ସକ୍ରିୟ ମାମଲା ୪୦ ହଜାର ତଳେ…

ନୂଆଦିଲ୍ଲୀ, ୧୩।୩ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗିଛି। ଦୈନିକ ସଂକ୍ରମଣ ୪ ହଜାର ତଳେ ରହିଛି। ଦୈନିକ ସଂକ୍ରମଣ ୩ ହଜାର ୧୧୬ ରେ ପହଞ୍ଚିଛି। ସେହିପରି ମୃତ୍ୟୁ ସଂଖ୍ୟା ୫୦ରୁ କମ୍‌ ଅଛି। ମୃତ୍ୟୁ ସଂଖ୍ୟା ୪୭ରହିଛି। ଅପରପକ୍ଷରେ ସକ୍ରିୟ ମାମଲା କମିବାରେ ଲାଗିଛି।

ଏହି ସମୟରେ ସକ୍ରିୟ ମାମଲା ୪୦ ହଜାର ତଳେ ପହଞ୍ଚିଛି। ଏହା ୩୮ ହଜାର ୬୯ ରହିଛି। ସେହିପରି ୨୪ ଘଣ୍ଟାରେ ୫ ହଜାର ୫୫୯ ସୁସ୍ଥ ହୋଇଛନ୍ତି। ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୧୫ ହଜାର ୮୫୦ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୨୯ ଲକ୍ଷ ୯୦ ହଜାର ୯୯୧ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୪ ଲକ୍ଷ ୩୭ ହଜାର ୭୨ ଜଣ ସୁସ୍ଥ ହୋଇ ସାରିଛନ୍ତି।

ସୂଚନାଯୋଗ୍ୟ, ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୮୦ କୋଟି ୧୦ ଲକ୍ଷରୁ ଅଧିକ ଟପିଛି। ସେଥିମଧ୍ୟରେ ୯୧ କୋଟି ୧୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୭୭ କୋଟି ୯୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି।

ଗତ ୨୪ ଘଣ୍ଟାରେ କେରଳର ସର୍ବାଧିକ ୧,୦୮୮ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ମିଜୋରାମରେ ୩୫୭ ଏବଂ ମହାରାଷ୍ଟ୍ରରେ ୩୨୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ନୀଳଗିରି ଚାଷର ଜାଲ: କମ୍ପାନୀ ଲାଭରେ, ବିପଦରେ ପରିବେଶ!

ଥୁଆମୂଳ ରାମପୁର, ୧୦।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ଅଞ୍ଚଳରେ ଦିନକୁ ଦିନ ନୀଳଗିରି (Eucalyptus) ଚାଷ ବୃଦ୍ଧି ପାଇବାରେ ଲାଗିଛି । ଏହି ଚାଷକୁ…

ଓଡିଶାର କଶ୍ମୀର ବୁଲିଲେ ଉପମୁଖ୍ୟମନ୍ତ୍ରୀ: ବଡ଼ଧରଣର ଘୋଷଣାକୁ ଅପେକ୍ଷା

ଦାରିଙ୍ଗବାଡି, ୧୦।୨ (ଅରୁଣ ସାହୁ ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ଗସ୍ତରେ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡା ଗସ୍ତ କରିଛନ୍ତି। ସେ…

ପୂର୍ବ ଶତ୍ରୁତାରୁ ତୁମୁଳ କାଣ୍ଡ, ରାତି ଅଧରେ ପଡ଼ୋଶୀ ଘରେ ନିଆଁ ଲଗାଇ…

ଖଇରା,୧୦।୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ମୁଣିଦା ଗାଁର ନିରଞ୍ଜନ ପାଢୀଙ୍କର ୩ ବଖରା ଘର ପୋଡି ନଷ୍ଟ ହୋଇ ଯାଇଛି । ତେବେ…

ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ କାହିଁକି ଧନ୍ୟବାଦ ଦେଲେ ଶ୍ରୀଲଙ୍କା ରାଷ୍ଟ୍ରପତି? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୧୦।୨: ICC ପୁରୁଷ T20 ବିଶ୍ୱକପ 2026 ର ସବୁଠାରୁ ବଡ଼ ମ୍ୟାଚ, ଭାରତ ବନାମ ପାକିସ୍ତାନ, ନେଇ ସୃଷ୍ଟି ହୋଇଥିବା ବିବାଦର ଏବେ ଅନ୍ତ ଘଟିଛି।…

ହାଇୱେରେ ଏକୁଟିଆ ଦେଖି ଲୁଟୁଥିଲେ, ଚାରି ଲୁଟେରାଙ୍କ ସହ ଛଅ ବାଇକ ଜବତ କଲା ପୁଇଁନ୍ତଲା ପୋଲିସ

ବଲାଙ୍ଗୀର,୧୦।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପୁଇଁନ୍ତଲା ପୋଲିସକୁ ପୁଣି ମିଳିଛି ସଫଳତା । ପୁଣି ଏକ ବାଇକ୍ ଲୁଟେରା ଗ୍ୟାଙ୍ଗକୁ ଧରିବାରେ ସଫଳତା ହୋଇଛି ପୋଲିସ…

ଭାରତ ପରେ ଏହି ଦେଶ ପାଇଁ ଟାରିଫ କମ୍‌ କଲେ ଟ୍ରମ୍ପ, କିଛି ଉତ୍ପାଦନ ହେଲା ଡ୍ୟୁଟି ଫ୍ରି

ଓ୍ବାଶିଂଟନ,୧୦।୨: ଭାରତ ପରେ, ଆମେରିକା ଏବଂ ବାଂଲାଦେଶ ମଧ୍ୟରେ ଏକ ନୂତନ ବାଣିଜ୍ୟ ଚୁକ୍ତିନାମା ହୋଇଛି, ଯାହା ଅଧୀନରେ ଆମେରିକା ମଧ୍ୟ ବାଂଲାଦେଶୀ ଉତ୍ପାଦ ଉପରେ ଶୁଳ୍କ…

୫୦ ଲକ୍ଷ ଟଙ୍କାର ଚାକିରି ଛାଡିଲେ, ଏବେ ମୋମୋ ବିକ୍ରି କରି ରୋଜଗାର କରୁଛନ୍ତି ୫ କୋଟି, ଏହି ବ୍ୟକ୍ତିଙ୍କ କାହାଣୀ…

ନୂଆଦିଲ୍ଲୀ,୧୦।୨: ଗୁରଗାଓଁର ଜଣେ ଯୁବ ଉଦ୍ୟୋଗୀ ସାକେତ ସୌରଭଙ୍କ କାହାଣୀ ଆଜିକାଲି ସୋସିଆଲ ମିଡିଆରେ ର୍ଚ୍ଚାରେ ଅଛି। ସାକେତ ୨୦୨୩ରେ ତାଙ୍କର ବାର୍ଷିକ ୫୨ ଲକ୍ଷ ଲାଭଜନକ…

ପ୍ରେମକୁ ମଜଭୁତ କରିବ ଟେଡି ଡେ’

ଭୁବନେଶ୍ୱର,୧୦ା୨(ସୌମ୍ୟରଞ୍ଜନ ରାଉତ):ଭାଲେଣ୍ଟାଇନ୍ସ ସପ୍ତାହର ତୃତୀୟ ଦିବସ ସୋମବାର ଚକୋଲେଟ୍‌ ଡେ’ରେ ପ୍ରେମୀଯୁଗଳ ପରସ୍ପରକୁ ଚକୋଲେଟ ଦେଇ ସମ୍ପର୍କରେ ମଧୁରତା ବୃଦ୍ଧି କରିଥିଲେ। ମଙ୍ଗଳବାର ଚତୁର୍ଥ ଦିବସକୁ ଟେଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri