ଡବଲ ହ୍ୟାଟ୍ରିକ୍‌

ଅଭିନେତା ବବି ମିଶ୍ର ଖୁବ୍‌ଶୀଘ୍ର ନୂଆ ରୂପରେ ଦେଖାଦେବେ। ଅବଶ୍ୟ ‘ଜୟଶ୍ରୀରାମ’ ଚଳଚ୍ଚିତ୍ରର ନାୟକ ସାଜିବା ପରେ ସେ ଅନେକ ସିନେମାରେ ଖଳନାୟକ, ଚରିତ୍ର ଅଭିନେତା, କମେଡି ଆଦି ରୋଲ୍‌ରେ ନିଜ ଦକ୍ଷତା ଦେଖାଇସାରିଛନ୍ତି। ହେଲେ ଏହାପୂର୍ବରୁ ସେ ଓଡ଼ିଆ ଆଲବମ୍‌ ଜଗତରେ ସେ କେତେ ସୁନାମ ଅର୍ଜନ କରିଛନ୍ତି ତାହା କହିବା ବାହୁଲ୍ୟ। ଏବେ ସେ ଚଳଚ୍ଚିତ୍ର ପ୍ରଯୋଜନା କ୍ଷେତ୍ରରେ ପାଦ ଦେଇଛନ୍ତି। ତାଙ୍କ ପ୍ରଯୋଜିତ ତଥା ନିରଞ୍ଜନ ବେହେରାଙ୍କ ନିର୍ଦ୍ଦେଶିତ ‘ଫ୍ଲପ୍‌ ସିନେମା’ର ପୋଷ୍ଟ ପ୍ରଡକ୍ସନ କାମ ଚାଲୁ ରହିଛି। ବର୍ତ୍ତମାନ ସେ ସିରିଜ ସିନେମାର ନିର୍ମାଣ କରିବାକୁ ଯାଉଛନ୍ତି। ଏ ସମ୍ପର୍କରେ ବବି କହନ୍ତି, ‘ମୋର ହୋମ ବ୍ୟାନର ‘ବବି ମିଶ୍ର ଏଣ୍ଟରଟେନମେଣ୍ଟ’ରେ ଏକାଥରେ ଛଅଟି ସିନେମା ନିର୍ମାଣ କରିବାକୁ ଯୋଜନା କରିଛି। ଖୁବ୍‌ଶୀଘ୍ର ଏକାଥରେ ଦୁଇଟି ସିନେମାର ଶୁଟିଂ ଆରମ୍ଭ ହେବ। ଗୋଟିଏ ସିନେମା ‘ଭିଲିଆନ୍‌’ର ନିର୍ଦ୍ଦେଶନା ଦେବେ ନିରଞ୍ଜନ ବେହେରା ଏବଂ ଅନ୍ୟ ଅନଟାଇଟଲଡ ଫିଲ୍ମର ଏହି ଦାୟିତ୍ୱ ତୁଲାଇବେ ଆଗଧାଡିର ନିର୍ଦ୍ଦେଶକ ଅଶୋକ ପତି। ଅନ୍ୟପକ୍ଷରେ ଅବଶିଷ୍ଟ ସିନେମା ବିଷୟରେ ସବିଶେଷ ତଥ୍ୟ ମୁଁ ଖୁବ୍‌ଶୀଘ୍ର ଘୋଷଣା କରିବି।’ ତାଙ୍କ ଦ୍ୱାରା ପ୍ରଯୋଜିତ ‘ଫ୍ଲପ ସିନେମା’ ଏବଂ ପ୍ରାରମ୍ଭିକ କାମ ଚାଲିଥିବା ‘ଭିଲିଆନ୍‌’ର ସଙ୍ଗୀତ ଦାୟିତ୍ୱ ତୁଲାଇଛନ୍ତି ଅଭିଜିତ ମଜୁମଦାର। ତେବେ ଜଣେ ଅଭିନେତା ଭାବରେ ସିନେପ୍ରେମୀଙ୍କ ହୃଦୟରେ ସ୍ବତନ୍ତ୍ର ସ୍ଥାନ ଅଧିକାର କରିଥିବା ବବି ପ୍ରଯୋଜକ ଭାବରେ ସଫଳତା ହାସଲ କରିବାକୁ ଆଶା ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

ସ୍ତ୍ରୀଙ୍କ ସହ ଯାଇଥିଲେ ଶ୍ୱଶୁର ଘର: ଘରେ ବୁଲିଲା କଳାକନା

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ୱୃତ୍ତମାନେ କଳାକନା…

ଶପଥ ନେଲେ ନବନିର୍ବାଚିତ ବାର ଆସୋସିଏଶନ କର୍ମକର୍ତ୍ତା, ଜାଣନ୍ତୁ ସେମାନେ କିଏ…

ଭଞ୍ଜନଗର,୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ନବ ନିର୍ବାଚିତ କର୍ମକର୍ତ୍ତାମାନେ ଶୁକ୍ରବାର ଶପଥ ନେଇଛନ୍ତି। ନିର୍ବାଚନ ଅଧିକାରୀ ଲଡ଼ୁ କିଶୋର ଅଳତିଆ ନବନିର୍ବାଚିତ କର୍ମକର୍ତ୍ତାଙ୍କୁ…

କଂଗ୍ରେସରେ ଯୋଗ ଦେବେ ରାଘବ ଚଢା? ବଡ଼ ଦାବି କଲେ ଅଳକା ଲାମ୍ବା

ନୂଆଦିଲ୍ଲୀ,୩।୪: ଏଏପି ରାଜ୍ୟ ସଭା ଏମପି ରାଘବ ଚଢା ନିଜ ଦଳ ଭିତରେ ନେତାମାନଙ୍କ ଦ୍ୱାରା ସମାଲୋଚନାର ଶିକାର ହୋଇଛନ୍ତି। ରାଜନୈତିକ ମହଲରେ ତାଙ୍କ ସମ୍ପର୍କରେ ବିଭିନ୍ନ…

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

ମାମୁଁ ଘରକୁ ଆସିଥିଲେ: କେନାଲରୁ ମିଳିଲା ନାବାଳିକାଙ୍କ ମୃତଦେହ

ରାଜନଗର,୩।୪: କେନ୍ଦ୍ରପଡ଼ା ଜିଲା ରାଜନଗର ଥାନା ଚାନ୍ଦିବାଉଁଶମୂଳ ପଞ୍ଚାୟତ ଅଞ୍ଚଳରୁ ଶୁକ୍ରବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ କେନାଲରୁ ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri