Posted inଜାତୀୟ

ଭାଜପାର ସୋନାର ବାଂଲା ମିଶନ: ପଦ୍ମ ଧରିଲେ ଅଭିନେତ୍ରୀ ପାୟଲ

କୋଲକାତା,୨୫ ।୨: ଭାରତୀୟ ଜନତା ପାର୍ଟି(ଭାଜପା) ଅଧ୍ୟକ୍ଷ ଜେପି ନଡ୍ଡା ଗୁରୁବାର ପଶ୍ଚିମବଙ୍ଗ ଗସ୍ତରେ ଯାଇ ସୋନାର ବାଂଲା ମିଶନ କ୍ୟାମ୍ପେନର ଲଞ୍ଚ କରିଛନ୍ତି । ଏହା ମାଧ୍ୟମରେ ଭାଜପା ପାଖାପାଖି ୨ କୋଟି ଲୋକଙ୍କ ପାଖେ ପହଞ୍ଚିବା ସହ ମନିଫେଷ୍ଟୋ ପାଇଁ ମତାମତ ଗ୍ରହଣ କରାଯିବ । ଲୋକେ ସୋସିଆଲ ମିଡିଆ ମାଧ୍ୟମରେ ମଧ୍ୟ ନିଜରୀ ମତ ଦେଇପାରିବେ ବୋଲି ନଡ୍ଡା କହିଛନ୍ତି । ନଡ୍ଡା ଆହୁରି ମଧ୍ୟ କହିଛନ୍ତି ଯେ, ପଶ୍ଚିମବଙ୍ଗରେ ଭାଜପା ସରକାର ଆସିଲେ ଆୟୁଷ୍ମାନ ଭାରତ ଯୋଜନା, କିଷାନ ସମ୍ମାନ ନିଧି ଯୋଜନା, ଫସଲ ବୀମା ଯୋଜନା ଲାଗୁ କରାଯିବ । ଏହାସହ କିଷାନ ସମ୍ମାନ ନିଧିର ପୁରୁଣା କିସ୍ତି କୃଷକଙ୍କୁ ଯୋଗାଇ ଦିଆଯିବ । ତେବେ ନଡ୍ଡାଙ୍କ ଗସ୍ତ ସମୟରେ ବଙ୍ଗଳା ଅଭିନେତ୍ରୀ ପାୟଲ ସରକାର ଭାଜପାରେ ଯୋଗ ଦେଇଛନ୍ତି । ନଡ୍ଡାଙ୍କ ଗସ୍ତକୁ ନେଇ ଭାଜପା କୋର୍ଟଙ୍କ ଦ୍ୱାରସ୍ଥ ହେବ ବୋଲି ଜଣାପଡିଛି । କାରଣ ଭାଜପା ନେତା ଅର୍ଜୁନ ସିଂ କହିଛନ୍ତି ପଶ୍ଚିମବଙ୍ଗ ପୋଲିସ ଭାଜପାକୁ ମଳିଥିବା ପରିବର୍ତ୍ତନ ଯାତ୍ରାକୁ ରଦ୍ଦ କରିଦଇଛି । ଏହି ଯାତ୍ରା କାଂଚରପାରାରୁ ବୈରକପୁର ପର୍ଯ୍ୟନ୍ତ ଯାଇଥାଆନ୍ତା । ନଡ୍ଡା ମଧ୍ୟ ଏଥିରେ ସାମିଲ ହେବାର କାର୍ଯ୍ୟକ୍ରମ ଥିଲା । ଅର୍ଜୁନ ସିଂ କହିଛନ୍ତି ଏହି ମାମଲାକୁ ନେଇ ଭାଜପା କୋର୍ଟଙ୍କ ଦ୍ୱାରସ୍ଥ ହେବ ଓ ପୁଣିଥରେ ଏହି ପରିବର୍ତ୍ତନ ଯାତ୍ରାକୁ ଆଗକୁ ବଢାଇବ ।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ବ୍ଲକକୁ ମିଳିଲେ ନୂଆ ଅଧ୍ୟକ୍ଷା, ବିଧାୟକଙ୍କ ଉପସ୍ଥିତିରେ ନେଲେ ଦାୟିତ୍ୱ

ଛତ୍ରପୁର,୯ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପଞ୍ଚାୟତ ସମିତିର ଭାରପ୍ରାପ୍ତ ଅଧ୍ୟକ୍ଷା ଭାବେ ଏସ୍. ସାରଦା ରେଡ୍ଡୀ ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଛତ୍ରପୁର ମ୍ୟୁନିସିପାଲିଟି…

କ୍ୟାବିନେଟ୍ ବୈଠକରେ ବଡ଼ ନିଷ୍ପତ୍ତି; ବଦଳିବ ଏହି ବିମାନବନ୍ଦର ନାମ, ମୋଦି….

ଲକ୍ଷ୍ନୌ,୯ା୧୦: ଉତ୍ତରପ୍ରଦେଶର ନୋଏଡାସ୍ଥିତ ଜେୱର ଏୟାରପୋର୍ଟର ନାମ ପରିବର୍ତ୍ତନ କରାଯିବ । ଏହାର ନାମ ‘ନରେନ୍ଦ୍ର ମୋଦି ଇଣ୍ଟରନ୍ୟାସନାଲ ଏୟାରପୋର୍ଟ’ ରଖିବାକୁ ଉତ୍ତରପ୍ରଦେଶ ସରକାର ନିଷ୍ପତ୍ତି ନେଇଛନ୍ତି।…

ଓଲଟିଲା ବସ୍‌: ଭିତରେ ଥିଲେ ୩୦ ଯାତ୍ରୀ, ସେଥିରୁ ୨ ଜଣ…

ବଣାଇଁ,୯ା୧୦(ପ୍ରଦୀପ ତ୍ରିପାଠୀ): ସମ୍ବଲପୁର ଜିଲା କୁଚିଣ୍ଡାରୁ ବଣାଇଁ ଆସୁଥିବା ଘରୋଇ ଯାତ୍ରୀବାହୀ ବସ୍‌ ‘ଅଂଶିକା’ ଗୁରୁଣ୍ଡିଆ ନିକଟସ୍ଥ ମଧୁପୁରଠାରେ ଶୁକ୍ରବାର ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ସେଥିରେ…

ଶୌଚ ଯିବା ହେଲା କାଳ, ହାତୀ ହାବୁଡ଼ରେ ପଡ଼ି ଚାଲିଗଲା ଜୀବନ

କୁଚିଣ୍ଡା,୯।୧୦(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ବନ୍ୟପ୍ରାଣୀ ବନଖଣ୍ଡ କୁଚିଣ୍ଡା ରେଞ୍ଜ ଅଧୀନ କୁଚିଣ୍ଡା ଏନ୍‌ଏସି ୧୦ ନମ୍ବର ୱାର୍ଡ ସଇଡାରେ ଶୁକ୍ରବାର ଏକ ହାତୀ ଆକ୍ରମଣରେ…

ସପ୍ତାହେ ମଧ୍ୟରେ କୋହଲିଙ୍କ ୫ ରେକର୍ଡକୁ ଧୂଳିସାତ୍‌ କରିଦେଲେ ଏହି ୫ ବ୍ୟାଟର୍‌

ନୂଆଦିଲ୍ଲୀ,୯।୧୦: ବିରାଟ କୋହଲିଙ୍କ ନାଁରେ ଅନେକ କ୍ରିକେଟ ରେକର୍ଡ ରହିଛି। ଏହାକୁ ଭାଙ୍ଗିବା ଯେକୌଣସି ଖେଳାଳିଙ୍କ ପାଇଁ ଏକ ବଡ଼ ସଫଳତା ହେବ। ଗତ ସପ୍ତାହ ମଧ୍ୟରେ…

ଜେଲ୍‌ ଭିତରେ ସଂଘର୍ଷ: ଗଡ଼ିଲା ୧୦ ମୁଣ୍ଡ, ୧୬ ଆହତ

ମେକ୍ସିକୋ,୯ା୧୦: ମେକ୍ସିକୋର ଉତ୍ତର-ପଶ୍ଚିମ ରାଜ୍ୟ ସିନାଲୋଆର ମାଜାଟାନ ସହରରେ ଥିବା ‘ଏଲ କାଷ୍ଟିଲୋ’ ଜେଲ୍‌ରେ ଘଟିଥିବା ଏକ ସଂଘର୍ଷରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୬ ଜଣ…

ଆଜି ସୃଷ୍ଟି ହେବ ବିରଳ ବିଷ ଯୋଗ, ୩ ରାଶି ଉପରେ ପଡ଼ିପାରେ ନକାରାତ୍ମକ ପ୍ରଭାବ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଶନି ଓ ଚନ୍ଦ୍ରମାଙ୍କ ପରସ୍ପର ଦୃଷ୍ଟି ଯୋଗୁଁ ବିଷ ଯୋଗ ସୃଷ୍ଟି ହେଉଛି । ଏହି ଯୋଗର ପ୍ରଭାବରେ କେତେକ ରାଶିର ବ୍ୟକ୍ତିଙ୍କୁ…

ପ୍ରଥମେ କବାଟ ବାଡ଼େଇଲେ, ଖୋଲିବାରୁ ଦମ୍ପତିଙ୍କୁ ଅତର୍କିତ ଆକ୍ରମଣ କଲେ ଦୁଇ ଦୁର୍ବୃତ୍ତ, ଗୁରୁତର ହୋଇ…

ମଜାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଅପାଳ ସାମୁଦ୍ରିକ ଥାନା ଅଧୀନ ବଳିଗଣ୍ଡ ଗାଁର ଜଣେ ବ୍ୟକ୍ତିଙ୍କ ଘରେ ବୁଧବାର ବିଳମ୍ବିତ ରାତିରେ ପଶି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?