୧୫ ହଜାର ତଳେ ସକ୍ରିୟ ମାମଲା…

ନୂଆଦିଲ୍ଲୀ, ୩୦।୩ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ୧ ହଜାର ୨୩୩ ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୪୦ ତଳେ ରହିଛି। ଦୈନିକ ମୃତ୍ୟୁ ସଂଖ୍ୟା ୩୧ରେ ପହଞ୍ଚିଛି। ଅପରପକ୍ଷରେ ସକ୍ରିୟ ମାମଲା କମିବାରେ ଲାଗିଛି। ଏହି ସମୟରେ ସକ୍ରିୟ ମାମଲା ୧୫ ହଜାର ତଳେ ରହିଛି। ଏହା ୧୪ ହଜାର ୭୦୪ ରହିଛି।

ସେହିପରି ୨୪ ଘଣ୍ଟାରେ ୧ ହଜାର ୮୭୬ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୧ ହଜାର ୧୦୧ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୩୦ ଲକ୍ଷ ୨୩ ହଜାର ୨୧୫ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୪ ଲକ୍ଷ ୮୭ ହଜାର ୪୧୦ ଜଣ ସୁସ୍ଥ ହୋଇ ସାରିଛନ୍ତି।

ଗତ ୨୪ ଘଣ୍ଟାରେ କେରଳର ସର୍ବାଧିକ ୪୨୪ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ମିଜୋରାମରେ ୧୫୭ ଏବଂ ମହାରାଷ୍ଟ୍ରରେ ୧୦୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସୂଚନାଯୋଗ୍ୟ, ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୮୩ କୋଟି ୮୦ ଲକ୍ଷରୁ ଅଧିକ ଟପିଛି। ସେଥିମଧ୍ୟରେ ୯୧ କୋଟି ୩୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୭୯ କୋଟି ୩୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି।

Share