଦିଲ୍ଲୀ, ୨୧।୩: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା ବଢ଼ିଛି। ଏହା ଅଣାୟତ୍ତ ମୁହାଁ ହେବାରେ ଲାଗିଛି। ସେହିପରି ସକ୍ରିୟ ମାମଲାରେ ବୃଦ୍ଧି ଦେଖିବାକୁ ମିଳିଛି। ଦୈନିକ ପଜିଟିଭ୍‌ ହାର ଏକ ପ୍ରତିଶତରୁ କମ ହୋଇଛି ଏବଂ ସୁସ୍ଥତା ହାରରେ ମଧ୍ୟ ଉନ୍ନତି ହୋଇଛି।
ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣରେ ସାମାନ୍ୟ ବ୍ରେକ୍‌ ଲାଗିଛି। ଏହା ୭ ଶହ ତଳେ ରହିଛି। ଗତ ୨୪ ଘଣ୍ଟାରେ ଏହା ୬୪୫ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୯୧୭ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୩ ଥିଲା। ଏହି ସମୟରେ ସକ୍ରିୟ ମାମଲା ୭ ହଜାର ମୁହାଁ ହେବାରେ ଲାଗିଛି। ଏହା ୬ ହଜାର ଉପରେ ରହିଛି। ଏହା ୬ ହଜାର ୫୫୯ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୬ ହଜାର ୩୫୦ ଥିଲା। ସେହିପରି ୨୪ ଘଣ୍ଟାରେ ୪୩୫ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୪୭୯ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୮୦୮ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୯୬ ହଜାର ୯୮୪ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୫୯ ହଜାର ୬୧୭ ଜଣ ସୁସ୍ଥ ହୋଇ ସାରିଛନ୍ତି।
କୋଭିଡ ଭଳି ଲକ୍ଷଣ ଥିବା ଏକ ସ୍ବାଇନ ଫ୍ଲୁ ଏଚ-୩ ଏନ-୨ ଭୂତାଣୁ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଏନେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ଇଣ୍ଡିଆନ କାଉନସିଲ ଅଫ ମେଡିକାଲ ରିସର୍ଚ୍ଚ (ଆଇସିଏମଆର୍‌) ଏବଂ ଇଣ୍ଡିଆନ ମେଡିକାଲ ଆସୋସିଏସନ (ଆଇଏମଏ) ଅନୁଯାୟୀ, ଏହି ରୋଗ ଅନେକଙ୍କ ପାଇଁ ଶ୍ୱାସକ୍ରିୟାରେ ଅସୁବିଧା ସୃଷ୍ଟି କରିଥାଏ। ବାୟୁ ପ୍ରଦୂଷଣ ଥିବା ବ୍ୟକ୍ତିମାନଙ୍କଠାରେ ଶ୍ୱାସକ୍ରିୟା ସଂକ୍ରମଣ ସହିତ ଜ୍ୱର ସୃଷ୍ଟି ହୋଇଥାଏ। ଏଥିରୁ ସୁରକ୍ଷା ପାଇଁ ପାଣି ଏବଂ ସାବୁନରେ ନିୟମିତ ଭାବେ ହାତ ଧୋଇବା, ମାସ୍କ ପିନ୍ଧିବା ଏବଂ ଜନଗହଳି ପୂର୍ଣ୍ଣ ସ୍ଥାନରୁ ଦୂରେଇ ରହିବା, ନାକ ପାଟି ନ ଛୁଇଁବା, କାଶ ଏବଂ ଛିଙ୍କିବା ସମୟରେ ନାକ ଓ ପାଟିକୁ ସଠିକ ଭାବରେ ଘୋଡାଇବା ଉପରେ ଆଇସିଏମ୍‌ଆର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ପ୍ରଚୁର ପରିମାଣର ତରଳ ପଦାର୍ଥ ପିଇବାକୁ ଜ୍ୱର ଏବଂ ଶରୀରରେ ଯନ୍ତ୍ରଣା ହେଲେ ପାରାସିଟାମୋଲ ଖାଇବାକୁ କୁହାଯାଇଛି। ସେହିପରି କରମର୍ଦ୍ଦନ ନ କରିବାକୁ ,ସର୍ବସାଧାରଣରେ ଛେପ ନ ପକାଇବାକୁ, ଅନ୍ୟମାନଙ୍କ ପାଖରେ ବସି ନ ଖାଇବାକୁ ପରାମର୍ଶ ଦିଆଯାଇଛି।
ଚାଇନାରେ ଆତଙ୍କ ସୃଷ୍ଟି କରିଥିବା ବିଏଫ୍‌.୭ ଭାରିଆଣ୍ଟ ନେଇ ସତର୍କ ରହିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି। ତେବେ ଭାରତରେ ସଂକ୍ରମଣ ହେବାର କୌଣସି ଆଶଙ୍କା ନ ଥିବା ବିଶେଷଜ୍ଞ ମତପୋଷଣ କରିଛନ୍ତି। ଭିଡ଼ରେ ମାସ୍କ ପିନ୍ଧିବା ଅଧିକରୁ ଅଧିକ ନମୁନା ପରୀକ୍ଷା କରିବା ଏବଂ ଟିକାକରଣକୁ ବଢ଼ାଇବା ପାଇଁ ସରକାରଙ୍କ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସରକାରଙ୍କ ପକ୍ଷରୁ ସ୍ଥିତି ଉପରେ ତୀକ୍ଷ୍‌ଣ ନଜର ରଖାଯାଇଛି। ଦୈନିକ ସଂକ୍ରମଣ-ସକ୍ରିୟ ମାମଲାକୁ ନେଇ ସରକାର ଚିନ୍ତାରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଉପ-ନିର୍ବାଚନକୁ ନେଇ ମମତାଙ୍କୁ ବଡ଼ ଆଶ୍ୱସ୍ତି; ଏହି ଆସନରେ ହେଲା ଟୁଇଷ୍ଟ

କୋଲକାତା,୧୯।୯: ରେଜିନଗର ବିଧାନସଭା ଉପ-ନିର୍ବାଚନ ପାଇଁ ମମତା ବାନାର୍ଜୀଙ୍କ ଶିବିରର ପ୍ରାର୍ଥୀ ରବିଉଲ ଆଲାମ ଚୌଧୁରୀଙ୍କ ନାମାଙ୍କନକୁ ନେଇ ଶନିବାର ଏକ ନୂଆ ରାଜନୈତିକ ମୋଡ଼ ସାମ୍ନାକୁ…

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

ଅକ୍ଟୋବର ୧୫ରୁ ବଦଳିଯିବ UPI ପେମେଣ୍ଟ କରିବାର ପଦ୍ଧତି; ଗ୍ୟାସ ସିଲିଣ୍ଡର ପାଇଁ ନଗଦ ଟଙ୍କା ଦେବାକୁ ପଡ଼ିବ ନା ନାହିଁ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯।୯: ସାରା ଦେଶରେ LPG ସିଲିଣ୍ଡରର ବହୁଳ ବ୍ୟବହାର ହୋଇଥାଏ; ତେଣୁ, ଯଦି ଆପଣ ମଧ୍ୟ ଘରେ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଏହି ସୂଚନା…

ଘରେ ଶୋଇଥିଲେ ମହିଳା, ଚୋଟ ମାରିଲା ସାପ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୧୯ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ଗ୍ରାମରେ ଶନିବାର ସାପ କାମୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭାସି ବେହେରା…

ଚର୍ଚ୍ଚାରେ ନୀତା ଅମ୍ବାନୀଙ୍କ ହାର, ତିଆରି କରିବାକୁ ଲାଗିଥିଲା ୩ ବର୍ଷ, ଗଢ଼ିଛନ୍ତି ୧୪ କାରିଗର, ଦାମ୍‌ ଜାଣିଲେ…

ମୁମ୍ବାଇ,୧୯ା୯: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ମାଲିକ ମୁକେଶ ଅମ୍ବାନୀଙ୍କ ସ୍ତ୍ରୀ ନୀତା ଅମ୍ବାନୀଙ୍କୁ କୌଣସି ପରିଚୟର ଆବଶ୍ୟକତା ନାହିଁ। ୬୦ ବର୍ଷ ବୟସରେ ନୀତା ଅମ୍ବାନୀ ତାଙ୍କର ପ୍ରତ୍ୟେକ…

ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆ ମୃତ, ଦୁଃଖ ପ୍ରକାଶ କରି ନବୀନ କହିଲେ…

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆଙ୍କ ମୃତ୍ୟୁ ଘଟିଥିବା ନେଇ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ନବୀନ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ…

ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶରେ ୭ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ଏନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?