୮୫ ହଜାର ତଳେ ସକ୍ରିୟ ମାମଲା…

ନୂଆଦିଲ୍ଲୀ, ୨୯।୮ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୮୫ ହଜାର ତଳେ ରହିଛି। ମହାରାଷ୍ଟ୍ର, କେରଳରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି। ଏହା ସହିତ ମାସ୍କ ପିନ୍ଧିବା ଏବଂ କରୋନା ମାର୍ଗଦର୍ଶିକା ପାଳନ କରିବାକୁ କୁହାଯାଇଛି।
ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୮ ହଜାର ତଳେ ରହିଛି। ଏହା କମି ୭,୫୯୧ ରହିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୪୫ ରେ ପହଞ୍ଚିଛି। ଏହି ସମୟରେ ସକ୍ରିୟ ମାମଲା କମି ୮୪ ହଜାର ୯୩୧ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟାରେ ୯ ହଜାର ୨୦୬ ଜଣ ସୁସ୍ଥ ହୋଇଛନ୍ତି। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୭ ହଜାର ୭୯୯ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୪ ଲକ୍ଷ ୧୫ ହଜାର ୭୨୩ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୩୮ ଲକ୍ଷ ୨ ହଜାର ୯୯୩ ଜଣ ସୁସ୍ଥ ହୋଇ ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିନନ୍ଦନଙ୍କ ବିମାନ ଦୁର୍ଘଟଣା ଭଳି ଘଟଣାକୁ ରୋକାଯିବ: ଏବେ ଡିଆର୍‌ଡିଓ ତିଆରି କରିବ ନୂଆ ସଫ୍ଟଓ୍ବେର

ନୂଆଦିଲ୍ଲୀ, ୨୬।୯: ବାୟୁସେନା ଓ୍ବିଙ୍ଗ୍‌ କମାଣ୍ଡର ଅଭିନନ୍ଦନ ବର୍ଥମାନଙ୍କ ଯୁଦ୍ଧ ବିମାନର ରେଡ଼ିଓ ଫ୍ରିକ୍ୱେନ୍ସି କାମ କରିବା ବନ୍ଦ କରିବାରୁ ଏହା ନିୟନ୍ତ୍ରଣ ହରାଇ ତଳେ...

ଜେୱର ଅନ୍ତର୍ଜାତୀୟ ବିମାନବନ୍ଦରର ଶିଳାନ୍ୟାସ କରିବେ ମୋଦି

ନୂଆଦିଲ୍ଲୀ,୨୫ ।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଅର୍ଥାତ୍ ୨୫ ନମେଭ୍ୱର ଦିନ ୧ଟା ବେଳେ ଉତ୍ତର ପ୍ରଦେଶର ଗୌତମବୁଦ୍ଧ ନଗର ଜେୱରରେ ନୋଏଡା ଅନ୍ତର୍ଜାତୀୟ...

ଲଦାଖ ଏଲ୍‌ଏସିରେ ଗର୍ଜିଲା ଭାରତର ଯୁଦ୍ଧ ବିମାନ

ଲେହ,୨୬।୬: ଚାଇନା ସହ ଉତ୍ତେଜନା ମଧ୍ୟରେ ଶୁକ୍ରବାର ଲଦାଖର ଲେହରେ ଭାରତୀୟ ସେନା ଓ ବାୟୁସେନା ମିଳିତ ଭାବେ ଯୁଦ୍ଧାଭ୍ୟାସ କରିଛନ୍ତି। ଏହି ଯୁଦ୍ଧାଭ୍ୟାସରେ ଯୁଦ୍ଧ...

୨୬/୧୧ ମୁମ୍ବାଇ ଆକ୍ରମଣ ଷଡ଼ଯନ୍ତ୍ରକାରୀ ତହଓ୍ବୁର ରାଣା ଗିରଫ: ଭାରତକୁ ପ୍ରତ୍ୟର୍ପଣର ହେବ ବିଚାର

ଲସ୍‌ ଏଞ୍ଜେଲସ୍‌/ ନୂଆଦିଲ୍ଲୀ, ୨୦।୬: ମୁମ୍ବାଇ ୧୬/୧୧ ଆକ୍ରମଣର ଷଡ଼ଯନ୍ତ୍ରକାରୀ ତହଓ୍ବୁର ରାଣାଙ୍କୁ ଲସ୍‌ ଏଞ୍ଜେଲସ୍‌ ପୋଲିସ ଗିରଫ କରିଛି। ମୂଳ ପାକିସ୍ତାନୀ ରାଣା କାନାଡ଼ାରେ...

ମନ୍‌ କି ବାତ୍‌: ୩୦୦ ଫୁଟ ମାଟି ତଳେ ବାସ କରୁଥିବା ବଡ଼ମାଛ ବିଷୟରେ ସୂଚନା ଦେଲେ ମୋଦି

ନୂଆଦିଲ୍ଲୀ, ୨୩।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୬୨ ତମ ମନ୍‌ କି ବାତ୍‌ କାର୍ଯ୍ୟକ୍ରମରେ ମେଘାଳୟର ଗୁମ୍ଫାରେ ମିଳୁଥିବା ଏକ ଦୁର୍ଲଭ ପ୍ରଜାତିର ମାଛ ସମ୍ପର୍କରେ...

୧୦ ହଜାର ଶିକ୍ଷକଙ୍କୁ ପିଅନ, ମାଳି କରାଇବାକୁ ଚାହୁଁଛନ୍ତି ଏହି ରାଜ୍ୟ ସରକାର

ଅଗରତାଲା,୨୯।୭: ତ୍ରିପୁରା ସରକାର ସୁପ୍ରିମକୋର୍ଟରେ ଏକ ପିଟିସନ ଦାଖଲ କରିଛନ୍ତି। ଏହି ପିଟିଶନରେ ୧୦ ହଜାରର ପୋଷ୍ଟ ଗ୍ରାଜୁଏଟ, ଗ୍ରାଜୁଏଟ ଏବଂ ଅଣ୍ଡର ଗ୍ରାଜୁଏଟ୍‌ ଶିକ୍ଷକଙ୍କୁ...

ଗୁଜରାଟ ରାଜନୀତିରେ ପରିବର୍ତ୍ତନ ଆଣିବା ଲକ୍ଷ୍ୟ

ଅହମଦାବାଦ,୧୬।୫: ଚଳିତ ବର୍ଷ ଶେଷ ଭାଗରେ ଗୁଜରାଟ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ରାଜ୍ୟ ରାଜନୀତିରେ ପରିବର୍ତ୍ତନ ଆଣିବା ଲକ୍ଷ୍ୟରେ ଆମ୍‌ ଆଦ୍‌ମୀ ପାର୍ଟି...

ବିଧାନସଭାରେ ହଟ୍ଟଗୋଳ: ଭାଜପା ବିଧାୟକ ସଦନରୁ ନିଲମ୍ବିତ

ନୂଆଦିଲ୍ଲୀ,୨୯।୭: ଦିଲ୍ଲୀ ବିଧାନସଭା ମୌସୁମୀ ଅଧିବେଶନରେ ଗୁରୁବାର ଜୋରଦାର ହଟ୍ଟଗୋଳ ହୋଇଛି। ବିରୋଧୀ ଦଳ ସଦସ୍ୟମାନେ ବାଚସ୍ପତିଙ୍କ ସହ ଯୁକ୍ତିତର୍କ ମଧ୍ୟ କରିଛନ୍ତି। ଗୃହରେ ପ୍ରବଳ...

Advertisement
Archives

Model This Week