Posted inଜାତୀୟ

୪୫ ହଜାର ତଳେ ସକ୍ରିୟ ମାମଲା, ଦୈନିକ ସଂକ୍ରମଣ ୪ ହଜାରରୁ କମ…

ନୂଆଦିଲ୍ଲୀ, ୨।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି କମିଛି। ସେହିପରି ସକ୍ରିୟ ମାମଲାରେ ହ୍ରାସ ଦେଖିବାକୁ ମିଳିଛି। ଗତ ୨୪ ଘଣ୍ଟାରେ ସକ୍ରିୟ ମାମଲା ୪୫ ହଜାରରୁ କମ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୪ ହଜାରରୁ କମ ରହିଛି। ଗତ ୨୪ ଘଣ୍ଟାରେ ଏହା ୩,୩୧୮ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୪,୨୭୬ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧୦ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୮ ଥିଲା। ଏହି ସମୟରେ ସକ୍ରିୟ ମାମଲା ୪୪ ହଜାର ୧୭୫ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୪୭ ହଜାର ୨୪୬ ଥିଲା। ସେହିପରି ୨୪ ଘଣ୍ଟାରେ ୬,୩୭୯ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୬,୦୩୭ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୧ ହଜାର ୫୬୪ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୯ ଲକ୍ଷ ୫୨ ହଜାର ୯୯୬ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୩ ଲକ୍ଷ ୭୭ ହଜାର ୨୫୭ ଜଣ ସୁସ୍ଥ ହୋଇ ସାରିଛନ୍ତି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାର୍ଚ୍ଚ ପୂର୍ବରୁ ବୋତୋସ୍ବାନାରୁ ଆସିବେ ଚିତା

ନୂଆଦିଲ୍ଲୀ,୮|୨(ପି.ଟି.): ବୋତୋସ୍ବାନାରୁ ପ୍ରଥମ ପର୍ଯ୍ୟାୟରେ କେତେକ ଚିତାବାଘ ଚଳିତ ମାସ ଶେଷ ସୁଦ୍ଧା ଭାରତରେ ଆସି ପହଞ୍ଚତ୍ବେ ବୋଲି ଆଶା କରାଯାଉଥିବା କେନ୍ଦ୍ର ପରିବେଶ ମନ୍ତ୍ରୀ ଭୂପେନ୍ଦ୍ର…

T20 World Cup : ପ୍ରଥମ ମ୍ୟାଚ୍‌ରେ ଜବରଦସ୍ତ ଟକ୍କର: ବାଜି ମାରିଲା ଟିମ୍‌ ଇଣ୍ଡିଆ, ୨୯ ରନ୍‌ରେ ହାରିଲା ଆମେରିକା

ମୁମ୍ବାଇ,୭।୨: ଚଳିତ ଟି୨୦ ବିଶ୍ୱକପ୍‌ରେ ଭାରତ ପ୍ରଥମ ମ୍ୟାଚ୍‌ରେ ଆମେରିକାକୁ ଭେଟିଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା।…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା…

T20 World Cup: ଆରମ୍ଭରୁ ଆଣ୍ଠେଇଲାଣି ଟିମ୍‌ ଇଣ୍ଡିଆ, ବଡ଼ ସ୍କୋର କରିବା ମୁସ୍କିଲ; ବାଜି ମାରି ନେଇପାରେ USA 

ମୁମ୍ବାଇ,୭।୨ଁ: ଆରମ୍ଭ ହୋଇଛି ୨୦୨୬ ଟି୨୦ ବିଶ୍ୱକପ । ଟିମ ଇଣ୍ଡିଆ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ ଖେଳୁଛି। ଏଥିରେ ଆମେରିକା…

ଚାଲିଥିଲା ବାର୍ଷିକୋତ୍ସବ: ଅଣଛାତ୍ର ପଶି କଲେଜ ଛାତ୍ରଙ୍କୁ କଲେ ଲହୁଲୁହାଣ

ବଲାଙ୍ଗୀର,୭ା୨(ସୁନିଲ କୁମାର ମହାନ୍ତି): ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ପ୍ରକାଶ ପାଇଛି। ଅଣଛାତ୍ରଙ୍କ ମାଡ଼ରେ ଦୁଇ କଲେଜ ଛାତ୍ର ଗୁରୁତର ହୋଇପଡ଼ିଛନ୍ତି। ବଲାଙ୍ଗୀର ସହର ଉପକଣ୍ଠରେ ଥିବା…

Post Office FD vs RD: କେଉଁ ସ୍କିମ୍‌ ଦେଉଛି ସବୁଠାରୁ ଅଧିକ ରିଟର୍ନ? ନିବେଶ ପୂର୍ବରୁ ଜାଣି ରଖନ୍ତୁ…

ନୂଆଦିଲ୍ଲୀ,୭।୨:  ଛୋଟ ନିବେଶକଙ୍କ ମଧ୍ୟରେ ପୋଷ୍ଟ ଅଫିସ ଫିକ୍ସଡ୍ ଡିପୋଜିଟ୍ (FD) ଏବଂ ରିକରିଂ ଡିପୋଜିଟ୍ (RD) ବହୁତ ଲୋକପ୍ରିୟ। ଏହି ଦୁଇଟି ସ୍କିମ୍ ଭାରତ ସରକାରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri