ଦେଢ଼ ଲକ୍ଷ ମୁହାଁ ସକ୍ରିୟ ମାମଲା …

ନୂଆଦିଲ୍ଲୀ, ୧୬।୭ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ ମୁହାଁ ହେବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୨୦ ହଜାର ୪୪ ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୫୬ ରେ ପହଞ୍ଚିଛି।

ଏହି ସମୟରେ ସକ୍ରିୟ ମାମଲା ଲକ୍ଷେ ୪୦ ହଜାର ଟପିଛି। ଗତ ୨୪ ଘଣ୍ଟାରେ ଏହା ୧ ଲକ୍ଷ ୪୦ ହଜାର ୭୬୦ରେ ପହଞ୍ଚିଛି। ଏଭଳି ଜାରି ରହିଲେ ଚଳିତ ସପ୍ତାହରେ ଏହା ଦେଢ଼ ଲକ୍ଷ ଛୁଇଁବାର ଆଶଙ୍କା ରହିଛି। ସେହିପରି ୨୪ ଘଣ୍ଟାରେ ୧୮ ହଜାର ୩୦୧ ଜଣ ସୁସ୍ଥ ହୋଇଛନ୍ତି। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୫ ହଜାର ୬୬୦ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୩୭ ଲକ୍ଷ ୩୦ ହଜାର ୭୧ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୩୦ ଲକ୍ଷ ୬୩ ହଜାର ୬୫୧ ଜଣ ସୁସ୍ଥ ହୋଇ ସାରିଛନ୍ତି।

ଗତ ୨୪ ଘଣ୍ଟାରେ ମହାରାଷ୍ଟ୍ରରେ ୨,୩୭୧ ଜଣ, କେରଳରେ ୨,୯୭୯ ଜଣ, ଦିଲ୍ଲୀରେ ୬୦୧ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ତାମିଲନାଡୁରେ ୨,୩୧୨ ଜଣ, ହରିୟାଣାରେ ୪୦୩ ଜଣ, କର୍ନାଟକରେ ୯୭୭ ଜଣ, ପଶ୍ଚିମବଙ୍ଗରେ ୩,୦୬୭, ଉତ୍ତରପ୍ରଦେଶରେ ୪୨୧ ଜଣ, ତେଲେଙ୍ଗାନାରେ ୫୫୬, ଗୁଜରାଟରେ ୮୨୨, ରାଜସ୍ଥାନରେ ୧୭୪ ଜଣ, ବିହାରରେ ୪୬୦ ଜଣ, ପଞ୍ଜାବରେ ୩୦୫ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅପରପକ୍ଷରେ ଆନ୍ଧ୍ରପ୍ରଦେଶରେ ୩୬୪ ଜଣ, ଓଡ଼ିଶାରେ ୧୦୬୫ ଜଣ, ମଧ୍ୟପ୍ରଦେଶରେ ୧୯୩ ଜଣ, ଗୋଆରେ ୧୪୩ ଜଣ, ପୁଡୁଚେରୀରେ ୨୧୩ ଜଣ, ଛତିଶଗଡ଼ରେ ୪୫୩ ଜଣ, ପଞ୍ଜାବରେ ୨୩୬ ଜଣ, ଆସାମରେ ୭୦୬ ଜଣ, ହିମାଚଳପ୍ରଦେଶରେ ୪୩୮ ଜଣ, ଝାଡ଼ଖଣ୍ଡରେ ୧୬୬ ଜଣ, ଉତ୍ତରାଖଣ୍ଡରେ ୧୧୫ ଜଣ, ତ୍ରିପୁରାରେ ୨୬୦ ଜଣ, ଜମ୍ମୁ-କଶ୍ମୀରରେ ୧୪୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୯୯ କୋଟି ୭୦ ଲକ୍ଷରୁ ଅଧିକ ଟପିଛି। ସେଥିମଧ୍ୟରେ ୯୧ କୋଟି ୯୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୮୪ କୋଟି ୯୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି। ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି। ଏହା ସହିତ ମାସ୍କ ପିନ୍ଧିବା ଏବଂ କରୋନା ମାର୍ଗଦର୍ଶିକା ପାଳନ କରିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦୦% ଭିଭିପିଏଟି ଯାଞ୍ଚ ହେବନାହିଁ

ନୂଆଦିଲ୍ଲୀ,୨୭ା୪: ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନରୁ ବାହାରୁଥିବା ପେପର ସ୍ଲିପ୍‌ର ୧୦୦% ଯାଞ୍ଚ...

୮୮ ଆସନରେ ୬୧% ମତଦାନ

ନୂଆଦିଲ୍ଲୀ,୨୭ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ଶୁକ୍ରବାର ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ମତଦାନ ଅନୁଷ୍ଠିତ ହୋଇଯାଇଛି। ଅପରାହ୍ନ ୫ଟା...

ସାରା ଦେଶରେ ୟୁସିସି ଲାଗୁହେବ: ଶାହା

ଗୁନା,୨୭ା୪: କଂଗ୍ରେସ ନିର୍ବାଚନ ଇସ୍ତାହାରରେ ଧର୍ମୀୟ ପର୍ସନାଲ ଲ’କୁ କାଏମ ରଖିବା ପାଇଁ ପ୍ରତିଶ୍ରୁତି ଦେଇଥିବାବେଳେ ସାରା ଦେଶରେ ସମାନ ନାଗରିକ ସଂହିତା (ୟୁସିସି) ଲାଗୁ...

ଭାରତ ଛାଡ଼ିବାକୁ ହ୍ବାଟ୍ସଆପ୍‌ର ଚେତାବନୀ

ନୂଆଦିଲ୍ଲୀ,୨୭ା୪: ଭାରତ ସରକାର ଓ ମେଟା ମାଲିକାନାରେ ଥିବା ମେସେଜିଂ ପ୍ଲାଟ୍‌ଫର୍ମ ହ୍ବାଟ୍ସଆପ୍‌ ମଧ୍ୟରେ ବିବାଦ ତେଜିବାରେ ଲାଗିଛି। ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମଗୁଡ଼ିକ ସୂଚନାର ପ୍ରଥମ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri