୧୫ ହଜାର ତଳେ ସକ୍ରିୟ ମାମଲା…

ନୂଆଦିଲ୍ଲୀ, ୩୦।୩ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ୧ ହଜାର ୨୩୩ ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୪୦ ତଳେ ରହିଛି। ଦୈନିକ ମୃତ୍ୟୁ ସଂଖ୍ୟା ୩୧ରେ ପହଞ୍ଚିଛି। ଅପରପକ୍ଷରେ ସକ୍ରିୟ ମାମଲା କମିବାରେ ଲାଗିଛି। ଏହି ସମୟରେ ସକ୍ରିୟ ମାମଲା ୧୫ ହଜାର ତଳେ ରହିଛି। ଏହା ୧୪ ହଜାର ୭୦୪ ରହିଛି।

ସେହିପରି ୨୪ ଘଣ୍ଟାରେ ୧ ହଜାର ୮୭୬ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୧ ହଜାର ୧୦୧ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୩୦ ଲକ୍ଷ ୨୩ ହଜାର ୨୧୫ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୪ ଲକ୍ଷ ୮୭ ହଜାର ୪୧୦ ଜଣ ସୁସ୍ଥ ହୋଇ ସାରିଛନ୍ତି।

ଗତ ୨୪ ଘଣ୍ଟାରେ କେରଳର ସର୍ବାଧିକ ୪୨୪ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ମିଜୋରାମରେ ୧୫୭ ଏବଂ ମହାରାଷ୍ଟ୍ରରେ ୧୦୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସୂଚନାଯୋଗ୍ୟ, ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୮୩ କୋଟି ୮୦ ଲକ୍ଷରୁ ଅଧିକ ଟପିଛି। ସେଥିମଧ୍ୟରେ ୯୧ କୋଟି ୩୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୭୯ କୋଟି ୩୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡୋନାଲ୍ଡ ଟ୍ରମ୍ପଙ୍କ ଧମକର ଜବାବ କାହିଁକି ଦିଅନ୍ତି ଇରାନୀ ବାଚସ୍ପତି? ମୋଜତାବା ଖାମେନେଇ କିମ୍ବା ଆରାଘଚି କାହିଁକି ନୁହଁନ୍ତି? ଜାଣନ୍ତୁ…

ତେହରାନ,୯।୭: ଇରାନ-ଆମେରିକା ବିବାଦରେ ଏକ ସ୍ବତନ୍ତ୍ର ନମୁନା ଦେଖାଦେଇଛି: ଯେତେବେଳେ ବି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ବିରୁଦ୍ଧରେ ଏକ କଡ଼ା ବିବୃତ୍ତି ଦିଅନ୍ତି, ସେତେବେଳେ…

ଶ୍ୱଶୁର ଘରେ ପେଟ୍ରୋଲ ଢାଳି ମହିଳାଙ୍କ ଆତ୍ମାହୁତି ଉଦ୍ୟମ, କାରଣ ଜାଣିଲେ ହେବେ…

ଵ୍ରହ୍ମପୁର,୯।୭(ସୁବାସ ଚନ୍ଦ୍ର ପାଢ଼ୀ): ଶାଶୁ ଘରେ ଆତ୍ମାହୁତି ଉଦ୍ୟମ କଲେ ମହିଳା । ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ନିମଖଣ୍ଡି ଥାନା…

ମିଳୁନି ୧୫ ମତ୍ସଜୀବୀଙ୍କ ପତ୍ତା, ବାଲେଶ୍ବରରୁ ରହିଛନ୍ତି ୩ ଭାଇ

ଭୋଗରାଇ,୯।୭(ପ୍ରଦୀପ ଦାସ): ଲଘୁଚାପ କାରଣରୁ ସମୁଦ୍ର ଅଶାନ୍ତ ରହିଛି । ଏଭକି ସ୍ଥିତିରେ ଓଡିଶା ସୀମାନ୍ତ ପଶ୍ଚିମବଙ୍ଗ ଶଙ୍କରପୁର ମତ୍ସ୍ୟ ଅବତରଣ କେନ୍ଦ୍ରରୁ ମା କାଳୀ ନାମକ…

କଟକରେ ଦୁର୍ଘଟଣା; ବାଇକ୍‌ ଆରୋହୀଙ୍କ ଉପରେ ଚଢ଼ିଗଲା ଆମ ବସ୍‌, ତାପରେ…

କଟକ,୯।୭(ପ୍ରଭୁକଲ୍ୟାଣ ପାଲ୍): ପୁଣି ଦୁର୍ଘଟଣା କଲା ଆମ ବସ୍ । କଟକ ବାଦାମବାଡ଼ି ମଲାଚଣ୍ଡିଆ ଛକ ନିକଟରେ ଏକ ବାଇକ ଉପରେ ଚଢ଼ିଲା ଆମ ବସ୍ ।…

ସରକାରଙ୍କ ଅଣଦେଖା! ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଗର୍ଜିଲେ ଆଶାକର୍ମୀ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ କାର୍ଯ୍ୟରତ ଆଶାକର୍ମୀଙ୍କ ପ୍ରତି ସରକାର ଅଣଦେଖା ମନୋଭାବ ପୋଷଣ କରୁଛନ୍ତି । ଏଭଳି ଅଭିଯୋଗ ଆଣି ଗୁରୁବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ରଣହୁଙ୍କାର ଦେଇଛନ୍ତି…

ପ୍ରଧାନମନ୍ତ୍ରୀ ମୋଦି କ୍ରିକେଟ ମ୍ୟାଚ ସହ ଟସ ବିଷୟରେ କାହିଁକି କହିଲେ? ହସ ରୋକି ପାରିଲେନି ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆଲବାନିଜ

ମେଲବୋର୍ନ,୯।୭: ଅଷ୍ଟ୍ରେଲିଆରେ ପହଞ୍ଚିବା ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲବୋର୍ନରେ ତାଙ୍କ ଭାଷଣ ସମୟରେ କ୍ରିକେଟ ବିଷୟ ଉଠାଇ ପରିବେଶକୁ ହାଲୁକା କରିଥିଲେ। ଏକ ମିଳିତ ପ୍ରେସ…

NDAରେ ଯୋଗ ଦେବେ ଶରଦ ପାଓ୍ବାର? କଳ୍ପନା ଜଳ୍ପନା ମଧ୍ୟରେ ଦଳ ଭିତରେ ମତଭେଦ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ପୁଣି ଥରେ ଏକ ବଡ଼ ରାଜନୈତିକ ଅସ୍ଥିରତା ସୃଷ୍ଟି ହେବାର ଚର୍ଚ୍ଚା ଜୋର ଧରିଛି। ‘ଅପରେସନ ଟାଇଗର’ ପରେ, ‘ଅପରେସନ ଟୁଟାରି’ ସମ୍ପର୍କରେ ଆଲୋଚନା…

ଟିଏମସିର ବ୍ୟାଙ୍କ ଆକାଉଣ୍ଟରୁ ଟଙ୍କା ଉଠାଇପାରିବେ ମମତା, ହାଇକୋର୍ଟରୁ ମିଳିଲା ବଡ଼ ଆଶ୍ବସ୍ତି

କୋଲକାତା,୯।୭: ମମତା ବାନାର୍ଜୀଙ୍କ ଦଳ, ତୃଣମୂଳ କଂଗ୍ରେସ (TMC)କୁ କୋଲକାତା ହାଇକୋର୍ଟରୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ମିଳିଛି । ଦୈନନ୍ଦିନ ଖର୍ଚ୍ଚ ପୂରଣ କରିବା ପାଇଁ କୋର୍ଟ ଟିଏମସିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri