Posted inରାଜ୍ୟ

ବିଜେଡି ଛାଡ଼ିଲେ ଅଭିନେତା ଅରିନ୍ଦମ ରାୟ

ଭୁବନେଶ୍ୱର,୧୫ା୩: ବିଜୁ ଜନତା ଦଳ(ବିଜେଡି)ରୁ ଇସ୍ତଫା ଦେଇଛନ୍ତି ଅଭିନେତା ଅରିନ୍ଦମ ରାୟ । ସାଧାରଣ ସଂପାଦକ ସହିତ ଦଳର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଛନ୍ତି। ଦଳର ସଭାପତି ନବୀନ ପଟ୍ଟନାୟକଙ୍କୁ ସେ ତାଙ୍କର ଇସ୍ତଫା ପତ୍ର ପଠାଇଛନ୍ତି। ଇସ୍ତଫା ପତ୍ରରେ ମୁଖ୍ୟମନ୍ତ୍ରୀ ନବୀନଙ୍କୁ ନିଜର କ୍ଷୋଭ ଜଣାଇଛନ୍ତି।

ଏଥି ସହିତ ଦଳ ମଧ୍ୟରେ ଥିଲେ ମଧ୍ୟ ତାଙ୍କୁ କିମ୍ବା ତାଙ୍କ କାର୍ଯ୍ୟକୁ ଦଳରେ ମର୍ଯ୍ୟାଦା ମିଳୁନଥିବା ସେ କହିଛନ୍ତି। ତେବେ ଅନେକ ଥର ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ସେ ଚାହିଁଥିଲେ ବି ସୁଯୋଗ ମିଳି ନଥିବାରୁ, ତାଙ୍କୁ ଭେଟିବାର ମାପଦଣ୍ଡ ପୂରଣ କରୁନଥିବା ଅନୁଭବ କରୁଥିବା ମଧ୍ୟ ସେ କହିଛନ୍ତି। ୨୦୦୯ରେ ବିଜେଡିରେ ଯୋଗ ଦେଇଥିଲେ ଅରିନ୍ଦମ। ୨୦୧୪ରୁ ଦଳର ନିୟମୀୟତ ଦଳର ତାରକା ପ୍ରଚାରକ ହୋଇ ଆସୁଥିଲେ।

ନିକଟରେ ଦେବାଶିଷଙ୍କୁ ରାଜ୍ୟ ସଭା ପ୍ରାର୍ଥୀ ଭାବେ ଚୟନ କରାଯାଇଥିବାରୁ ବିଜେଡି ରାଜ୍ୟ ସାଧାରଣ ସମ୍ପାଦକ ତଥା ଅଭିନେତା ଅରିନ୍ଦମ ରାଏଙ୍କୁ କଟକରୁ ଟିକେଟ ସୁନିଶ୍ଚିତ ବୋଲୁ ଆଲୋଚନା ଜୋର୍‌ ଧରିଥିଲା। ଅରିନ୍ଦମ କିଛିମାସ ହେବ ଚା’ ଖଟି ଓ ସମସ୍ତ କାର୍ଯ୍ୟକ୍ରମରେ ଯୋଗଦେଇ ସାଧାରଣ ଲୋକଙ୍କ ନିକଟତର ହେଉଥିବା ନଜରକୁ ଆସିଥିଲା। ବାରବାଟୀ-କଟକ ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢିବା ପାଇଁ ପ୍ରଥମରୁ ମୁଁ ଆଶାୟୀ ରହିଛି ବୋଲି ଅରିନ୍ଦମ କହିଥିଲେ। ସୁଯୋଗ ମିଳିଲେ ନିଶ୍ଚିତ ନିର୍ବାଚନ ଲଢିବି। ଏଥିପାଇଁ ପ୍ରସ୍ତୁତ ଅଛି। ଦଳର ସୁପ୍ରିମୋ ଯାହା ନିଷ୍ପତ୍ତି ନେବେ ତାକୁ ଅପେକ୍ଷା କରିଛି ବୋଲି ସେ କହିଥିଲେ।

ଏହା ପୂର୍ବରୁ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଅରିନ୍ଦମ୍ ଭେଟିବା ପରେ ଚର୍ଚ୍ଚା ବଢିଥିଲା। କଟକ ଆଠଗଡ ଅନ୍ତର୍ଗତ ଧବଳେଶ୍ୱର ନିକଟରେ ଏକ ଘରୋଇ ରିସର୍ଟରେ ଉଭୟଙ୍କର ଦେଖା ସାକ୍ଷାତ ହୋଇଥିଲା। ଏହାପରଠାରୁ ଅରିନ୍ଦମ ଏକାକୀ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇ ଆସୁଥିବା ଦେଖିବାକୁ ମିଳିଥିଲା।

Image


Enter your email to get our daily news in your inbox.

All Right Reserved By Dharitri.Com

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…

କାଲି ମିଳିବ ସୁଭଦ୍ରା ଟଙ୍କା, ସୂଚନା ଦେଇ ଉପମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭ା୩: ଆସନ୍ତାକାଲି ଅର୍ଥାତ୍‌ ରବିବାର ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା। ଏନେଇ ଶନିବାର ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ୧ କୋଟି ୧୨…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ…

୭ ବର୍ଷର ଶିଶୁକୁ ଅପହରଣ କରି ଗଳାକାଟି ହତ୍ୟା: ଟଙ୍କାମାଗିଲେ, ପରେ  ମୃତଦେହ ବସ୍ତାରେ ବାନ୍ଧି…

ବିଷମକଟକ,୭।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ଚାଟିକଣା ଅଞ୍ଚଳରେ ଜଣେ ୭ ବର୍ଷର ଶିଶୁକୁ ଅପହରଣ ପରେ ଗଳାକାଟି ହତ୍ୟା କରାଯିବା ଘଟଣା…

ବେଆଇନ ବାଲି ଚାଲାଣ ଧରପଗଡ଼, ୭ ଟ୍ରାକ୍ଟରରୁ ଆଦାୟ ହେଲା ଏତିକି ଟଙ୍କାର ଜରିମାନା…

ଗୁଣପୁର,୭ା୩(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଉପଜିଲାପାଳ ଦୁଧାଲ ଅଭିଷେକ ଦିଲ୍ଲୀପଙ୍କ ନେତୃତ୍ୱରେ ବେଆଇନ ବାଲିଚାଲାଣ ଓ ଧରପଗଡ଼ ହୋଇଥିଲା। ଭୋର୍‌ ସମୟରେ ହଠାତ୍‌ ଉପଜିଲାପାଳଙ୍କ ନେତୃତ୍ୱରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri