Posted inଜାତୀୟ

ସକ୍ରିୟ ମାମଲା ୭ ହଜାର ତଳେ…

ନୂଆଦିଲ୍ଲୀ, ୨୪।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି କମିଛି। ସେହିପରି ସକ୍ରିୟ ମାମଲାରେ ହ୍ରାସ ଦେଖିବାକୁ ମିଳିଛି। ଗତ ୨୪ ଘଣ୍ଟାରେ ସକ୍ରିୟ ମାମଲା ୭ ହଜାରରୁ କମ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୬ ଶହରୁ କମ ରହିଛି। ଗତ ୨୪ ଘଣ୍ଟାରେ ଏହା ୫୪୯ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୪୦୪ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୩ ରେ ପହଞ୍ଚିଛି। ଗୋଟିଏ ଦିନତଳେ ଏହା ୩ ଥିଲା ା ଏହି ସମୟରେ ସକ୍ରିୟ ମାମଲା ୬ ହଜାର ୫୯୧ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୭ ହଜାର ୧୦୪ ଥିଲା। ସେହିପରି ୨୪ ଘଣ୍ଟାରେ ୧,୦୫୯ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୯୨୦ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୧ ହଜାର ୮୪୯ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୯ ଲକ୍ଷ ୮୭ ହଜାର ୮୯୧ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୪ ଲକ୍ଷ ୪୯ ହଜାର ୪୫୧ ଜଣ ସୁସ୍ଥ ହୋଇ ସାରିଛନ୍ତି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସନ୍ଧ୍ୟାରେ ଆଇନ ଶୃଙ୍ଖଳା ଆଲୋଚନା, ରାତିରେ ବଦଳି: ବଦଳିଲେ ୧୦ ଜିଲାର ଆଇପିଏସ୍‌ ଅଫିସର

ଭୁବନେଶ୍ବର, ୨୪।୫(ସୁନିତ୍‌ ମିଶ୍ର): ଶନିବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ନେଇ ଆଲୋଚନାକରିବା ପରେ ରାତିରେ ଆଇପିଏସ୍‌ ଅଫିସର ସ୍ତରରେ ବଡ଼ ଧରଣର ଅଦଳବଦଳ…

ଚନ୍ଦ୍ରପୃଷ୍ଠକୁ ଯାତ୍ରା ପାଇଁ ନୂଆ ଶସ୍ତା ମାର୍ଗ

ନୂଆଦିଲ୍ଲୀ,୨୪।୫: ମହାକାଶ ଗବେଷଣା କ୍ଷେତ୍ରରେ ବୈଜ୍ଞାନିକମାନଙ୍କୁ ଏକ ବଡ଼ ସଫଳତା ମିଳିଛି। ପୃଥିବୀରୁ ଚନ୍ଦ୍ରପୃଷ୍ଠକୁ ଯାତ୍ରା କରିବା ପାଇଁ ଏକ ନୂତନ ଏବଂ କମ୍‌ ଇନ୍ଧନ ଖର୍ଚ୍ଚ…

୧୦ ଦିନରେ ୫ ଟଙ୍କା ମହଙ୍ଗା ପେଟ୍ରୋଲ, ଡିଜେଲ

ଭାରତରେ ତୈଳ ବିପଣନ କମ୍ପାନୀ ପେଟ୍ରୋଲ ଓ ଡିଜେଲ ଦର ୧୦ ଦିନ ମଧ୍ୟରେ ୩ ଥର ବୃଦ୍ଧି କରିସାରିଲେଣି। ଶନିବାର ପେଟ୍ରୋଲ ଦର ଲିଟର ପିଚ୍ଛା…

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

କୋଟିଏ ଟଙ୍କାର ବୀମା ଟଙ୍କା ପାଇଁ ସ୍ବାମୀଙ୍କ ଉପରେ ଲାଗିଲା ଗୁରୁତର ଅଭିଯୋଗ! ସୋସିଆଲ ମିଡ଼ିଆରେ ଘୁରି ବୁଲୁଛି ଭିଡ଼ିଓ

ଚେନ୍ନାଇ,୨୩।୫: ତେଲେଙ୍ଗାନାର ଖମ୍ମମ ଜିଲାର ଥିରୁମାଲାୟାପାଲେମ ମଣ୍ଡଳରେ ଅବସ୍ଥିତ ଗୋଲ ଥାଣ୍ଡା ଗାଁରେ ଜଣେ ୨୯ ବର୍ଷୀୟ ବିବାହିତ ମହିଳାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ମିଳିଛି। ମୃତକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri