ସକ୍ରିୟ ମାମଲା ୧୦ ଲକ୍ଷ ତଳେ…

ନୂଆଦିଲ୍ଲୀ, ୮।୨ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ଏହା ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ୬୭ ହଜାର ୫୯୭ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୧,୧୮୮ ଜଣଙ୍କ ମୃତ୍ୟୁ ଘଟିଛି।

ସେହିପରି ଗତ ୨୪ ଘଣ୍ଟାରେ ୧ ଲକ୍ଷ ୮୦ ହଜାର ୪୫୬ ଜଣ ସୁସ୍ଥ ହୋଇଛନ୍ତି। ଅପରପକ୍ଷରେ ସକ୍ରିୟ ମାମଲା ୧୦ ଲକ୍ଷ ତଳେ ପହଞ୍ଚିଛି। ସକ୍ରିୟ ମାମଲାର ୯ ଲକ୍ଷ ୯୪ ହଜାର ୮୯୧ ରେ ପହଞ୍ଚିିଛି। ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୪ ହଜାର ୬୨ ଛୁଇଁଛି।

ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୨୩ ଲକ୍ଷ ୩୯ ହଜାର ୬୧୧ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୮ ଲକ୍ଷ ୪୦ ହଜାର ୬୫୮ ଜଣ ସୁସ୍ଥ ହୋଇ ସାରିଛନ୍ତି।

ଗତ ୨୪ ଘଣ୍ଟାରେ ଦେଶର ୭ଟି ରାଜ୍ୟ ମଧ୍ୟରେ କେରଳର ସର୍ବାଧିକ ୨୨,୫୨୪ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ମହାରାଷ୍ଟ୍ରରେ ୬,୪୩୬, କର୍ନାଟକରେ ୬,୧୫୧, ତାମିଲନାଡୁରେ ୫,୧୦୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗୁଜୁରାଟରେ ୨,୯୦୯ , ରାଜସ୍ଥାନରେ ୨,୨୯୮ ଏବଂ ଆନ୍ଧ୍ରପ୍ରଦେଶରେ ୧,୫୯୭ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସୂଚନାଯୋଗ୍ୟ, ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୭୦ କୋଟି ୨୦ ଲକ୍ଷ ଟପିଛି। ସେଥିମଧ୍ୟରେ ୯୦ କୋଟି ୧୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୭୨ କୋଟି ୮୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମଝି ଆକାଶରେ ଝଗଡ଼ା ଲାଗିଲେ ୨ ପାଇଲଟ୍‌, ବିମାନ ଜରୁରୀ ଅବତରଣ କରିବା ପରେ…

ଦୁବାଇ,୩୦ା୯: ବୁଧବାର ଦୁବାଇରୁ ତେଲ ଅଭିଭ୍‌ ଯାଉଥିବା ଫ୍ଲାଇଦୁବାଇ ବିମାନ ଏଫ୍‌ ଜେଡ୍‌ ୧୦୭୩କୁ ସାଉଦି ଆରବର ତାବୁକ ବିମାନବନ୍ଦରରେ ଜରୁରୀ ଅବତରଣ କରାଯାଇଛି। ବିମାନଟି ଜରୁରୀକାଳିନ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟାଙ୍କୁ ଗିରଫ କଲା ପୋଲିସ, ସ୍ତ୍ରୀ ବିଦ୍ୟାଭାରତୀଙ୍କର…

ଗଜପତି,୩୦ା୯(ଗିରିଧାରୀ ପରିଚ୍ଛା): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଅନ୍ୟତମ ଅଭିଯୁକ୍ତ ରୋଷେୟା ମନ୍ମଥ କୁମ୍ଭଙ୍କୁ ପାରଳାଖେମୁଣ୍ଡି ପୋଲିସ ଗିରଫ କରିଛି। ଏସ୍‌ଡିଜେଏମ୍‌ ପାରଳାଖେମୁଣ୍ଡିଙ୍କ ଅଦାଲତରୁ…

ପଛରେ ପଡ଼ିଗଲେ କୋହଲି: ଗିଲ୍‌ ଦେଉଛନ୍ତି ଜୋରଦାର ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୩୦।୯: ଆଇସିସିର ସଦ୍ୟତମ ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗରେ ଭାରତୀୟ ଦଳର ଦୁଇ ଷ୍ଟାର୍‌ ବ୍ୟାଟରଙ୍କ ମଧ୍ୟରେ ଜୋରଦାର ଲଢ଼େଇ ଦେଖିବାକୁ ମିଳିଛି। ଶୁବମନ ଗିଲ ନମ୍ବର-୧ ସ୍ଥାନ…

ଦିନେ କରୁଥିଲେ ନକଲ, ଏବେ ଟିମ୍‌ ଇଣ୍ଡିଆ ପାଇଁ ଡେବ୍ୟୁ କରିବେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୩୦।୯: କୁହାଯାଏ, ନକଲ ପାଇଁ ମଧ୍ୟ ଅକଲ ଦରକାର। ଦକ୍ଷିଣ ଆଫ୍ରିକାର ପୂର୍ବତନ ଦ୍ରୁତ ବୋଲର ଡେଲ ଷ୍ଟେନଙ୍କ ଆଦର୍ଶ ମାନି ତାଙ୍କ ବୋଲିଂ ଆକ୍ସନ ଓ…

ଟିମ ମାହୋଲରେ ଖୁସିନାହାନ୍ତି ବିରାଟ କୋହଲି: ଚାଞ୍ଚଲ୍ୟକର ବୟାନ ଦେଲେ କ୍ରିକେଟ୍‌ କିମ୍ବଦନ୍ତୀ

ନୂଆଦିଲ୍ଲୀ,୩୦।୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ରେ ବ୍ୟସ୍ତ ଅଛନ୍ତି ବିରାଟ କୋହଲି। ଏହି ସମୟରେ ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବିରାଟଙ୍କ ଟେଷ୍ଟ କ୍ରିକେଟରୁ ଅବସରକୁ…

ମହାନଦୀର ପଛୁଆ ପାଣିରେ ବୁଡ଼ିଲା ରାସ୍ତାଘାଟ, ଡଙ୍ଗା ପାଲଟିଛି ସାହାରା

ଖୋର୍ଦ୍ଧା,୩୦ା୯(ପ୍ରଭାତ ପାଣିଗ୍ରାହୀ): ମହାନଦୀର ପଛୁଆ ପାଣି ପ୍ରବେଶ ଯୋଗୁ ଖୋର୍ଦ୍ଧା ବ୍ଲକରେ ବନ୍ୟାଜଳ ପରିସ୍ଥିତି ସୃଷ୍ଟି ହୋଇଛି। ଏହି ବ୍ଲକ ଓରବରସିଂହ ପଞ୍ଚାୟତର ହିରୁମୂଳକୁ ସଂଯୋଗ କରୁଥିବା…

ଲଭ-ସେକ୍ସ-ଧୋକା: ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗ: ଅଭିଯୁକ୍ତ ଫେରାର

ଦିଗପହଣ୍ଡି, ୩୦।୯ (ଅଶେଷ ନାଥ ମିଶ୍ର): ଭଲ ପାଇବା, ବିବାହର ପ୍ରତିଶ୍ରୁତି ଏବଂ ପରେ ପ୍ରତାରଣା ଅଭିଯୋଗକୁ ନେଇ ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଏକ ମାମଲା…

‘ମୋଦି ମୋତେ କହିଲେ ମୋ ପରେ ତୁମେ…’, ରାହୁଲଙ୍କ ବୟାନକୁ ନେଇ ଜୋରଦାର ଚର୍ଚ୍ଚା

ନୂଆଦିଲ୍‌ଲୀ,୩୦।୯: କଂଗ୍ରେସ କାର୍ଯ୍ୟକାରୀ କମିଟି (CWC) ବୈଠକ ପରେ ରାହୁଲ ଗାନ୍ଧୀଙ୍କ ଏକ କଥିତ ବୟାନକୁ ନେଇ ବିବାଦ ଆରମ୍ଭ ହୋଇଯାଇଛି। ରାହୁଲ ଗାନ୍ଧୀ ବୈଠକରେ ର୍ନିବାଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?