ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି ସୂଚନା ଦେଇଛନ୍ତି। ତେବେ ନିଜ ମାତୃଭାଷା କନ୍ନଡରେ କଥା ହେଉଥିବାରୁ ଦୃର୍ବୃତ୍ତମାନେ ଉତ୍ତେଜିତ ହୋଇ ସେ ଓ ତାଙ୍କ ସ୍ବାମୀଙ୍କୁ ଆକ୍ରମଣ କରିଥିବା ହର୍ଷିକା କହିଛନ୍ତି। ଏନେଇ ସେ ଫେସବୁକରେ କିଛି ଭିଡିଓ ମଧ୍ୟ ଶେୟାର କରିଛନ୍ତି। ତେବେ ଘଟଣାକୁ ନେଇ ହର୍ଷିକା ସ୍ଥାନୀୟ ପୋଲିସ ଷ୍ଟେସନର ସହାୟତା ଲୋଡ଼ିଥିବା ବେଳେ ଏହି ମାମଲାରେ କୌଣସି କାର୍ଯ୍ୟାନୁଷ୍ଠାନ ହୋଇ ନ ଥିବା ସେ ଅଭିଯୋଗ କରିଛନ୍ତି।
ଘଟଣା ସମ୍ପର୍କରେ ହର୍ଷିକା କହିଛନ୍ତି, ବେଙ୍ଗାଲୁରୁର ଫ୍ରେଜର ଟାଉନ ସ୍ଥିତ ଏକ ରେଷ୍ଟୁରାଣ୍ଟରେ ସେ ତାଙ୍କ ସ୍ବାମୀଙ୍କ ସହ ନିକଟରେ ରାତ୍ରୀ ଭୋଜନ କରିବାକୁ ଯାଇଥିଲେ। ଯେତେବେଳେ ଉଭୟ ଭୋଜନ ସାରି କାର୍‌ ପାର୍କି ସ୍ଥଳକୁ ଫେରିଲେ, ସେତେବେଳେ ୨ ଜଣ ଦୃର୍ବୃତ୍ତ ତାଙ୍କ ସହ ଯୁକ୍ତିତର୍କ କରିବାକୁ ଲାଗିଥିଲେ। ଏହି ସମୟରେ ଦୃର୍ବୃତ୍ତମାନେ ତାଙ୍କ ସ୍ବାମୀଙ୍କ ସୁନା ଚେନ ଛଡ଼ାଇବାକୁ ଚେଷ୍ଟା କରିବା ସହ ତାଙ୍କ କାରକୁ କ୍ଷତି ପହଞ୍ଚାଇଥିଲେ। ଏହାକୁ ବିରୋଧ କରିବାରୁ କାହିଁକି କନ୍ନଡରେ କଥା ହେଉଛ ବୋଲି କହି ଦୃର୍ବୃତ୍ତମାନେ ଉତ୍ତେଜିତ ହୋଇଥିଲେ। ହିନ୍ଦୀ ଓ ଉର୍ଦ୍ଦୁରେ କଥା ହେଉଥିବା ଏହି ଦୃର୍ବୃତ୍ତମାନେ କନ୍ନଡ଼ ଭାଷାରେ କଥା ହେବାକୁ ନେଇ ଆପତ୍ତି ଉଠାଇଥିଲେ।
ଏହି ଘଟଣାକୁ ନେଇ ହର୍ଷିକା ନିଜ ଫେସବୁକ୍‌ ପୋଷ୍ଟରେ କେତେକ ପ୍ରଶ୍ମ ଉଠାଇଛନ୍ତି। ନିଜ ସହର ବେଙ୍ଗାଲୁରୁରେ ମାତୃଭାଷା କନ୍ନଡ଼ ବ୍ୟବହାର କରିବାରେ କ’ଣ ପ୍ରତିବନ୍ଧକ ରହିଛି ବୋଲି ସେ ପ୍ରଶ୍ନ କରିଛନ୍ତି। ସେହିପରି ପାକିସ୍ତାନ ଓ ଆଫଗାନିସ୍ତାନ ପରି ଏଭଳି ନିନ୍ଦନୀୟ ଘଟଣା ବେଙ୍ଗାଲୁରୁରେ କିପରି ଘଟୁଛି ପ୍ରଶ୍ନ କରି ହର୍ଷିକା ଅସନ୍ତୋଷ ପ୍ରକାଶ କରିଛନ୍ତି। ନିଜ ସହରରେ ସେ ସୁରକ୍ଷିତ ଅଛନ୍ତି କି ନାହିଁ ବୋଲି କର୍ନାଟକ ସରକାର ଓ ପୋଲିସକୁ ହର୍ଷିକା ପ୍ରଶ୍ନ କରିଛନ୍ତି। ଏପରି ଘଟଣା ରୋକିବା ସହ ବେଙ୍ଗାଲୁରୁର ଜନସାଧାରଣଙ୍କୁ ସୁରକ୍ଷା ଯୋଗାଇବା ପାଇଁ ସେ ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟାଙ୍କୁ ଅପିଲ କରିଛନ୍ତି। ତାଙ୍କ ଉପରେ ହୋଇଥିବା ଏହି ଆକ୍ରମଣକୁ ଗୁରୁତର ସହ ନେଇ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ହର୍ଷିକା ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

Rare Solar Eclipse: ୧୦୦ବର୍ଷ ପରେ ଅତି ବିରଳ ସୂର୍ଯ୍ୟ ପରାଗ, ଦିନ ୧୨ଟାରେ ଭାରତରେ ଘୋଟିଯିବ କିଟକିଟ ଅନ୍ଧାର! ପକ୍ଷୀମାନେ କରିବେ…

ଆଗକୁ ଏକ ଏମିତି ସୂର୍ଯ୍ୟପରାଗ ଆସୁଛି ଯାହା ସମସ୍ତଙ୍କୁ ଚମକାଇ ଦେବ । ଦିନ ୧୨ଟାରେ ସବୁକିଛି ଅନ୍ଧାର ହୋଇଯିବ । ଦିନ ହଠାତ୍ ରାତିରେ ପରିଣତ…

୧୦ ଉଇକେଟରେ ଜିତିଲା ନ୍ୟୁଜିଲାଣ୍ଡ

ଚେନ୍ନାଇ,୧୦ା୨- ଟି୨୦ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ୟୁଏଇକୁ ପରାସ୍ତ କରିଛି। ୟୁଏଇ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍‌ର ଟାର୍ଗେଟ୍‌କୁ ଟିମ୍‌ ସିଫର୍ଟ…

ଭାରତରେ କଠୋର ହେଲା AI ନିୟମ: ୩ ଘଣ୍ଟା ମଧ୍ୟରେ ହଟାଯିବ ଏସବୁ ପୋଷ୍ଟ

ନୂଆଦିଲ୍ଲୀ,୧୦।୨: AI ଏବଂ ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri