ଫୁଟପାଥରେ ଚାଲୁଥିବା ଦମ୍ପତିଙ୍କ ଉପରେ କାର୍‌ ଚଢ଼ାଇଦେଲେ ଅଭିନେତା, ମହିଳାଙ୍କ ମୃତ୍ୟୁ

ଦକ୍ଷିଣ ଭାରତୀୟ ସିନେମାର ଅଭିନେତା ନାଗାଭୂଷଣ ବାଙ୍ଗାଲୋରରେ ଫୁଟପାଥରେ ଚାଲୁଥିବା ଏକ ଦମ୍ପତିଙ୍କ ଉପରେ କାର୍‌ ଚଢ଼ାଇବାକୁ ନେଇ ଚର୍ଚ୍ଚାକୁ ଆସିଛନ୍ତି। ଏହି ଦୁର୍ଘଟଣାରେ ମହିଳାଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କ ପାର୍ଟନର ଜୀବନମରଣ ସହ ସଂଘର୍ଷ କରୁଛନ୍ତି। ଘଟଣାକୁ ନେଇ କୁମାରସ୍ବାମୀ ଟ୍ରାଫିକ ପୋଲିସ ଷ୍ଟେଶନରେ ଅଭିଯୋଗ ପରେ ପୋଲିସ ଦ୍ରୁତ ଗତି ଏବଂ ଖାମଖିଆଲି ଗାଡ଼ିଚାଳନାର ମାମଲା ରୁଜୁ କରିଥିବା ଜଣାପଡ଼ିଛି।

ନାଗାଭୂଷଣ ଶନିବାର ରାତିରେ ବସନ୍ତପୁରା ରାସ୍ତାରେ କାର୍‌ ଚଳାଉଥିଲେ। ଏହି ସମୟରେ ସେ ଫୁଟ୍‌ପାଥରେ ଚାଲୁଥିବା ଉକ୍ତ ଦମ୍ପତିଙ୍କୁ କଥିତ ଭାବେ ଧକ୍କା ଦେଇଥିଲେ। ଏହାପରେ ଗାଡ଼ିଟି ଏକ ବିଜୁଳି ଖୁଣ୍ଟକୁ ଧକ୍କା ଦେଇଥିଲା। ଦୁର୍ଘଟଣାରେ ପ୍ରେମା(୪୮)ଙ୍କ ମୃତ୍ୟୁ ଘଟିଥିବା ବେଳେ କୃଷ୍ଣା(୫୮)ଙ୍କ ମୁଣ୍ଡ, ପାଦରେ ଗମ୍ଭୀର ଆଘାତ ଲାଗିଛି।

ଅଭିନେତା ନିଜେ ଗାଡ଼ିରେ ଦୁହିଁଙ୍କୁ ଡାକ୍ତରଖାନା ନେଇ ଯାଇଥିବା କୁହାଯାଉଛି। ହେଲେ ସେମାନଙ୍କ ମଧ୍ୟରୁ ଜଣଙ୍କ ଜୀବନ ବଞ୍ଚାଯାଇପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଟାରିଫ୍‌ ହ୍ରାସ ଦ୍ୱାରା ଉଭୟ ଦେଶ କ’ଣ ଫାଇଦା ପାଇବେ? ବୁଝନ୍ତୁ ପୂରା ଗଣିତ…

ନୂଆଦିଲ୍ଲୀ,୭।୨: ଭାରତ ଏବଂ ଆମେରିକା ପାରସ୍ପରିକ ବାଣିଜ୍ୟକୁ ସୁଦୃଢ଼ କରିବା ଦିଗରେ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଉଭୟ ଦେଶ ଏକ ଅନ୍ତରୀଣ ବାଣିଜ୍ୟ ଚୁକ୍ତିନାମା ପାଇଁ…

ହୋମଗାର୍ଡ ପରୀକ୍ଷାବେଳେ ଯୁବକ ଗୁରୁତର: ଗଞ୍ଜାମର ୪ ସ୍ଥାନରେ ଚାଲିଛି ପରୀକ୍ଷା

ଭଞ୍ଜନଗର,୭।୨(ବାବୁଲା ପ୍ରଧାନ): ଗଞ୍ଜାମ ପୋଲିସ ଜିଲା ପକ୍ଷରୁ ଶନିବାର ଖାଲିଥିବା ୧୩୫ ଟି ଗୃହରକ୍ଷୀ (ହୋମଗାର୍ଡ) ପଦବୀ ପୂରଣ ପାଇଁ ବିଭିନ୍ନ କେନ୍ଦ୍ରରେ ସାଧାରଣ ଡ୍ୟୁଟି ପାଇଁ…

ଶେଷାନ ଓ ଗାଈଆଳ ପିଲା

ଆଲେଖ୍ୟଟିକୁ ଆରମ୍ଭ କରିବା ସ୍ବର୍ଗତଃ ଶେଷାନଙ୍କ ଅଙ୍ଗେଲିଭା ଏକ ଘଟଣାରୁ। ତିରୁନେଲାଇ ନାରାୟଣ ଆୟାର ଶେଷାନ ହେଉଛନ୍ତି ସେହି ଭାରତୀୟ ପ୍ରଶାସନିକ ଅଧିକାରୀ, ଯିଏକି ମୁଖ୍ୟ ନିର୍ବାଚନ…

କର୍ପୋରେଟ୍‌ଙ୍କ ସ୍ବାର୍ଥରେ

ଦେଶର ଦୁର୍ବଳ ହେଉଥିବା ଅର୍ଥନୀତି ଓ ବିଶେଷକରି ଆମେରିକା ପରି ପାଶ୍ଚାତ୍ୟ ସାମ୍ରାଜ୍ୟବାଦୀ ଶକ୍ତିମାନଙ୍କ ଭାରି ଚାପ ମଧ୍ୟରେ କେନ୍ଦ୍ର ସରକାର ବଜେଟ ଆଗତ କରିଛନ୍ତି। ୨୦୨୪…

କଡ଼ା ନିୟମ

ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସଦ୍ୟ ନିର୍ଦ୍ଦେଶନାମା ଜାରି କରିଛି ଯେ, ୨୦୧୧ ଓ ତା’ପର ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀଙ୍କୁ କେନ୍ଦ୍ରରେ ଇନ୍ସପେକ୍ଟର ଜେନେରାଲ ପଦବୀ ପାଇଁ ତାଲିକାଭୁକ୍ତ ହେବା…

ରୁଷିଆ ତେଲ କ୍ରୟ ଉପରେ ହଟିଲା ଟାରିଫ, ଭାରତ -ଆମେରିକା ମଧ୍ୟରେ ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତି ଜାରି

ନୂଆଦିଲ୍ଲୀ,୭।୨: ଆମେରିକା ଏବଂ ଭାରତ ଏକ ମଧ୍ୟବର୍ତ୍ତୀ ବାଣିଜ୍ୟ ଚୁକ୍ତିନାମା ପାଇଁ ଶୁକ୍ରବାର ଢାଞ୍ଚା ପ୍ରକାଶ କରିଛନ୍ତି। ଏହି ଚୁକ୍ତିନାମା ଦୁଇ ଦେଶ ମଧ୍ୟରେ ଏକ ବ୍ୟାପକ…

ଟି-୨୦ ବିଶ୍ୱକପ ଆରମ୍ଭର କିଛି ଘଣ୍ଟା ପୂର୍ବରୁ ଟିମ ଇଣ୍ଡିଆକୁ ଲାଗିଲା ବଡ଼ ଝଟକା: ବଦଳିଲା ଟିମ୍‌

ନୂଆଦିଲ୍ଲୀ,୭।୨:  ଟି-୨୦ ବିଶ୍ୱକପ ୨୦୨୬ ପୂର୍ବରୁ ଟିମ ଇଣ୍ଡିଆକୁ ଏକ ବଡ଼ ଝଟକା ଲାଗିଛି। ଦ୍ରୁତ ବୋଲର ହର୍ଷିତ ରାଣା ଆଣ୍ଠୁରେ ଆଘାତ ଯୋଗୁ ସମଗ୍ର ଟୁର୍ନାମେଣ୍ଟରୁ…

ଟ୍ରେଡ୍‌ ନୁହେଁ, ଟ୍ରାପ୍‌ ଡିଲ୍‌: କଂଗ୍ରେସ

ନୂଆଦିଲ୍ଲୀ,୭ା୨: ଆମେରିକା ସହ ବାଣିଜ୍ୟ ଚୁକ୍ତିନାମା, ପୂର୍ବତନ ସେନାମୁଖ୍ୟ ଏମ୍‌.ଏମ୍‌. ନରଓ୍ବଣେଙ୍କ ଅପ୍ରକାଶିତ ପୁସ୍ତକର ବିବାଦୀୟ ପ୍ରସଙ୍ଗ ଏବଂ ବିରୋଧୀ ଦଳର ୮ ଏମ୍‌ପିଙ୍କ ନିଲମ୍ବନକୁ ବିରୋଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri