ବିଜେଡି ଛାଡ଼ିଲେ ଅଭିନେତା ଆକାଶ ଦାସ ନାୟକ, ଧରିବେ ପଦ୍ମ!

ଭୁବନେଶ୍ୱର,୩୦।୩: ବିଜେଡିକୁ ବାଏ ବାଏ କହିଲେ ଓଡ଼ିଆ ଅଭିନେତା ତଥା ପୂର୍ବତନ ବିଜେଡ଼ି ନେତା ଆକାଶ ଦାସନାୟକ। ୨୦୨୪ ଲୋକ ସଭା ନିର୍ବାଚନକୁ ନେଇ ବର୍ତ୍ତମାନ ଦଳ ଡିଆଁ ପର୍ବ ଚାଲିଛି। ଇତିମଧ୍ୟରେ ବିଜେଡି ଛାଡ଼ିଛନ୍ତି ଆକାଶ ଦାସନାୟକ।

ଯାଜପୁର ଜିଲାର ୭ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ କୋରେଇ, ବରୀ ଓ ବଡ଼ଚଣା ଆସନ ନିମନ୍ତେ ବିଜେଡି ପ୍ରଥମ ପର୍ଯ୍ୟାୟରେ ପ୍ରାର୍ଥୀ ଘୋଷଣା କରି ନ ଥିବାରୁ ଆଶାୟୀ ପ୍ରାର୍ଥୀଙ୍କ ମଧ୍ୟରେ ଉତ୍କଣ୍ଠା ବଢ଼ିବାରେ ଲାଗିଛି। କାହାକୁ ମିଳିବ ଟିକେଟ ଏବଂ କିଏ ବାଦ ପଡ଼ିବେ ସେନେଇ ନେତା ଓ ସେମାନଙ୍କ ସମର୍ଥକମାନେ ଚିନ୍ତାରେ ରହିଛନ୍ତି। ତେବେ ଯାଜପୁର ବିଧାନସଭା ଆସନରେ ଚର୍ଚ୍ଚାରେ ନ ଥିବା ଜଣେ ମହିଳାଙ୍କୁ ବିଜେଡି ପ୍ରାର୍ଥୀ କରିଥିବାରୁ ଏହାକୁ ଅନେକେ ଡମି ପ୍ରାର୍ଥୀ ବୋଲି ଆଲୋଚନା କରୁଛନ୍ତି।

ଏହିକ୍ରମରେ କୋରେଇରେ ଟିକେଟ ଦୌଡ଼ରେ ଥିବା ବିଧାୟକ ଅଶୋକ ବଳ ଏବଂ ପୂର୍ବତନ ବିଧାୟକ ତଥା ମୋ କଲେଜ ଅଧ୍ୟକ୍ଷ ଆକାଶ ଦାସନାୟକ ବଳି ପଡ଼ିପାରନ୍ତି। ଏଥିଯୋଗୁ ଆକାଶ ବିଜେଡି ଛାଡ଼ି ପଦ୍ମ ଧରିପାରନ୍ତି ଏବଂ ଭାଜପା ଟିକେଟରେ ନିର୍ବାଚନ ଲଢ଼ିପାରନ୍ତି ବୋଲି ଚର୍ଚ୍ଚା ହେଉଛି।

ସୂଚନାଥାଉ କି, ୨୦୧୪ ସାଧାରଣ ନିର୍ବାଚନରେ ଅଭିନେତାରୁ ବିଜେଡି ନେତା ସାଜି ଆକାଶ ପ୍ରଥମ ଥର କୋରେଇ ଆସନରୁ ବିଜୟୀ ହୋଇଥିଲେ। ହେଲେ ୨୦୧୯ରେ ଆକାଶଙ୍କୁ ଟିକେଟ ମିଳି ନ ଥିଲା। ତେଣୁ ତାଙ୍କୁ ମୋ କଲେଜର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବୁଲେଟ୍‌ ଡିକିରୁ ମିଳିଲା ୧.୯୫ ଲକ୍ଷ

ବିନିକା,୨୮।୪(ରାମଗୋପାଳ ବାଘ): ନିର୍ବାଚନରେ ବେଆଇନ ଟଙ୍କା କାରବାର ରୋକିବାକୁ ସୁବର୍ଣ୍ଣପୁର ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ଯାନବାହନ ଯାଞ୍ଚକୁ କଡାକଡି କରାଯାଇଛି। ଏହି କ୍ରମରେ...

ଏହି ୩ ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର, ୨୮।୪: କଂଗ୍ରେସ ପକ୍ଷରୁ ରହିବାର ୨ଟି ଲୋକ ସଭା ଏବଂ ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ୮ ବିଧାନସଭା...

ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ...

୮ ବିଧାନସଭା, ୨ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ: ଜାଣନ୍ତୁ କାହାକୁ ମିଳିଲା କେଉଁଠୁ ଟିକେଟ୍‌

ଭୁବନେଶ୍ୱର,୨୮।୪: କଂଗ୍ରେସ ପକ୍ଷରୁ ରବିବାର ୨ ଲୋକ ସଭା ଏବଂ ୮ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। ୨ଟି ବିଧାସଭା ଆସନରେ ପ୍ରାର୍ଥୀ...

ବୀରମିତ୍ରପୁର ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମ୍‌ଏମ୍‌

କୁଆଁରମୁଣ୍ଡା,୨୮।୪(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ନିର୍ବାଚନ ମଣ୍ଡଳୀ ବିଧାନସଭା ପାଇଁ ଇଣ୍ଡିଆମେଣ୍ଟ ପକ୍ଷରୁ ଜେଏମ୍‌ଏମ୍‌ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ...

ଅସହ୍ୟ ହେଲାଣି ତାତି:୪୩ ଉପରେ ୧୨ ସହର ତାପମାତ୍ରା

ଭୁବନେଶ୍ୱର, ୨୮।୪(ଅସମାପିକା ସାହୁ)- ରାଜ୍ୟରେ ଅସମ୍ଭାଳ ହେଲାଣି ତାତି। ଘର ବାହାରକୁ ବାହାରିବା ତ’ ଦୂର, ଘର ଭିତରେ ବି ଆଉ ରହିବା ମୁସ୍କିଲ ହୋଇଗଲାଣି।...

ବଢୁଛି ତାତି: ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ କର

ସମ୍ବଲପୁର,୨୭ା୪(ବି.ଶଙ୍କର): ସଂପ୍ରତି ରାଜ୍ୟରେ ତାପମାତ୍ରା ବୃଦ୍ଧି ହୋଇଛି । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ତାପମାତ୍ରା ବୃଦ୍ଧି ଯୋଗୁ ରାଜ୍ୟ ସରକାର ସମସ୍ତ ବିଦ୍ୟାଳୟ ଓ...

ମୋଦି ପ୍ରଧାନମନ୍ତ୍ରୀ ହେବାପରେ ଭାରତ ବଦଳି ଯାଇଛି : ନଡ୍ଡା

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରରେ ରବିବାର ଭାଜପାର ବିଶାଳ ଜନ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଆମ୍ବପୁଆ ବିଜୟ ସଂକଳ୍ପ ସମାବେଶରେ ଭାଜପାରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଉପସ୍ଥିତ ରହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri