ଦୁର୍ଘଟଣାରେ ଓଲିଉଡ୍‌ର ଯୁବ ଅଭିନେତା ନିଶି କରଙ୍କ ପରଲୋକ

ଭୁବନେଶ୍ୱର: ଓଲିଉଡ୍‌ର ଯୁବ ଅଭିନେତା ତଥା ନିର୍ଦ୍ଦେଶକ ନିଶିରଞ୍ଜନ କରଙ୍କ ମଙ୍ଗଳବାର ବିଳମ୍ବିତ ରାତିରେ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ତାଙ୍କୁ ୩୮ବର୍ଷ ବୟସ ହୋଇଥିଲା। ପୁରୀ ଜିଲା କାକଟପୁରର କାହାଳ ଗ୍ରାମରେ ଜନ୍ମ ଗ୍ରହଣ କରିଥିବା ନିଶିରଞ୍ଜନ ସାରେ କାକଟପୁର ନୂଆ ବସ୍‌ଷ୍ଟାଣ୍ଡରୁ ବାଇକ୍‌ ଯୋଗେ ନିଜ ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଏକ ଖୁଣ୍ଟରେ ପିଟି ହୋଇଯାଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ସ୍ଥାନୀୟ ଲୋକେ ଆମ୍ବୁଲାନ୍ସରେ ମେଡିକାଲ ପଠାଇଥିଲେ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ପୁରୀ ସ୍ବର୍ଗଦ୍ୱାରରେ ତାଙ୍କର ଅନ୍ତିମ ସଂସ୍କାର କରାଯାଇଛି। ନିଶି ଓଲିଉଡରେ ଜଣାଶୁଣା ଚେହେରା ଥିଲେ। ସେ ୨ଟି ଫିଲ୍ମ ଓ ୫୦୦ରୁ ଊର୍ଦ୍ଧ୍ୱ ଆଲବମ୍‌ରେ ନିର୍ଦ୍ଦେଶନା ଦେବା ସହ ଗାୟତ୍ରୀ, ଉତ୍ତରଦାୟୀ, ବଡ଼ ଘର ବଡ଼ ଗୁମର କଥା, ଓଡ଼ିଆ ଚଳଚ୍ଚିତ୍ର ଭଲ ପାଏ ବୋଲି, ଜ୍ୟୋତ୍ସ୍ନା ଭିଜା ସେଇ ରାତି, ମନ ମୋର ଯାଯାବର, ଓମ୍‌ ସାଇ ରାମ୍‌ ଆଦି ବହୁ ଧାରାବାହିକରେ ଅଭିନୟ କରିଛନ୍ତି। ୨ଟି ଚଳଚ୍ଚିତ୍ର ‘ଆତ୍ମା କାନ୍ଦୁଛି’ ଓ ‘ଦୁହେଁ ଦୁହିଁଙ୍କ ପାଇଁ’ର ନିର୍ଦ୍ଦେଶନା ଦେଇଛନ୍ତି। ତାଙ୍କର ଅକାଳ ବିୟୋଗରେ ସିନେ ଜଗତର ଅପୂରଣୀୟ କ୍ଷତି ଘଟିଥିବା ସାଥୀ କଳାକାରମାନେ ପ୍ରକାଶ କରିଛନ୍ତି। ପୁଅକୁ ହରାଇ ବାପା ପରମାନନ୍ଦ କର, ମା’ ଶାନ୍ତିଲତା କର ଭାଙ୍ଗି ପଡିଥିବାବେଳେ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୋହିରି ମୋଲା ମିସ୍ ୱାର୍ଲ୍ଡ

ହାନୋଇ,୬ା୯: ଭିଏଟନାମ୍‌ର ନା ତ୍ରାଙ୍ଗ୍‌ ସହରରେ ଶନିବାର ଅନୁଷ୍ଠିତ ୭୩ତମ ଅନ୍ତର୍ଜାତୀୟ ବିଶ୍ୱ ସୁନ୍ଦରୀ ପ୍ରତିଯୋଗିତାର ଗ୍ରାଣ୍ଡ ଫିନାଲେରେ ଡୋମିନିକାନ୍‌ ରିପବ୍ଲିକ୍‌ର ଜୋହିରି ମୋଲା ମିସ୍‌ ଓ୍ୱାଲର୍‌ଡ…

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି

ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର…

ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ…

୩ ବର୍ଷରେ ପୂରଣ ହେବ ୪୫ ହଜାର ଶିକ୍ଷକ ପଦବୀ: ମୁଖ୍ୟମନ୍ତ୍ରୀ

କଟକ,୬।୯(କାର୍ତ୍ତିକ ସାହୁ): ରାଜ୍ୟର ଶିକ୍ଷା ବ୍ୟବସ୍ଥାରେ ବ୍ୟାପକ ସୁଧାର ଆଣିବା ପାଇଁ ସରକାର ‘କେଜିରୁ ପିଜି’ ନିଃଶୁଳ୍କ ଶିକ୍ଷା ଯୋଜନା କରିଛନ୍ତି। ସାରା ଭାରତରେ ଓଡ଼ିଶା ପ୍ରଥମ…

ମାର୍ଚ୍ଚ କିମ୍ୱା ଏପ୍ରିଲରେ ପଞ୍ଚାୟତ ଭୋଟ: ନିର୍ବାଚନ କମିଶନର

ଭୁବନେଶ୍ୱର,୬ା୯(ସୁନିତ୍‌ ମିଶ୍ର): ଆସନ୍ତା ମାର୍ଚ୍ଚ ଶେଷ କିମ୍ୱା ଏପ୍ରିଲ ପ୍ରଥମ ସପ୍ତାହରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ୱାଚନ ହୋଇପାରେ। ପଞ୍ଚାୟତ ନିର୍ୱାଚନ ଲାଗି ରାଜ୍ୟ ନିର୍ୱାଚନ କମିଶନ ଜୋର୍‌ଦାର…

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri