Posted inରାଜ୍ୟ

ବିଜେଡି ଛାଡ଼ିଲେ ଅଭିନେତା ଅରିନ୍ଦମ ରାୟ

ଭୁବନେଶ୍ୱର,୧୫ା୩: ବିଜୁ ଜନତା ଦଳ(ବିଜେଡି)ରୁ ଇସ୍ତଫା ଦେଇଛନ୍ତି ଅଭିନେତା ଅରିନ୍ଦମ ରାୟ । ସାଧାରଣ ସଂପାଦକ ସହିତ ଦଳର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଛନ୍ତି। ଦଳର ସଭାପତି ନବୀନ ପଟ୍ଟନାୟକଙ୍କୁ ସେ ତାଙ୍କର ଇସ୍ତଫା ପତ୍ର ପଠାଇଛନ୍ତି। ଇସ୍ତଫା ପତ୍ରରେ ମୁଖ୍ୟମନ୍ତ୍ରୀ ନବୀନଙ୍କୁ ନିଜର କ୍ଷୋଭ ଜଣାଇଛନ୍ତି।

ଏଥି ସହିତ ଦଳ ମଧ୍ୟରେ ଥିଲେ ମଧ୍ୟ ତାଙ୍କୁ କିମ୍ବା ତାଙ୍କ କାର୍ଯ୍ୟକୁ ଦଳରେ ମର୍ଯ୍ୟାଦା ମିଳୁନଥିବା ସେ କହିଛନ୍ତି। ତେବେ ଅନେକ ଥର ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ସେ ଚାହିଁଥିଲେ ବି ସୁଯୋଗ ମିଳି ନଥିବାରୁ, ତାଙ୍କୁ ଭେଟିବାର ମାପଦଣ୍ଡ ପୂରଣ କରୁନଥିବା ଅନୁଭବ କରୁଥିବା ମଧ୍ୟ ସେ କହିଛନ୍ତି। ୨୦୦୯ରେ ବିଜେଡିରେ ଯୋଗ ଦେଇଥିଲେ ଅରିନ୍ଦମ। ୨୦୧୪ରୁ ଦଳର ନିୟମୀୟତ ଦଳର ତାରକା ପ୍ରଚାରକ ହୋଇ ଆସୁଥିଲେ।

ନିକଟରେ ଦେବାଶିଷଙ୍କୁ ରାଜ୍ୟ ସଭା ପ୍ରାର୍ଥୀ ଭାବେ ଚୟନ କରାଯାଇଥିବାରୁ ବିଜେଡି ରାଜ୍ୟ ସାଧାରଣ ସମ୍ପାଦକ ତଥା ଅଭିନେତା ଅରିନ୍ଦମ ରାଏଙ୍କୁ କଟକରୁ ଟିକେଟ ସୁନିଶ୍ଚିତ ବୋଲୁ ଆଲୋଚନା ଜୋର୍‌ ଧରିଥିଲା। ଅରିନ୍ଦମ କିଛିମାସ ହେବ ଚା’ ଖଟି ଓ ସମସ୍ତ କାର୍ଯ୍ୟକ୍ରମରେ ଯୋଗଦେଇ ସାଧାରଣ ଲୋକଙ୍କ ନିକଟତର ହେଉଥିବା ନଜରକୁ ଆସିଥିଲା। ବାରବାଟୀ-କଟକ ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢିବା ପାଇଁ ପ୍ରଥମରୁ ମୁଁ ଆଶାୟୀ ରହିଛି ବୋଲି ଅରିନ୍ଦମ କହିଥିଲେ। ସୁଯୋଗ ମିଳିଲେ ନିଶ୍ଚିତ ନିର୍ବାଚନ ଲଢିବି। ଏଥିପାଇଁ ପ୍ରସ୍ତୁତ ଅଛି। ଦଳର ସୁପ୍ରିମୋ ଯାହା ନିଷ୍ପତ୍ତି ନେବେ ତାକୁ ଅପେକ୍ଷା କରିଛି ବୋଲି ସେ କହିଥିଲେ।

ଏହା ପୂର୍ବରୁ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଅରିନ୍ଦମ୍ ଭେଟିବା ପରେ ଚର୍ଚ୍ଚା ବଢିଥିଲା। କଟକ ଆଠଗଡ ଅନ୍ତର୍ଗତ ଧବଳେଶ୍ୱର ନିକଟରେ ଏକ ଘରୋଇ ରିସର୍ଟରେ ଉଭୟଙ୍କର ଦେଖା ସାକ୍ଷାତ ହୋଇଥିଲା। ଏହାପରଠାରୁ ଅରିନ୍ଦମ ଏକାକୀ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇ ଆସୁଥିବା ଦେଖିବାକୁ ମିଳିଥିଲା।

Image


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିକ୍ସ ଦେଶ ପାଇଁ RBI ର ବଡ଼ ପ୍ରସ୍ତାବ, ଫେଲ୍ ମାରିବେ ଟ୍ରମ୍ପଙ୍କ ଯୋଜନା

ନୂଆଦିଲ୍ଲୀ,୧୯।୧: ଟ୍ରମ୍ପଙ୍କ ଧମକ ପରେ ଧିମେଇ ଯାଇଥିବା ବ୍ରିକ୍ସ ସଂଗଠନର ସ୍ୱତନ୍ତ୍ର ମୁଦ୍ରା ପାଇଁ ବଡ ପ୍ରସ୍ତାବ ଦେଇଛି ଭାରତୀୟ ରିଜର୍ଭ ବ୍ୟାଙ୍କ(RBI)। ବ୍ରିକ୍ସ ସମ୍ମିଳନୀରେ...

ଦାୟିତ୍ୱବାନ ଦେଶ ତାଲିକା: ବିଶ୍ୱର ଶ୍ରେଷ୍ଠ ଦେଶ ମଧ୍ୟରେ ଭାରତ, ଶୀର୍ଷରେ ସିଙ୍ଗାପୁର

ନୂଆଦିଲ୍ଲୀ,୧୯।୧: ବିଶ୍ୱର ଦାୟିତ୍ୱବାନ ରାଷ୍ଟ୍ର ଗୁଡ଼ିକର ତାଲିକାରେ ଭାରତ ଏକ ଗୁରୁତ୍ୱପୂର୍ଣ୍ଣ ସଫଳତା ହାସଲ କରିଛି। ସଦ୍ୟ ପ୍ରକାଶିତ ‘ଦାୟିତ୍ୱବାନ ରାଷ୍ଟ୍ର ତାଲିକା’ (RNI) ୨୦୨୬...

ଭୁବନେଶ୍ୱରରେ ଭୟଙ୍କର ଦୁର୍ଘଟଣା: ଗୋଟିଏ କାର୍ ଉପରେ ଚଢ଼ିଗଲା ଆଉ ଏକ କାର୍

ଭୁବନେଶ୍ୱର,୧୯।୧: ରାଜଧାନୀର ବ୍ୟସ୍ତବହୁଳ ପଲାସୁଣୀ ଛକରେ ସୋମବାର ଏକ ଅଭାବନୀୟ ସଡ଼କ ଦୁର୍ଘଟଣା ଘଟିଛି। କଟକ ପଟୁ ଅତି ଦ୍ରୁତ ଗତିରେ ଆସୁଥିବା ଏକ କାର୍,...

ଓଡ଼ିଶାରେ ବଦଳିବ ୪୫ ବର୍ଷର ପୁରୁଣା ରାଜସ୍ୱ ଆଇନ: ଆସିବା ନୂଆ ‘ଲ୍ୟାଣ୍ଡ ମ୍ୟାନେଜମେଣ୍ଟ ଆକ୍ଟ’

ଭୁବନେଶ୍ୱର,୧୯।୧: ରାଜ୍ୟରେ ଜମିଜମା ପ୍ରଶାସନକୁ ଅଧିକ ସରଳ, ସ୍ୱଚ୍ଛ ଏବଂ ଲୋକାଭିମୁଖୀ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଦୀର୍ଘ...

ମେଡିକାଲ ବାଥରୁମ୍‌ରେ ଶିଶୁ କନ୍ୟାଙ୍କୁ ଛାଡି ଚମ୍ପଟ ମାରିଲେ ମା’

ଭଦ୍ରକ, ୧୯।୧(ସନାତନ ରାଉତ): ମେଡିକାଲ ବାଥରୁମ୍‌ରେ ନବଜାତ ଶିଶୁ କନ୍ୟାକୁ ଛାଡ଼ି ମା’ ଫେରାର । ନବଜାତ ଶିଶୁ କନ୍ୟାର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।...

୬ ମାସ ପରେ ଖୋଲିଲା ମଝିଘରିଆଣିଙ୍କ ମନ୍ଦିର ହୁଣ୍ଡି: ବାହାରିଲା ଏତେ କୋଟି ଟଙ୍କା ସହ ବିଦେଶୀ…

ରାୟଗଡା, ୧୯।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ମନ୍ଦିରର ୯ଟି ହୁଣ୍ଡି ସୋମବାର ଖୋଲାଯାଇ ଗଣତି କରାଯାଇଛି। ଉକ୍ତ ୯...

ହେଟାବାଘର କାଟିନେଲେ ଲାଞ୍ଜ, ଗୋଡ, ନଖ

କାଲିମେଳା,୧୯।୧(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ରେଞ୍ଜ ଅଧୀନ କାଲିମେଳା-ମୋଟୁ ୩୨୬ ନମ୍ୱର ଜାତୀୟ ରାଜପଥର ଏମ୍‌ଭି ୭୨ ନିକଟ ଶାନ୍ତିନଗର ନିକଟରୁ ସୋମବାର...

ପ୍ରୋଟୋକଲ୍ ଭାଙ୍ଗିଲେ ମୋଦି: ୟୁଏଇ ରାଷ୍ଟ୍ରପତିଙ୍କୁ ବିମାନବନ୍ଦରରେ ଏପରି କଲେ ସ୍ୱାଗତ

ନୂଆଦିଲ୍ଲୀ,୧୯।୧: ଭାରତ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ବଢୁଥିବା ସମ୍ପର୍କର ଏକ ଭିନ୍ନ ଦୃଶ୍ୟ ସୋମବାର ଦେଖିବାକୁ ମିଳିଛି। ୟୁଏଇ ରାଷ୍ଟ୍ରପତି ଶେଖ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri