ପରପାରିରେ ବିଶିଷ୍ଟ ଅଭିନେତା-ନିର୍ଦ୍ଦେଶକ ସଚ୍ଚି ଦାସ

ଭୁବନେଶ୍ୱର,୧୮।୪: ଆରପାରିରେ ବିଶିଷ୍ଟ ସିନେ କଳାକାର ଡ. ସଚ୍ଚି ଦାସ । ମୃତ୍ୟୁବେଳକୁ ତାଙ୍କୁ ୭୩ ବର୍ଷ ହୋଇଥିଲା । ସଚ୍ଚି ଦାସ, କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ସମ୍ମାନପ୍ରାପ୍ତ ଜଣେ ଓଡ଼ିଆ ନାଟ୍ୟକାର, ନିର୍ଦ୍ଦେଶକ ଏବଂ ଅଭିନେତା । ଓଡ଼ିଶା ଯାତ୍ରା ଜଗତର ଭୀଷ୍ମ ପିତାମହ ଭାବେ ଜଣାଶୁଣା ସଚ୍ଚି ଦାସ । ସେ ୫୦୦ରୁ ଉର୍ଦ୍ଧ୍ୱ ଯାତ୍ରା ସହିତ, ୧୦୦ରୁ ଉର୍ଦ୍ଧ୍ୱ ନାଟକରେ ନିର୍ଦ୍ଦେଶନା ଦେଇଛନ୍ତି । ୪୦୦ରୁ ଅଧିକ ଯାତ୍ରା ଓ ନାଟକ ସେ ନିଜେ ରଚନା କରିଛନ୍ତି ।

ତାଙ୍କ ମୃତ୍ୟୁ ଖବର ଶୁଣିବା ପରେ ପୁରା କଳାକାର ମହଲରେ ଶୋକର ଛାୟା ଖେଳିଯାଇଛି ।
ପିତା ଭଗିରଥ ଦାସ ଓ ମାତା ପ୍ରିୟମ୍ବଦା ଦେବୀଙ୍କ ସନ୍ତାନ ସଚ୍ଚି, ୧୯୩୬ ମସିହାରେ ଯାଜପୁର ଜିଲାର ବରୀଠାରେ ଜନ୍ମଗ୍ରହଣ କରିଥିଲେ । ପିତା ଥିଲେ ଜଣେ ସ୍ବାଧୀନତା ସଂଗ୍ରାମୀ । ମାତା ପ୍ରିୟମ୍ବଦା ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସଚ୍ଚିଙ୍କର ଅଭିନୟ ଗାଁ ମଞ୍ଚରୁ ଆରମ୍ଭ ହୋଇଥିଲା । ନାଟକର ନାଁ ଥିଲା ଟିପଚିହ୍ନ । ଛାତ୍ରାବସ୍ଥାରେ ସେ ଗୁରୁ ଶ୍ୟାମସୁନ୍ଦର ଧୀରଙ୍କଠାରୁ ଶାସ୍ତ୍ରୀୟ ଗାୟନ ଓ ତବଲା ବାଦନ ଶିକ୍ଷା କରିଥିଲେ । ୧୯୫୮ ମସିହାରେ ସେ ଜନତା ରଙ୍ଗମଞ୍ଚ ସହିତ ଜଡ଼ିତ ହୋଇଥିଲେ । ସ୍ବର୍ଗତ ସଚ୍ଚି ଦାସ ପ୍ରାୟ ସବୁ ଚଳଚିତ୍ର ଓ ଡ୍ରାମାରେ ଜମିଦାର, ସମ୍ଭ୍ରାନ୍ତ ଘରର ମୁରବୀ ଭାବରେ ଅଭିନୟ କରି ଖୁବ ସୁନାମ ଅର୍ଜି ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ହୋର୍ମୁଜରେ ଫସିଗଲା ଭାରତର ୨୨ ଜାହାଜ, ୬ LPG ଜାହାଜକୁ ଘେରିଗଲେ…

ନୂଆଦିଲ୍ଲୀ,୧୫।୩; ପଶ୍ଚିମ ଏସିଆରେ ସଂଘର୍ଷ ଯୋଗୁଁ ସୃଷ୍ଟି ହୋଇଥିବା ଉତ୍ତେଜନା ସମଗ୍ର ବିଶ୍ୱକୁ ପ୍ରଭାବିତ କରିଛି। ଭାରତ ମଧ୍ୟ ଏହାର ପ୍ରଭାବ ଅନୁଭବ କରିଛି। ବିଶେଷକରି, ହରମୁଜ…

ଯୁଦ୍ଧରେ ପୁଟିନଙ୍କ ଏଣ୍ଟ୍ରି? ଆମେରିକା ଆଖି ଆଗରେ ଖାମେନେଇଙ୍କୁ ନେଇଗଲା ରୁଷିଆ!

ମସ୍କୋ,୧୫।୩: ଏପର୍ଯ୍ୟନ୍ତ, ସମ୍ଭାବ୍ୟ ଇରାନ-ଆମେରିକା ସଂଘର୍ଷରେ ରୁଷିଆର ଭୂମିକା ସମ୍ପର୍କରେ ଆଲୋଚନା କେବଳ କଳ୍ପନାଜଳ୍ପନା ହୋଇ ରହିଥିଲା; ତଥାପି, ଏକ ନୂତନ ରିପୋର୍ଟ ଏବେ ସାମ୍ନାକୁ ଆସିଛି…

ତଳଆମ୍ବପଦରରେ ରକ୍ତାକ୍ତ ସଂଘର୍ଷ: ୨୧ ଜଣ ଗିରଫ, ବିଧାନସଭାରେ ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ପ୍ରଶ୍ନ

ଥୁଆମୂଳ ରାମପୁର,୧୫।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ତଳଆମ୍ବପଦର ଗ୍ରାମରେ ସିଜିମାଳି ଖଣି ଖନନକୁ କେନ୍ଦ୍ର କରି ସୃଷ୍ଟି ହୋଇଥିବା ବିବାଦ ଉଗ୍ର…

LPG ପରେ ଏବେ ଇଲେକ୍ଟ୍ରିକୁ ନେଇ ସରକାରଙ୍କ ବଡ଼ ଘୋଷଣା, ପଡିବ ବଡ଼ ପ୍ରଭାବ

ନୂଆଦିଲ୍‌ଲୀ,୧୫।୩: LPG ଏବଂ PNG ନିୟମରେ ପରିବର୍ତ୍ତନ ପରେ, କେନ୍ଦ୍ର ସରକାର ବର୍ତ୍ତମାନ ବିଦ୍ୟୁତ ନିୟନ୍ତ୍ରଣ ନିୟମରେ ପ୍ରମୁଖ ସଂଶୋଧନ ଘୋଷଣା କରିଛନ୍ତି। ଏହି ପରିବର୍ତ୍ତନଗୁଡ଼ିକ ବ୍ୟକ୍ତି,…

ବ୍ୟବସାୟ କରିବାକୁ ଯାଉଥିଲେ, ସକାଳୁ ଘଟିଲା ବଡ଼ ଦୁର୍ଘଟଣା

ଭଞ୍ଜନଗର,୧୫।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବଡକୋଦଣ୍ଡା ଛକ ନିକଟରେ ରବିବାର ସକାଳେ ଏକ ଡାଲା ଅଟୋ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଚାଳକ ଗୋପାଳ…

ଯୁଦ୍ଧ ହେଲା ଭୟଙ୍କର: ସରକାରୀ କର୍ମଚାରୀଙ୍କ କଟିବ ଦରମା, ସରକାର ନେଲେ ବଡ଼ ନିଷ୍ପତ୍ତି

ଇସଲାମବାଦ,୧୫।୩: ମଧ୍ୟପ୍ରାଚ୍ୟ ଯୁଦ୍ଧରେ କେବଳ ଗୋଟିଏ ଦେଶରେ ନୁହେଁ ସାରା ବିଶ୍ୱରେ ପଡିଛି ବଡ଼ ପ୍ରଭାବ । ଏବେ ଖବର ଆସିଛି ଯେ ଯୁଦ୍ଧ ଯୋଗୁ କେବଳ…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ଏବେ ଏମାନଙ୍କୁ ମିଳିବ ନାହିଁ କମର୍ସିଆଲ LPG ସିଲିଣ୍ଡର…

ନୂଆଦିଲ୍‌ଲୀ,୧୫।୩: ରାଜ୍ୟ ସରକାର ଏଲପିଜି ସଙ୍କଟ ଭିତରେ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏଣିକି ବାଣିଜି୍ୟକ ସିଲିଣ୍ଡର ବଣ୍ଟନ ପାଇଁ ଏକ ନୀତି ଜାରି କରିଛନ୍ତି। ଏହି ନୀତି…

ସ୍ତ୍ରୀ, ବୋହୂ ,ନାତୁଣୀଙ୍କୁ ହତ୍ୟା ଘଟଣା : ମେଡିକାଲରେ ଅଭିଯୁକ୍ତଙ୍କ ମୃତ୍ୟୁ 

ଦେବଗଡ଼,୧୫।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ଗରିଆପାଲି ଗ୍ରାମରେ ଟ୍ରିପଲ ମର୍ଡର ଘଟଣାର ଅଭିଯୁକ୍ତଙ୍କ ମୃତ୍ୟୁ ଘଟିଛି। ସେ ବିଷ ଖାଇ ଗୁରୁତର ଥିବାରୁ ବୁର୍ଲା ମେଡିକାଲରେ …

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri