ସକ୍ରିୟ ମାମଲା ୮ ଲକ୍ଷ ତଳେ…

ନୂଆଦିଲ୍ଲୀ, ୧୦।୨ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ଏହା ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟା କମିଛି। ଏହି ସମୟରେ ଦୈନିକ ସଂକ୍ରମଣ ୬୭ ହଜାର ୮୪ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୧,୨୪୧ ଜଣଙ୍କ ମୃତ୍ୟୁ ଘଟିଛି।

ସେହିପରି ଗତ ୨୪ ଘଣ୍ଟାରେ ୧ ଲକ୍ଷ ୬୭ ହଜାର ୮୮୨ ଜଣ ସୁସ୍ଥ ହୋଇଛନ୍ତି। ଅପରପକ୍ଷରେ ସକ୍ରିୟ ମାମଲା ୮ ଲକ୍ଷ ତଳେ ପହଞ୍ଚିଛି। ଏହି ସମୟରେ ସକ୍ରିୟ ମାମଲାର ୭ ଲକ୍ଷ ୯୦ ହଜାର ୭୮୯ ରେ ପହଞ୍ଚିିଛି। ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୬ ହଜାର ୫୨୦ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୨୪ ଲକ୍ଷ ୭୮ ହଜାର ୬୦ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୧୧ ଲକ୍ଷ ୮୦ ହଜାର ୭୫୧ ଜଣ ସୁସ୍ଥ ହୋଇ ସାରିଛନ୍ତି।

ଗତ ୨୪ ଘଣ୍ଟାରେ ଦେଶର ୬ଟି ରାଜ୍ୟ ମଧ୍ୟରେ କେରଳର ସର୍ବାଧିକ ୨୩,୨୫୩ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ମହାରାଷ୍ଟ୍ରରେ ୭,୧୪୨, କର୍ନାଟକରେ ୫,୩୩୯, ତାମିଲନାଡୁରେ ୩,୯୭୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜସ୍ଥାନରେ ୩,୭୨୮ ଏବଂ ଗୁଜୁରାଟରେ ୨,୫୬୦ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସୂଚନାଯୋଗ୍ୟ, ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୭୧ କୋଟି ୩୦ ଲକ୍ଷ ଟପିଛି। ସେଥିମଧ୍ୟରେ ୯୦ କୋଟି ୨୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୭୩ କୋଟି ୩୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ପଶ୍ଚିମବଙ୍ଗରେ ବନ୍ଦ ହେଲା ୨୫୨ ମଦ୍ରାସା

କୋଲକାତା,୧୩ା୯: ପଶ୍ଚିମବଙ୍ଗ ସରକାର ରାଜ୍ୟରେ ଚାଲୁଥିବା ଇସ୍‌ଲାମୀୟ ଶିକ୍ଷାନୁଷ୍ଠାନଗୁଡ଼ିକର ସମୀକ୍ଷା କରିବା ପରେ ୨୫୨ ମଦ୍ରାସାକୁ ବନ୍ଦ କରିବା ପାଇଁ ନୋଟିସ ଜାରି କରିଛନ୍ତି। ଯାଞ୍ଚ ପ୍ରକ୍ରିୟାର…

ବ୍ୟବସାୟିକ ଜାହାଜ ଉପରେ ଆକ୍ରମଣ: ଭାରତୀୟ ନାବିକ ନିଖୋଜ

ନୂଆଦିଲ୍ଲୀ,୧୩ା୯: ଓମାନ ଉପକୂଳରେ ବ୍ୟବସାୟିକ ଜାହାଜ ଏମ୍‌ଟି ଏଲ୍‌ ଗାଇଆ ଉପରେ ଆକ୍ରମଣ ହେବାରୁ ଜଣେ ଭାରତୀୟ ନାବିକ ନିଖୋଜ ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ରବିବାର ସ୍ପଷ୍ଟ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

ପଶ୍ଚିମବଙ୍ଗ ଉପନିର୍ବାଚନ; ପ୍ରାର୍ଥୀ ଘୋଷଣା କଲା TMC, ନନ୍ଦିଗ୍ରାମରେ ବଡ଼ ନିଷ୍ପତ୍ତି

କୋଲକାତା,୧୩।୯: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ପାଇଁ ତୃଣମୂଳ କଂଗ୍ରେସ (TMC) ନିଜ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ।…

ବାହୁଦା ନଦୀକୁ ଗାଧୋଇବାକୁ ଯାଇ ବୃଦ୍ଧ ନିଖୋଜ ଘଟଣା, ଆଜି ମିଳିଲା….

ଦିଗପହଣ୍ଡି/ଚିକିଟି,୧୩।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଳକ ଲାଲମେଣ୍ଟା ପଞ୍ଚାୟତ କୋଳିପେଣ୍ଠ ଗ୍ରାମରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ବୃନ୍ଦାବନ…

ପେଟ୍ରୋଲ ଦରକୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଲିଟର ପ୍ରତି ୧୦୦ ଟଙ୍କା….

ଇସଲାମାବାଦ,୧୩।୯: ମହଙ୍ଗା ଇନ୍ଧନ ଦରରୁ ସାଧାରଣ ଲୋକଙ୍କୁ ଆଶ୍ୱସ୍ତି ଦେବାକୁ ପାକିସ୍ତାନ ସରକାର ଏକ ବଡ଼ ରିଲିଫ୍‌ ଯୋଜନା ଘୋଷଣା କରିଛି। ରବିବାର ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?