ସକ୍ରିୟ ରହିଛି ଲଘୁଚାପ: ଜାରି ହେଲା ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୯।୯(ବ୍ୟୁରୋ): ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଆଗାମୀ ୩୬ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ତତସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡିଶା ଉପକୁଳ ସମୁଦ୍ର ଏକ ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ପାଣିପାଗ ବିଭାଗ ଅନୁଯାୟୀ, ୧୦ ତାରିଖ ବେଳକୁ ୧୧ ଜିଲାରେ ଏବଂ ୧୧ ତାରିଖରେ ୧୦ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଥିପାଇଁ ଏହି ସବୁ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରିଛି ପାଣିପାଗ ବିଭାଗ। ଏହି ଲଘୁଚାପ ପ୍ରଭାବରେ ଉପକୂଳ ଅଞ୍ଚଳର କିଛି ଜିଲାରେ ବର୍ଷା ଜାରି ରହିଛି।