ସକ୍ରିୟ ମାମଲା ୧୦ ଲକ୍ଷ ତଳେ…

ନୂଆଦିଲ୍ଲୀ, ୮।୨ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ଏହା ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ୬୭ ହଜାର ୫୯୭ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୧,୧୮୮ ଜଣଙ୍କ ମୃତ୍ୟୁ ଘଟିଛି।

ସେହିପରି ଗତ ୨୪ ଘଣ୍ଟାରେ ୧ ଲକ୍ଷ ୮୦ ହଜାର ୪୫୬ ଜଣ ସୁସ୍ଥ ହୋଇଛନ୍ତି। ଅପରପକ୍ଷରେ ସକ୍ରିୟ ମାମଲା ୧୦ ଲକ୍ଷ ତଳେ ପହଞ୍ଚିଛି। ସକ୍ରିୟ ମାମଲାର ୯ ଲକ୍ଷ ୯୪ ହଜାର ୮୯୧ ରେ ପହଞ୍ଚିିଛି। ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୪ ହଜାର ୬୨ ଛୁଇଁଛି।

ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୨୩ ଲକ୍ଷ ୩୯ ହଜାର ୬୧୧ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୮ ଲକ୍ଷ ୪୦ ହଜାର ୬୫୮ ଜଣ ସୁସ୍ଥ ହୋଇ ସାରିଛନ୍ତି।

ଗତ ୨୪ ଘଣ୍ଟାରେ ଦେଶର ୭ଟି ରାଜ୍ୟ ମଧ୍ୟରେ କେରଳର ସର୍ବାଧିକ ୨୨,୫୨୪ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ମହାରାଷ୍ଟ୍ରରେ ୬,୪୩୬, କର୍ନାଟକରେ ୬,୧୫୧, ତାମିଲନାଡୁରେ ୫,୧୦୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗୁଜୁରାଟରେ ୨,୯୦୯ , ରାଜସ୍ଥାନରେ ୨,୨୯୮ ଏବଂ ଆନ୍ଧ୍ରପ୍ରଦେଶରେ ୧,୫୯୭ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସୂଚନାଯୋଗ୍ୟ, ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୭୦ କୋଟି ୨୦ ଲକ୍ଷ ଟପିଛି। ସେଥିମଧ୍ୟରେ ୯୦ କୋଟି ୧୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୭୨ କୋଟି ୮୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

EVM-VVPAT ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୨୬।୪: ନିର୍ବାଚନ ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (EVM) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ ( VVPAT) ମେଶିନ୍‌ରୁ ବାହାରୁଥିବା ପେପର...

ବିବାହ ପ୍ରୋସେଶନରେ ବାଣ ପଡ଼ି ଜଳିଗଲା ଘର, ୬ ଜୀବନ୍ତ ଦଗ୍ଧ

ପାଟନା,୨୬ା୪: ବିହାରର ଦରଭଙ୍ଗା ଜିଲା ଅଣ୍ଟୋର ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ବରଯାତ୍ରୀ ଆସୁଥିବା ବେଳେ ପ୍ରୋସେଶନରେ ବାଣ ଫୁଟା ଯାଉଥିଲା। ଠିକ୍‌ ଏହି...

ଏନକ୍ରିପସନ୍ ହଟାଇବାକୁ ପାଇଁ କୁହାଗଲେ ଭାରତରେ ପରିଚାଳନା ବନ୍ଦ, ଦିଲ୍ଲୀ ହାଇକୋର୍ଟଙ୍କ କହିଲା ହ୍ବାଟ୍ସଆପ୍‌

ନୂଆଦିଲ୍ଲୀ,୨୬।୪: ସୋସିଆଲ ମିଡିଆ ପ୍ଲାଟଫର୍ମ ହ୍ବାଟ୍ସଆପ୍‌ ସ୍ପଷ୍ଟ ଭାବେ କହିଛି ଯେ ଯଦି ଏନକ୍ରିପସନ୍ ହଟାଇବାକୁ କୁହାଯାଏ ତେବେ ଏହା ଭାରତ ଛାଡିବ। ହ୍ବାଟ୍ସଆପ୍‌ ଦିଲ୍ଲୀ...

ମତଦାନ ପୂର୍ବରୁ ଲୋକଙ୍କୁ ଏମିତି ଅନୁରୋଧ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୬।୪: ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପୂର୍ବରୁ ରେକର୍ଡ ସଂଖ୍ୟାରେ ଭୋଟ ଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକଙ୍କୁ ଅନୁରୋଧ କରିଛନ୍ତି। ପିଏମ ମୋଦି ସାସିଆଲ ମିଡିଆରେ...

ପ୍ରଦୂଷିତ ଶିପ୍ରାରେ ବୁଡ଼ ପକାଇଲେ କଂଗ୍ରେସ ପ୍ରାର୍ଥୀ

ଉଜ୍ଜୟିନୀ: ଉଜ୍ଜୟିନୀର ଶିପ୍ରା ନଦୀ କ୍ରମାଗତ ଭାବେ ପ୍ରଦୂଷିତ ହୋଇଚାଲିଛି। ନିକଟସ୍ଥ ବିଭିନ୍ନ ଡ୍ରେନର ଜଳ ଏହି ନଦୀରେ ମିଶୁଥିବାରୁ ଏହାର ପ୍ରଦୂଷଣର ମାତ୍ରା ବଢ଼ି...

ଭାଜପା ଏମ୍‌ପି ତେଜସ୍ବୀ ସୂର୍ଯ୍ୟଙ୍କ ସମ୍ପତ୍ତି ୫ ବର୍ଷରେ ୨୯୮୬% ବଢ଼ିଛି

ନୂଆଦିଲ୍ଲୀ,୨୬ା୪:ବେଙ୍ଗାଲୁରୁ ସାଉଥ୍‌ ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କରିଥିବା ଭାଜପା ଏମ୍‌ପି ତେଜସ୍ବୀ ସୂର୍ଯ୍ୟଙ୍କ ସମ୍ପତ୍ତି ୪.୧୦ କୋଟି ଟଙ୍କା ବୋଲି ସେ ନିର୍ବାଚନ...

ଭାରତରେ ୭୨.୪ କୋଟି ଏଆଇ ୟୁଜର୍ସ

ନୂଆଦିଲ୍ଲୀ, ୨୬।୪:ଭାରତରେ ଏବେ କୃତ୍ରିମ ବୁଦ୍ଧିମତ୍ତା(ଏଆଇ) ବହୁଳ ଭାବେ ବ୍ୟବହାର ହେଉଛି। ଦେଶର ୯୦ ଭାଗ ଇଣ୍ଟରନେଟ ବ୍ୟବହାରକାରୀଙ୍କ ଜୀବନରେ ଏଆଇ ସ୍ପର୍ଶ କରିସାରିଛି। ମାର୍କେଟିଂ...

ମାଧବୀଲତାଙ୍କ ମୋଟ ସମ୍ପତ୍ତି ଜାଣିଲେ ହେବେ ଆଶ୍ଚର୍ଯ୍ୟ

ହାଇଦ୍ରାବାଦ, ୨୬।୪:ତେଲଙ୍ଗାନାର ହାଇଦ୍ରାବାଦ ଲୋକ ସଭା ଆସନରୁ ଭାଜପା ଟିକେଟରେ ପ୍ରାର୍ଥୀ ହୋଇଥିବା କେ. ମାଧବୀଲତାଙ୍କର ୨୨୧ କୋଟି ଟଙ୍କାର ପାରିବାରିକ ସମ୍ପତ୍ତି ରହିଛି। ମାଧବୀ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri