ସକ୍ରିୟ ମାମଲା ୮ ଲକ୍ଷ ତଳେ…

ନୂଆଦିଲ୍ଲୀ, ୧୦।୨ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ଏହା ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟା କମିଛି। ଏହି ସମୟରେ ଦୈନିକ ସଂକ୍ରମଣ ୬୭ ହଜାର ୮୪ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୧,୨୪୧ ଜଣଙ୍କ ମୃତ୍ୟୁ ଘଟିଛି।

ସେହିପରି ଗତ ୨୪ ଘଣ୍ଟାରେ ୧ ଲକ୍ଷ ୬୭ ହଜାର ୮୮୨ ଜଣ ସୁସ୍ଥ ହୋଇଛନ୍ତି। ଅପରପକ୍ଷରେ ସକ୍ରିୟ ମାମଲା ୮ ଲକ୍ଷ ତଳେ ପହଞ୍ଚିଛି। ଏହି ସମୟରେ ସକ୍ରିୟ ମାମଲାର ୭ ଲକ୍ଷ ୯୦ ହଜାର ୭୮୯ ରେ ପହଞ୍ଚିିଛି। ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୬ ହଜାର ୫୨୦ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୨୪ ଲକ୍ଷ ୭୮ ହଜାର ୬୦ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୧୧ ଲକ୍ଷ ୮୦ ହଜାର ୭୫୧ ଜଣ ସୁସ୍ଥ ହୋଇ ସାରିଛନ୍ତି।

ଗତ ୨୪ ଘଣ୍ଟାରେ ଦେଶର ୬ଟି ରାଜ୍ୟ ମଧ୍ୟରେ କେରଳର ସର୍ବାଧିକ ୨୩,୨୫୩ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ମହାରାଷ୍ଟ୍ରରେ ୭,୧୪୨, କର୍ନାଟକରେ ୫,୩୩୯, ତାମିଲନାଡୁରେ ୩,୯୭୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜସ୍ଥାନରେ ୩,୭୨୮ ଏବଂ ଗୁଜୁରାଟରେ ୨,୫୬୦ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସୂଚନାଯୋଗ୍ୟ, ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୭୧ କୋଟି ୩୦ ଲକ୍ଷ ଟପିଛି। ସେଥିମଧ୍ୟରେ ୯୦ କୋଟି ୨୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୭୩ କୋଟି ୩୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଣ୍ଡବାବାଙ୍କ ୨୦ ସ୍ତ୍ରୀଙ୍କ ମଧ୍ୟରେ ନିଜ ଝିଅ

ନ୍ୟୁୟର୍କ,୮।୧୨: କେତେଜଣ ଅନ୍ଧ ଅନୁଗାମୀଙ୍କୁ ନେଇ ନିଜକୁ ନିଜେ ବାବା ବୋଲାଉଥିଲେ। ଯୌନ ପିପାସା ମେଣ୍ଟାଇବା ପାଇଁ ବହୁ ବିବାହ କଲେ। ତାଙ୍କ ୨୦ ସ୍ତ୍ରୀଙ୍କ...

୭ ବର୍ଷର ରେକର୍ଡ ଭାଙ୍ଗିଲା ତେଲ

ନୂଆଦିଲ୍ଲୀ,୨୩ା୨: କୋଭିଡ୍‌ ମହାମାରୀ ଯୋଗୁ ଭୁଶୁଡ଼ିପଡ଼ିଥିବା ବିଶ୍ୱ ଅର୍ଥନୀତି ଅଣ୍ଟା ସଳଖି ଛିଡ଼ା ହେବାକୁ ଉଦ୍ୟମ କରୁଥିବାବେଳେ ରୁଷିଆର ଜିଦ୍‌ଖୋର ମନୋବୃତ୍ତି ଆଉ ଏକ ବିପତ୍ତିକୁ...

ଦୀପାବଳି ପର୍ଯ୍ୟନ୍ତ ମିଳିବ ମାଗଣା ରାଶନ: ମୋଦି

ନୂଆଦିଲ୍ଲୀ,୩ ।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁଜରାଟରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା(ପିଏମ୍‌ଜିକେଏୱାଇ)ର ଲାଭାର୍ଥୀଙ୍କ ସହ ମଙ୍ଗଳବାର ଭିଡିଓ କନଫରେନ୍‌ସିଂ ମାଧ୍ୟମରେ କଥା ହୋଇଛନ୍ତି...

ଶାହାଙ୍କ ମିଶନ ୟୁପି ଆରମ୍ଭ

ଲକ୍ଷ୍ନେୀ,୨୯।୧୦: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଉତ୍ତର ପ୍ରଦେଶ ଗସ୍ତରେ ଅଛନ୍ତି। ଆଗାମୀ ବିଧାନସଭା ନିର୍ବାଚନ ପୂର୍ବରୁ ସେ ନିଜ ଦଳୀୟ ପ୍ରଚାର କାର୍ଯ୍ୟକ୍ରମରେ...

ବରଗଡ଼ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୧୦ରେ ପହଞ୍ଚିଲା

ବରଗଡ଼ ଅଫିସ,୨ା୭: ବରଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଜିଲାର ଗୋଟିଏ ଅଞ୍ଚଳରୁ ଆଉ ଗୋଟିଏ ଅଞ୍ଚଳକୁ ଏହା ବ୍ୟାପିବାରେ ଲାଗିଛି। ଗୁରୁବାର...

ମୋଦିଙ୍କୁ ବଦନାମ କରିବା ପାଇଁ ଚାଲିଛି ଷଡଯନ୍ତ୍ର: ସ୍ମୃତି ଇରାନୀ

ନୂଆଦିଲ୍ଲୀ,୧୭।୨: ପ୍ରଧାନମନ୍ତ୍ରୀ ମୋଦିଙ୍କ ବିରୋଧରେ ଷଡଯନ୍ତ୍ର ଚାଲିଥିବା ନେଇ ଏକ ସାମ୍ବାଦିକ ସମ୍ମିଳନୀରେ ଅଭିଯୋଗ କରିଛନ୍ତି କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ। ସେ କହିଛନ୍ତି, ପ୍ରଧାନମନ୍ତ୍ରୀ...

ଆର୍‌ଏସ୍‌ଏସ୍‌ ନେତାଙ୍କ ଉପରେ ଆତଙ୍କବାଦୀ ଆକ୍ରମଣ ଆଶଙ୍କା: ଗୋଇନ୍ଦା ରିପୋର୍ଟ

ନୂଆଦିଲ୍ଲୀ,୧୦।୨: ଦେଶରେ ଆତଙ୍କବାଦୀ ଆକ୍ରମଣ ହେବାର ଆଶଙ୍କା ଥିବା ନେଇ ଗୋଇନ୍ଦା ବିଭାଗ ପକ୍ଷରୁ ରିପୋର୍ଟ ଜାରି ହୋଇଛି। ଏଥିରେ ଦର୍ଶାଯାଇଛି ଯେ, କିଛି ଆର୍‌ଏସ୍‌ଏସ୍‌...

ମୁଖ୍ୟମନ୍ତ୍ରୀଙ୍କ ଉପରେ ଆପତ୍ତିଜନକ ପୋଷ୍ଟ କଲେ ୧୫ ବର୍ଷର ବାଳକ: ମିଳିଲା ନିଆରା ଦଣ୍ଡ

ମୁରାଦାବାଦ୍‌,୨୪।୫: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଉପରେ ସୋସିଆଲ୍‌ ମିଡିଆରେ ଆପତ୍ତିଜନକ ପୋଷ୍ଟ କରିବା ଅଭିଯୋଗରେ ୧୫ ବର୍ଷୀୟ ବାଳକଙ୍କୁ ଏକ ନିଆରା ଦଣ୍ଡ...

Advertisement
Archives

Model This Week