Posted inଜାତୀୟ

ଭାଜପାର ସୋନାର ବାଂଲା ମିଶନ: ପଦ୍ମ ଧରିଲେ ଅଭିନେତ୍ରୀ ପାୟଲ

କୋଲକାତା,୨୫ ।୨: ଭାରତୀୟ ଜନତା ପାର୍ଟି(ଭାଜପା) ଅଧ୍ୟକ୍ଷ ଜେପି ନଡ୍ଡା ଗୁରୁବାର ପଶ୍ଚିମବଙ୍ଗ ଗସ୍ତରେ ଯାଇ ସୋନାର ବାଂଲା ମିଶନ କ୍ୟାମ୍ପେନର ଲଞ୍ଚ କରିଛନ୍ତି । ଏହା ମାଧ୍ୟମରେ ଭାଜପା ପାଖାପାଖି ୨ କୋଟି ଲୋକଙ୍କ ପାଖେ ପହଞ୍ଚିବା ସହ ମନିଫେଷ୍ଟୋ ପାଇଁ ମତାମତ ଗ୍ରହଣ କରାଯିବ । ଲୋକେ ସୋସିଆଲ ମିଡିଆ ମାଧ୍ୟମରେ ମଧ୍ୟ ନିଜରୀ ମତ ଦେଇପାରିବେ ବୋଲି ନଡ୍ଡା କହିଛନ୍ତି । ନଡ୍ଡା ଆହୁରି ମଧ୍ୟ କହିଛନ୍ତି ଯେ, ପଶ୍ଚିମବଙ୍ଗରେ ଭାଜପା ସରକାର ଆସିଲେ ଆୟୁଷ୍ମାନ ଭାରତ ଯୋଜନା, କିଷାନ ସମ୍ମାନ ନିଧି ଯୋଜନା, ଫସଲ ବୀମା ଯୋଜନା ଲାଗୁ କରାଯିବ । ଏହାସହ କିଷାନ ସମ୍ମାନ ନିଧିର ପୁରୁଣା କିସ୍ତି କୃଷକଙ୍କୁ ଯୋଗାଇ ଦିଆଯିବ । ତେବେ ନଡ୍ଡାଙ୍କ ଗସ୍ତ ସମୟରେ ବଙ୍ଗଳା ଅଭିନେତ୍ରୀ ପାୟଲ ସରକାର ଭାଜପାରେ ଯୋଗ ଦେଇଛନ୍ତି । ନଡ୍ଡାଙ୍କ ଗସ୍ତକୁ ନେଇ ଭାଜପା କୋର୍ଟଙ୍କ ଦ୍ୱାରସ୍ଥ ହେବ ବୋଲି ଜଣାପଡିଛି । କାରଣ ଭାଜପା ନେତା ଅର୍ଜୁନ ସିଂ କହିଛନ୍ତି ପଶ୍ଚିମବଙ୍ଗ ପୋଲିସ ଭାଜପାକୁ ମଳିଥିବା ପରିବର୍ତ୍ତନ ଯାତ୍ରାକୁ ରଦ୍ଦ କରିଦଇଛି । ଏହି ଯାତ୍ରା କାଂଚରପାରାରୁ ବୈରକପୁର ପର୍ଯ୍ୟନ୍ତ ଯାଇଥାଆନ୍ତା । ନଡ୍ଡା ମଧ୍ୟ ଏଥିରେ ସାମିଲ ହେବାର କାର୍ଯ୍ୟକ୍ରମ ଥିଲା । ଅର୍ଜୁନ ସିଂ କହିଛନ୍ତି ଏହି ମାମଲାକୁ ନେଇ ଭାଜପା କୋର୍ଟଙ୍କ ଦ୍ୱାରସ୍ଥ ହେବ ଓ ପୁଣିଥରେ ଏହି ପରିବର୍ତ୍ତନ ଯାତ୍ରାକୁ ଆଗକୁ ବଢାଇବ ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ସୋସିଆଲ ମିଡିଆ ନୀତିରେ ବଡ଼ ପରିବର୍ତ୍ତନ କଲା ଭାରତୀୟ ସେନା, ଏଣିକି ଦେଖିପାରିବେ ହେଲେ…

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ଏହାର ସୈନିକ ଏବଂ ଅଧିକାରୀମାନଙ୍କ ପାଇଁ ସୋସିଆଲ ମିଡିଆ ଆପ୍ ବ୍ୟବହାର ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି । ପ୍ରତିରକ୍ଷା ଅଧିକାରୀଙ୍କ...

ସରକାରୀ ପ୍ରତିଶ୍ରୁତି ପାଣିର ଗାର: ୬ ମାସ ହେଲା ବସୁଧା ପ୍ରକଳ୍ପ ଅଚଳ!

ଥୁଆମୂଳ ରାମପୁର,୨୫।୧୨(ଦୁର୍ଗା କୀର୍ତ୍ତି): ସରକାରଙ୍କ ‘ବସୁଧା’ ଯୋଜନାରେ ଘରକୁ ଘର ପାନୀୟ ଜଳ ଯୋଗାଇ ଦେବା ପ୍ରତିଶ୍ରୁତି ଏବେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ...

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଆଉ ତା’ପରେ ଘଟିଗଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଘୋଡାହାଡ ଡ଼୍ୟାମ ରାସ୍ତାର ଦ୍ବାର ଗାଁ ମୁଖ୍ୟରାସ୍ତା କ୍ରସର ନିକଟରେ ଗୁରୁବାର ମଧ୍ୟାହ୍ନରେ ଦୁଇ ବାଇକ...

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ସହାୟତା ଦାବି

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ଗତ...

ମତ୍ସ୍ୟ ଚାଷ ପ୍ରତି ବଢୁଛି ଆଗ୍ରହ: ଚାଷୀଙ୍କୁ ୪୦ ରୁ ୫୦ ପ୍ରତିଶତ ମିଳୁଛି ସବସିଡି

ଭଞ୍ଜନଗର,୨୫/୧୨(ବାବୁଲା ପ୍ରଧାନ): ଚିକେନ, ମଟନ ଅପେକ୍ଷା ମାଛ ସ୍ବାସ୍ଥ୍ୟ ପାଇଁ ହିତକର। ତେଣୁ ମାଛ ପ୍ରତି ଲୋକଙ୍କ ଆଗ୍ରହ ବଢୁଛି। କିନ୍ତୁ ଗଞ୍ଜାମ ଜିଲାରେ ଆବଶ୍ୟକତା...

ଆଶ୍ଚର୍ଯ୍ୟ ଲାଗିଲେ ବି ସତ, ପୋଷା କୁକୁର ପାଇଁ ଫିନାଇଲ ପିଇ ଜୀବନ ହାରିଲେ ଦୁଇ ଭଉଣୀ

ନୂଆଦିଲ୍ଲୀ,୨୫।୧୨: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଦୁଇ ଭଉଣୀ ଫିନାଇଲ୍ ପିଇ ଆତ୍ମହତ୍ୟା କରିଛନ୍ତି । ଏହାର  କାରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri