ଦେଢ଼ ଲକ୍ଷ ମୁହାଁ ସକ୍ରିୟ ମାମଲା …

ନୂଆଦିଲ୍ଲୀ, ୧୬।୭ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ ମୁହାଁ ହେବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୨୦ ହଜାର ୪୪ ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୫୬ ରେ ପହଞ୍ଚିଛି।

ଏହି ସମୟରେ ସକ୍ରିୟ ମାମଲା ଲକ୍ଷେ ୪୦ ହଜାର ଟପିଛି। ଗତ ୨୪ ଘଣ୍ଟାରେ ଏହା ୧ ଲକ୍ଷ ୪୦ ହଜାର ୭୬୦ରେ ପହଞ୍ଚିଛି। ଏଭଳି ଜାରି ରହିଲେ ଚଳିତ ସପ୍ତାହରେ ଏହା ଦେଢ଼ ଲକ୍ଷ ଛୁଇଁବାର ଆଶଙ୍କା ରହିଛି। ସେହିପରି ୨୪ ଘଣ୍ଟାରେ ୧୮ ହଜାର ୩୦୧ ଜଣ ସୁସ୍ଥ ହୋଇଛନ୍ତି। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୫ ହଜାର ୬୬୦ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୩୭ ଲକ୍ଷ ୩୦ ହଜାର ୭୧ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୩୦ ଲକ୍ଷ ୬୩ ହଜାର ୬୫୧ ଜଣ ସୁସ୍ଥ ହୋଇ ସାରିଛନ୍ତି।

ଗତ ୨୪ ଘଣ୍ଟାରେ ମହାରାଷ୍ଟ୍ରରେ ୨,୩୭୧ ଜଣ, କେରଳରେ ୨,୯୭୯ ଜଣ, ଦିଲ୍ଲୀରେ ୬୦୧ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ତାମିଲନାଡୁରେ ୨,୩୧୨ ଜଣ, ହରିୟାଣାରେ ୪୦୩ ଜଣ, କର୍ନାଟକରେ ୯୭୭ ଜଣ, ପଶ୍ଚିମବଙ୍ଗରେ ୩,୦୬୭, ଉତ୍ତରପ୍ରଦେଶରେ ୪୨୧ ଜଣ, ତେଲେଙ୍ଗାନାରେ ୫୫୬, ଗୁଜରାଟରେ ୮୨୨, ରାଜସ୍ଥାନରେ ୧୭୪ ଜଣ, ବିହାରରେ ୪୬୦ ଜଣ, ପଞ୍ଜାବରେ ୩୦୫ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅପରପକ୍ଷରେ ଆନ୍ଧ୍ରପ୍ରଦେଶରେ ୩୬୪ ଜଣ, ଓଡ଼ିଶାରେ ୧୦୬୫ ଜଣ, ମଧ୍ୟପ୍ରଦେଶରେ ୧୯୩ ଜଣ, ଗୋଆରେ ୧୪୩ ଜଣ, ପୁଡୁଚେରୀରେ ୨୧୩ ଜଣ, ଛତିଶଗଡ଼ରେ ୪୫୩ ଜଣ, ପଞ୍ଜାବରେ ୨୩୬ ଜଣ, ଆସାମରେ ୭୦୬ ଜଣ, ହିମାଚଳପ୍ରଦେଶରେ ୪୩୮ ଜଣ, ଝାଡ଼ଖଣ୍ଡରେ ୧୬୬ ଜଣ, ଉତ୍ତରାଖଣ୍ଡରେ ୧୧୫ ଜଣ, ତ୍ରିପୁରାରେ ୨୬୦ ଜଣ, ଜମ୍ମୁ-କଶ୍ମୀରରେ ୧୪୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୯୯ କୋଟି ୭୦ ଲକ୍ଷରୁ ଅଧିକ ଟପିଛି। ସେଥିମଧ୍ୟରେ ୯୧ କୋଟି ୯୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୮୪ କୋଟି ୯୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି। ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି। ଏହା ସହିତ ମାସ୍କ ପିନ୍ଧିବା ଏବଂ କରୋନା ମାର୍ଗଦର୍ଶିକା ପାଳନ କରିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ଦୀପାବଳି ପୂର୍ବରୁ କର୍ମଚାରୀ, ପେନସନଭୋଗୀଙ୍କୁ ବଡ଼ ଉପହାର ଦେଲେ ସରକାର: ବଢିଲା…

ନୂଆଦିଲ୍ଲୀ,୧।୧୦: କେନ୍ଦ୍ରୀୟ କର୍ମଚାରୀମାନେ ଅଷ୍ଟମ ବେତନ କମିଶନର ସୁପାରିସକୁ ବେଶ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି। ଏହାରି ମଧ୍ୟରେ ଦୀପାବଳି ପୂର୍ବରୁ ବିଭିନ୍ନ ରାଜ୍ୟ ସରକାର ନିଜ…

ଆରାଧନାଙ୍କୁ ମିଳିପାରେ ଗୁରୁ ଦାୟିତ୍ୱ; ଅଜୟ ରାୟଙ୍କୁ ମିଳିପାରେ ଛୁଟି

ନୂଆଦିଲ୍ଲୀ,୧।୧୦: ମିଳିଥିବା ସୂତ୍ର ଅନୁଯାୟୀ, ଆରାଧନା ମିଶ୍ର ୟୁପି (ଉତ୍ତର ପ୍ରଦେଶ) କଂଗ୍ରେସର ରାଜ୍ୟ ସଭାପତି ହୋଇପାରନ୍ତି। ଉତ୍ତର ପ୍ରଦେଶରେ ଆଗାମୀ ବର୍ଷ ହେବାକୁ ଥିବା ବିଧାନସଭା…

ରୁଷିଆ ଯାତ୍ରା କରୁଥିବା ବ୍ୟକ୍ତିଙ୍କ ପାଇଁ MEA ପକ୍ଷରୁ ଆଡଭାଇଜରୀ ଜାରି; କୁହାଯାଇଛି ଯେ, ‘ରିପୋର୍ଟରୁ ଜଣାପଡ଼ୁଛି ଯେ…’

ନୂଆଦିଲ୍ଲୀ,୧।୧୦: ଭାରତ ସରକାର ରୁଷିଆ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ଆଡଭାଇଜରୀ ଜାରି କରିଛନ୍ତି। ଗୁରୁବାର ‘ଏକ୍ସ’ (X) ରେ ଏକ ପୋଷ୍ଟ ମାଧ୍ୟମରେ ବୈଦେଶିକ…

ସ୍ମିତଙ୍କୁ କରାଗଲା ଏୟାର ଲିପ୍ଟ, ପରିବାରକୁ ଭେଟିଲେ ରାଷ୍ଟ୍ରଦୂତ

ନୂଆଦିଲ୍ଲୀ,୧।୧୦: ଫ୍ଲାଏଦୁବାଇ ବିମାନରେ ଆକ୍ରମଣକାରୀଙ୍କ ମୁକାବିଲା ପାଇଁ ନିଜ ଜୀବନକୁ ବାଜି ଲଗାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କ ଅବସ୍ଥା ସ୍ଥିର ଅଛି। ଏହି ସମୟରେ, ୟୁଏଇ…

CJPକୁ କେଉଁଠୁ ମିଳୁଛି ପାଣ୍ଠି? ଦୀପକେ କହିଲେ, ‘ମୁଁ ୩୦ ହଜାର ଟଙ୍କାର ଜୋତା…’

ନୂଆଦିଲ୍ଲୀ,୧।୧୦: ଗୁରୁବାର (ଅକ୍ଟୋବର ୧) ମୁମ୍ବାଇରେ ଏକ ସାମ୍ବାଦିକ ସମ୍ମିଳନୀରେ କୋକରୋଚ ଜନତା ପାର୍ଟି(CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ସମ୍ବୋଧିତ କରିଥିଲେ। ସେ କହିଛନ୍ତି ଯେ ମୁଖ୍ୟ…

ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?