ଲକ୍ଷେ ମୁହାଁ ସକ୍ରିୟ ମାମଲା…

ନୂଆଦିଲ୍ଲୀ, ୨୬।୬ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ ମୁହାଁ ହେବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ।୧୧ ହଜାର ୭୩୯ ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୨୫ରେ ପହଞ୍ଚିଛି। ଗୋଟିଏ ଏହି ସମୟରେ ସକ୍ରିୟ ମାମଲା ପୁଣି ୯୨ ହଜାର ଟପିଛି। ଏଭଳି ଜାରି ରହିଲେ ଚଳିତ ସପ୍ତାହରେ ଏହା ଲକ୍ଷେ ଟପିବାର ଆଶଙ୍କା ରହିଛି। ଗତ ୨୪ ଘଣ୍ଟାରେ ଏହା ୯୨ ହଜାର ୫୭୮ ରେ ପହଞ୍ଚିଛି।

ସେହିପରି ୨୪ ଘଣ୍ଟାରେ ୧୦ ହଜାର ୯୧୭ ଜଣ ସୁସ୍ଥ ହୋଇଛନ୍ତି। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୪ ହଜାର ୯୯୯୯ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୩୩ ଲକ୍ଷ ୮୯ ହଜାର ୯୭୩ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୭ ଲକ୍ଷ ୭୨ ହଜାର ୩୯୮ ଜଣ ସୁସ୍ଥ ହୋଇ ସାରିଛନ୍ତି। ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୯୭ କୋଟି ୧୦ ଲକ୍ଷରୁ ଅଧିକ ଟପିଛି। ସେଥିମଧ୍ୟରେ ୯୧ କୋଟି ୮୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୮୪ କୋଟି ୨୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି। ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି।

ଗତ ୨୪ ଘଣ୍ଟାରେ ମହାରାଷ୍ଟ୍ରରେ ୧,୭୨୮ ଜଣ, କେରଳରେ ୪,୦୯୮ଜଣ, ଦିଲ୍ଲୀରେ ୬୬୬ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ତାମିଲନାଡୁରେ ୧,୩୮୨ ଜଣ, ହରିୟାଣାରେ ୫୧୦ ଜଣ, କର୍ନାଟକରେ ୨୫୩ ଜଣ, ପଶ୍ଚିମବଙ୍ଗରେ ୨୩୫, ଉତ୍ତରପ୍ରଦେଶରେ ୫୭୯ ଜଣ, ତେଲେଙ୍ଗାନାରେ ୪୯୬, ଗୁଜରାଟରେ ୪୧୯, ଗୋଆରେ ୧୦୯ ଜଣ, ରାଜସ୍ଥାନ ୧୨୨ ଜଣ, ବିହାରରେ ୧୫୫ ଜଣ, ଛତିଶଗଡ଼ ୧୧୪, ପଞ୍ଜାବ ୧୫୭ ଜଣ, ଆନ୍ଧ୍ରପ୍ରଦେଶରେ ୧୦୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ଥଗିତ ରହିଲା ଏମସିଡି ମେୟର, ଡେପୁଟି ମେୟର ନିର୍ବାଚନ

ନୂଆଦିଲ୍ଲୀ,୨୫।୪: ଏପ୍ରିଲ ୨୬ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ମ୍ୟୁନିସିପାଲିଟି କର୍ପୋରେସନ ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ସ୍ଥଗିତ ରଖାଯାଇଛି। ଏହାର କାରଣ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପ୍ରସ୍ତୁତି ଶେଷ: ରାହୁଲ, ଓମ୍‌ ବିର୍ଲା, ହେମା ମାଳିନୀଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୨୫ା୪: ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ। ୧୩ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୮୮ ଆସନରେ ମତଦାନ ହେବ। ଏହି ପର୍ଯ୍ୟାୟରେ କଂଗ୍ରେସ...

ଅଣ୍ଡା, ଚିକେନ ଖାଉଥିବା ଲୋକେ ହୁଅନ୍ତୁ ସାବଧାନ

ନୂଆଦିଲ୍ଲୀ,୨୫।୪: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ବାର୍ଡଫ୍ଲୁ ରୋଗ ସଂକ୍ରମଣ ହୋଇଥିବା ଜଣାପଡିଛି। ସେଠାରେ ଅନେକ ନମୁନା ପରୀକ୍ଷା କରାଯାଇଥିଲା ଯେଉଁଥିରେ ଏଭିୟନ ଇନଫ୍ଲୁଏନଞ୍ଜା H5N1 ଚିହ୍ନଟ...

ନିର୍ବାଚନ ଲଢିବେ କଳ୍ପନା

ରାଞ୍ଚି,୨୫।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ନିର୍ବାଚନ ମଇଦାନରେ ପ୍ରବେଶ କରିଛନ୍ତି। ଗାଂଡେୟ ବିଧାନସଭା ଆସନରୁ ଉପ-ନିର୍ବାଚନରେ ଝାଡ଼ଖଣ୍ଡ ମୁକ୍ତି...

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା ବିଏସପି, ରାଏବରେଲିରୁ ଲଢିବେ…

ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ବହୁଜନ ସମାଜ ପାର୍ଟି (ବିଏସପି) ଗୁରୁବାର ଆଉ ଏକ ପ୍ରାର୍ଥୀ ତାଲିକା ଜାରି କରିଛି।...

ଗୁଗୁଲ ସର୍ଚ୍ଚର ସମସ୍ତ ରେକର୍ଡ ଭାଙ୍ଗିଲା ଉତ୍ତରାଧିକାର ଟ୍ୟାକ୍ସ, ସାମ ପିଟ୍ରୋଡାଙ୍କୁ ବି କରିଛନ୍ତି ଖୁବ ସର୍ଚ୍ଚ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ, ଭାରତୀୟ ବିଦେଶ କଂଗ୍ରେସ ସଭାପତି ସାମ ପିଟ୍ରୋଡାଙ୍କ ଉତ୍ତରାଧିକାର ଟ୍ୟାକ୍ସ ସମ୍ପର୍କରେ ଦେଇଥିବା ବିବୃତ୍ତି ଉପରେ ରାଜନୀତି ବନ୍ଦ ହେଉନାହିଁ। ଗୁରୁବାର (ଏପ୍ରିଲ...

‘କାନ ଖୋଲି ଶୁଣି ନିଅ, ଯେପର୍ଯ୍ୟନ୍ତ ମୋଦି ବଞ୍ଚିଛନ୍ତି’

ନୂଆଦିଲ୍ଲୀ,୨୫ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ଶୁକ୍ରବାର ଉତ୍ତରପ୍ରଦେଶର ୮ଟି ଆସନରେ ଅନୁଷ୍ଠିତ ହେବ। ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri