ଦୁର୍ଘଟଣାରେ ଚାଲିଗଲା ଅଭିନେତ୍ରୀଙ୍କ ଜୀବନ

ମରାଠୀ ଚଳଚ୍ଚିତ୍ର ଇଣ୍ଡଷ୍ଟ୍ରିର ଜଣାଶୁଣା ଅଭିନେତ୍ରୀ ଇଶ୍ୱରୀ ଦେଶପାଣ୍ଡେ ଏକ କାର ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି। ଗୋଆର ବାଗା-କାଲାଙ୍ଗୁଟରେ ସେ ଏକ କାର ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା। ଏହି ସମୟରେ କାରରେ ଉପସ୍ଥିତ ଥିବା ତାଙ୍କ ବନ୍ଧୁ ଶୁଭମ ଦେଗଡେ ମଧ୍ୟ ଏହି ଦୁର୍ଘଟଣାରେ ପ୍ରାଣ ହରାଇଥିଲେ। କାର୍‌ ଗଭୀର ପାଣିରେ ବୁଡିଯିବା କାରଣରୁ ଉଭୟଙ୍କର ମୃତ୍ୟୁ ହୋଇଥିଲା। ୨୫ ବର୍ଷ ବୟସ୍କା ଇଶ୍ୱରୀ ଛୁଟି କାଟିବା ପାଇଁ ଗୋଆ ଯାଇଥିଲେ। ଗୋଆ ପୋଲିସ କହିଛି ଯେ, ସେମାନେ ଯାଉଥିବା କାର ଦ୍ରୁତ ଗତିରେ ଆସୁଥିଲା ଏବଂ ଅନିୟନ୍ତ୍ରିତ ଭାବରେ ପାଣିରେ ପଡିଯାଇଥିଲା। ତେବେ କାରଟି କିଏ ଚଳାଉଥିଲା ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ଦୁର୍ଘଟଣାର ପୂର୍ବ ରାତିରେ ଉଭୟ ଏକ କ୍ଲବକୁ ଯାଇଥିବା ପୋଲିସ ଅନୁମାନ କରୁଛି। ଶୁଭମ ଡିଗଡେ ପୁଣେର କିର୍କଟୱାଡି ଅଞ୍ଚଳର ବାସିନ୍ଦା ହୋଇଥିବାବେଳେ ଇଶ୍ୱରୀ ଦେଶପାଣ୍ଡେ ମଧ୍ୟ ପୁଣେରେ ରହୁଥିଲେ। ଦୁର୍ଘଟଣାର ସୂଚନା ପାଇବା ମାତ୍ରେ ଉଭୟଙ୍କ ପରିବାର ପୁଣେରୁ ଗୋଆରେ ପହଞ୍ଚିଛନ୍ତି।
ଇଶ୍ୱରୀ ଦେଶପାଣ୍ଡେ ଜଣେ ମରାଠୀ ଅଭିନେତ୍ରୀ ଥିଲେ ଏବଂ ଅନେକ ଚଳଚ୍ଚିତ୍ରରେ କାମ କରିଛନ୍ତି। ନିକଟରେ ଇଶ୍ୱରୀ ଏକ ହିନ୍ଦୀ ଏବଂ ମରାଠୀ ଚଳଚ୍ଚିତ୍ରରେ କାମ କରୁଥିଲେ। ତାଙ୍କର ମରାଠୀ ଚଳଚ୍ଚିତ୍ରର ଶୁଟିଂ ପ୍ରାୟ ଶେଷ ହୋଇଯାଇଥିଲା ଏବଂ ଖୁବ ଶୀଘ୍ର ତାଙ୍କ ଅଭିନୀତ ଫିଲ୍ମ ପରଦାରେ ମୁକ୍ତିଲାଭ କରିବାର ଥିଲା। ଅଭିନେତ୍ରୀ ଇଶ୍ୱରୀ ଏବଂ ଶୁଭମ ଦେଗଡେ ଗତ କିଛି ବର୍ଷ ଧରି ପରସ୍ପର ସହ ସମ୍ପର୍କ ରଖିଥିଲେ। କୁହାଯାଏ ଯେ ଦୁହେଁ ଦୀର୍ଘ ସମୟ ଧରି ପରସ୍ପରକୁ ଜାଣିଥିଲେ। ବନ୍ଧୁତ୍ୱରୁ ଆରମ୍ଭ ହୋଇଥିବା ଏହି ସମ୍ପର୍କ ଧୀରେ ଧୀରେ ପ୍ରେମରେ ପରିଣତ ହେଲା। କୁହାଯାଉଛି ଯେ ପରବର୍ତ୍ତୀ ମାସରେ ଉଭୟ ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଥିଲେ, କିନ୍ତୁ ଏକ ନୂତନ ଜୀବନ ଆରମ୍ଭ ପୂର୍ବରୁ ସେମାନଙ୍କ ଜୀବନ ଏହିପରି ଶେଷ ହୋଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଇମ୍ରାନ ମାମଲା: ପାକିସ୍ତାନ କ୍ରିକେଟରଙ୍କୁ ମୁହଁ ନ ଖୋଲିବାକୁ ପିସିବିର ବଡ଼ ତାଗିଦ

କରାଚୀ,୩୦ା୮: ଜେଲରେ ଥିବା ଇମ୍ରାନ ଖାନ୍‌ଙ୍କ ସମ୍ପର୍କରେ ଚଳିତ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ୍‌ ଖେଳୁଥିବା ପାକିସ୍ତାନ କ୍ରିକେଟ ଦଳର ସଦସ୍ୟଙ୍କୁ କୌଣସି ମତାମତ ନ ଦେବାକୁ…

ଘରେ ପଶି ମୁକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୁକ ଯୁବତୀ(୨୧)ଙ୍କୁ…

ବସ୍‌ ମାଲିକ ସଂଘର ପୂର୍ବତନ ସମ୍ପାଦକଙ୍କ ପରଲୋକ, ଝୁରୁଛନ୍ତି ଅଞ୍ଚଳବାସୀ

ଭଞ୍ଜନଗର,୩୦ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଘୁମୁସର ଘରୋଇ ବସ୍‌ ମାଲିକ ସଂଘ ଭଞ୍ଜନଗରର ପୂର୍ବତନ ସମ୍ପାଦକ ତଥା ବର୍ତ୍ତମାନର ଉପସଭାପତି ସୁବାସ ଚନ୍ଦ୍ର ଦିହୁଡିଙ୍କର ରବିବାର ଅପରାହ୍ନରେ…

ଶାଳକଙ୍କୁ ଏସିଡ୍‌ ଫିଙ୍ଗି ବନ୍ଧା ହେଲେ ଭିଣୋଇ

ବ୍ରହ୍ମପୁର,୩୦ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ପୋଲିସ ଏସିଡ ମାଡ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିଛି l ସେ ହେଲେ ପାଟପୁର ଥାନା ପୋଡାମାରି ବଜାର…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

ଓଡ଼ିଆ ସାହିତ୍ୟର ଜଣେ ଅମର ନକ୍ଷତ୍ର ଥିଲେ ସ୍ବଭାବ କବି ଗଙ୍ଗାଧର ମେହେର, ତାଙ୍କ କଲମ ଚାଳନାରେ ଥିଲା…

କେସିଙ୍ଗା,୩୦ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ସମାରୋହ ଅନୁଷ୍ଠାନର ସଭାପତି ଯାଜ୍ଞସେନୀ ସାହାଙ୍କ…

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri