ହାଜର ହେଲେ ଅନୁଭବ, ହେଲାନି ସାକ୍ଷ୍ୟ ଗ୍ରହଣ

କଟକ,୨୮ା୬(କାର୍ତ୍ତିକ ସାହୁ):ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ନିର୍ଯାତନା ମାମଲାରେ ଗୁରୁବାର କଟକ ଜେଏମ୍‌ଏଫ୍‌ସି (ଏମ୍‌ପି/ଏମ୍‌ଏଲ୍‌ଏ ସ୍ବତନ୍ତ୍ର କୋର୍ଟ)ରେ ଅଭିନେତା ତଥା ପୂର୍ବତନ ଏମ୍‌ପି ଅନୁଭବ ମହାନ୍ତି ଓ ତାଙ୍କ ଦୁଇ ସହଯୋଗୀ ହାଜର ହୋଇଛନ୍ତି। ପୂର୍ବ ଶୁଣାଣି ୨୫ ତାରିଖରେ ପ୍ରତିପକ୍ଷମାନେ କେହି ହାଜର ହୋଇ ନ ଥିବାରୁ ସାକ୍ଷ୍ୟଗ୍ରହଣ ନିମନ୍ତେ ଗୁରୁବାରକୁ ଧାର୍ଯ୍ୟ ହୋଇଥିଲା। ମାତ୍ର କୌଣସି କାରଣରୁ ସେମାନଙ୍କର ସାକ୍ଷ୍ୟ ଗ୍ରହଣ ହୋଇପାରିନାହିଁ। ଫଳରେ ପରବର୍ତ୍ତୀ ଶୁଣାଣି ନିମନ୍ତେ ଆସନ୍ତା ଜୁଲାଇ ୧୯କୁ ଧାର୍ଯ୍ୟ କରାଯାଇଛି।
ମାମଲାର ବିବରଣୀ ଅନୁଯାୟୀ, ଅନୁଭବଙ୍କ ବିରୋଧରେ ବର୍ଷା ପ୍ରିୟଦର୍ଶିନୀ ପୁରୀଘାଟ ଥାନାରେ ୨୦୨୦ରେ ଏକ ନିର୍ଯାତନା ମାମଲା ରୁଜୁ କରିଥିଲେ। ଅନୁଭବ ତାଙ୍କୁ ମାନସିକ, ଶାରୀରିକ ଭାବେ ନିର୍ଯାତନା ଦେବା ସହ ବିଭିନ୍ନ ସମୟରେ ଧମକ ଦେଉଥିବା ସେ ଅଭିଯୋଗରେ ଦର୍ଶାଇଥିଲେ। ଅନୁଭବଙ୍କ ଦୁଇ ସହଯୋଗୀ ସୁଜିତ୍‌ ଦଳାଇ ଓ ଖଗେନ୍ଦ୍ର ପ୍ରସାଦ ସାହୁ ମଧ୍ୟ ତାଙ୍କୁ ନିର୍ଯାତନା ଦେଉଥିବା ବର୍ଷା ଅଭିଯୋଗରେ ଉଲ୍ଲେଖ କରିଥିଲେ। ଏହି ମାମଲାକୁ ରଦ୍ଦ କରିବା ପାଇଁ ଅନୁଭବ କୋର୍ଟରେ ଡିସ୍‌ଚାର୍ଜ ପିଟିଶନ୍‌ ଦାଏର କରିଥିଲେ। ହେଲେ ବର୍ଷାଙ୍କ ପକ୍ଷରୁ ଏହାକୁ ବିରୋଧ କରାଯିବା ସହ ଏହି ମାମଲାରେ ଚାର୍ଜଫ୍ରେମ୍‌ ପାଇଁ ଯୁକ୍ତି ରଖାଯାଇଥିଲା। କଟକ ଜେଏମ୍‌ଏଫ୍‌ସି କୋର୍ଟ ଅନୁଭବ କରିଥିବା ଆବେଦନକୁ ଗତ ମେ ୮ରେ ଖାରଜ କରିଦେଇଥିଲେ। ଏଥିସହ ମେ ୧୦ରେ ଚାର୍ଜଫ୍ରେମ ପାଇଁ ନିର୍ଦ୍ଦେଶ ଦେଇଥିଲେ। ଉକ୍ତ ଦିନ ଅନୁଭବଙ୍କୁ ହାଜର ହେବା ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ହେଲେ ଅନୁଭବ କୋର୍ଟରେ ହାଜର ନ ହୋଇ ସମୟ ଗଡ଼ାଇବାରୁ ଜାମିନବିହୀନ ଗିରଫ ପରଓ୍ବାନା (ଏନ୍‌ବିଡବ୍ଲ୍ୟୁ) ଜାରି କରାଯାଇଥିଲା। ସ୍ବତନ୍ତ୍ର କୋର୍ଟଙ୍କ ଏନ୍‌ବିଡବ୍ଲ୍ୟୁ ଜାରି ବିରୋଧରେ ଅନୁଭବ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଅନୁଭବଙ୍କ ଆବେଦନର ଶୁଣାଣି କରି ଏନ୍‌ବିଡବ୍ଲ୍ୟୁ ଉପରେ ହାଇକୋର୍ଟ ସ୍ଥଗିତାଦେଶ ଦେଇଥିଲେ। ଏନ୍‌ବିଡବ୍ଲ୍ୟୁ ମାମଲାରେ ଅନୁଭବ ଗୁରୁବାର ସ୍ବତନ୍ତ୍ର କୋର୍ଟରେ ହାଜର ହୋଇଥିଲେ। ଏହାପରେ ତାଙ୍କ ନାମରେ ଓ ତାଙ୍କର ଦୁଇ ସହଯୋଗୀଙ୍କ ନାମରେ ଚାର୍ଜଫ୍ରେମ୍‌ ହୋଇସାରିଛି। ଆଇନଜୀବୀ ଅଫ୍ରଜ ଅହମ୍ମଦ ମାମଲା ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ…

ଗୋଟିଏ ଦିନରେ ୩ ଦୁର୍ଘଟଣା

ମୋରଡ଼ା/ରାସଗୋବିନ୍ଦପୁର,୬ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ମୟୂରଭଞ୍ଜ ଜିଲା ମୋରଡ଼ା ଓ଼ ରାସଗୋବିନ୍ଦପୁର ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ରାସଗୋବିନ୍ଦପୁର…

ସି କେ ନାଇଡୁ ଟ୍ରଫି: ବେଙ୍ଗଲ ଦଳ ୩୦୧/୬ , ଆୟୁଷ ସିଂଙ୍କ ଶତକ

ବରଗଡ଼,୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡରେ ଓଡ଼ିଶା ଓ ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ସି.କେ ନାଇଡୁ ଟ୍ରଫିର ଏଲାଇଟ୍ ଗ୍ରପ୍‌ – ବି…

୮୫ କି.ଗ୍ରା. ଗଞ୍ଜେଇ ଜବତ: ୩ ଅଟକ

ଆନନ୍ଦପୁର, ୬ା୨(ସୁଶାନ୍ତ କୁମାର ସାହୁ): ଗଞ୍ଜେଇ ଭର୍ତ୍ତି ୨ଟି ଚାରିଚକିଆ ଗାଡି କେନ୍ଦୁଝର ସ୍ପେଶାଲ ସ୍କ୍ବାଡ୍‌ ଦ୍ୱାରା ଜବତ କରାଯାଇଛି। ଏଥିରେ ୮୫ କି.ଗ୍ରା. ଗଞ୍ଜେଇ ଥିବା…

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍‌ ପହଞ୍ଚିଲା ପୋଲିସ

ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ…

Under 19 World Cup 2026: ଷଷ୍ଠ ଥର ପାଇଁ ଭାରତ ଚାମ୍ପିୟନ, ୧୭୫ ରନ୍‌ର ଇନିଂସ ଖେଳି ଇଂଲଣ୍ଡର ଆଶାକୁ ଧୂଳିସାତ କଲେ…

ହରାରେ, ୬।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୬ଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି।…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri