ଦିଲ୍ଲୀ ଗଲେ ପିଣ୍ଟୁ: କରାଯିବ ଲିଭର୍‌ ଟ୍ରାନ୍ସପ୍ଲାଣ୍ଟ

ଭୁବନେଶ୍ୱର,୭।୨(ବ୍ୟୁରୋ): ଦିଲ୍ଲୀ ଗଲେ ଓଲିଉଡ୍‌ ଅଭିନେତା ପିଣ୍ଟୁ ନନ୍ଦ। ଗୁରୁତର ଲିଭର ସିରୋସିସ୍‌ ଜନିତ ରୋଗରେ ପୀଡ଼ିତ ଥିବା ପିଣ୍ଟୁଙ୍କୁ ଅଧିକ ଚିକିତ୍ସା ଲାଗି ଦିଲ୍ଲୀ ନିଆଯାଇଛି। ମଙ୍ଗଳବାର ସକାଳେ ସେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚି ଦିଲ୍ଲୀ ଯାଇଛନ୍ତି। ସେଠାରେ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଲିଭର୍‌ ଆଣ୍ଡ ବିଲିଆରି ସାଇନସେସ(ଆଇଏଲ୍‌ବିଏସ୍‌) ହସ୍ପିଟାଲରେ ତାଙ୍କୁ ଭର୍ତ୍ତି କରାଯାଇ ଲିଭର ଟ୍ରାନ୍ସପ୍ଲାଣ୍ଟ ସହ ଅନ୍ୟାନ୍ୟ ଚିକିତ୍ସା କରାଯିବ। ଏ ନେଇ ଆଇଏଲ୍‌ବିିଏସ୍‌ ଡାକ୍ତର ଅଶୋକ ଚୌଧୁରୀଙ୍କ ସହିତ କଥାବାର୍ତ୍ତା କରାଯାଇ ଆବଶ୍ୟକ ପ୍ରସ୍ତୁତି ହୋଇଥିବା ସୂଚନା ମିଳିଛି।

ଲିଭର ସିରୋସିସ୍‌ରୁ ଆରୋଗ୍ୟ ପାଇଁ ଲିଭର ଟ୍ରାନ୍ସପ୍ଲାଣ୍ଟ କରିବାକୁ ପଡ଼ିବ। ଏହା ପୂର୍ବରୁ ଅନ୍ୟ ଗୁରୁତ୍ୱପୂର୍ଣ୍ଣ ଅଙ୍ଗପ୍ରତ୍ୟଙ୍ଗ ମଧ୍ୟ ଷ୍ଟେବୁଲ ରହିବା ଦରକାର। ସେ ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ପଡ଼ିବ ବୋଲି କୁହାଯାଇଛି। ଦିଲ୍ଲୀ ଯିବା ପୂର୍ବରୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ ପିଣ୍ଟୁ। ଦିଲ୍ଲୀ ପହଞ୍ଚିବା ପରେ ତୁରନ୍ତ ସେଠାରେ ତାଙ୍କର ଅଧିକ ଚିକିତ୍ସା ଚାଲିବ। କେବଳ ଲିଭର୍‌ ଟ୍ରାନ୍ସପ୍ଲାଣ୍ଟ ପାଇଁ ୫୦ ଲକ୍ଷ ଟଙ୍କା ଆବଶ୍ୟକ ଥିବାବେଳେ ଏହା ପରବର୍ତ୍ତୀ ଚିକିତ୍ସା ପାଇଁ ମଧ୍ୟ ଅର୍ଥର ଆବଶ୍ୟକତା ରହିଛି। ଶୁଭେଚ୍ଛୁମାନେ ତାଙ୍କ ଆଶୁ ଆରୋଗ୍ୟ କାମନା କରିଥିବାବେଳେ ବ୍ୟୟବହୁଳ ଚିକିତ୍ସା ପାଇଁ ସାରା ରାଜ୍ୟରୁ ସହାୟତାର ହାତ ଲମ୍ବିଛି। ଏମ୍ପି ଅଚ୍ୟୁତ ସାମନ୍ତ ୨ଲକ୍ଷ ଟଙ୍କା ସହାୟତା ରାଶି ପ୍ରଦାନ କରିଛନ୍ତି। ସେହିଭଳି ଯୁବ ସମାଜସେବୀ ଦୀପକ କୁମାର ମହାପାତ୍ର ଓ ସହଯୋଗୀମାନେ ୟୁନିଟ-୨ ମାର୍କେଟ ବିଲ୍ଡିଂ, ମାଷ୍ଟର କ୍ୟାଣ୍ଟିନ, ଖାରବେଳନଗର ଓ ୟୁନିଟ-୯ ଅଞ୍ଚଳରେ ବୁଲିବୁଲି ବ୍ୟବସାୟୀଙ୍କ ସାହାଯ୍ୟ ଲୋଡିବା ସହ ପାଣ୍ଠି ସଂଗ୍ରହ କରିଛନ୍ତି। ଏଥିସହ ଓଡିଶା ସିନେ କ୍ରିଟିକ ଆସୋସିଏଶନ ତରଫରୁ ଅଭିନେତା ଶ୍ରୀତମ ଦାସ, ସିଦ୍ଧାନ୍ତ ମହାପାତ୍ରଙ୍କ ଭଳି ବହୁ କଳାକାର ଓ ବ୍ୟବସାୟୀ ଅମିୟକାନ୍ତ ଦାଶ ସହଯୋଗର ହାତ ବଢ଼ାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri