ଦିଲ୍ଲୀ ଗଲେ ପିଣ୍ଟୁ: କରାଯିବ ଲିଭର୍‌ ଟ୍ରାନ୍ସପ୍ଲାଣ୍ଟ

ଭୁବନେଶ୍ୱର,୭।୨(ବ୍ୟୁରୋ): ଦିଲ୍ଲୀ ଗଲେ ଓଲିଉଡ୍‌ ଅଭିନେତା ପିଣ୍ଟୁ ନନ୍ଦ। ଗୁରୁତର ଲିଭର ସିରୋସିସ୍‌ ଜନିତ ରୋଗରେ ପୀଡ଼ିତ ଥିବା ପିଣ୍ଟୁଙ୍କୁ ଅଧିକ ଚିକିତ୍ସା ଲାଗି ଦିଲ୍ଲୀ ନିଆଯାଇଛି। ମଙ୍ଗଳବାର ସକାଳେ ସେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚି ଦିଲ୍ଲୀ ଯାଇଛନ୍ତି। ସେଠାରେ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଲିଭର୍‌ ଆଣ୍ଡ ବିଲିଆରି ସାଇନସେସ(ଆଇଏଲ୍‌ବିଏସ୍‌) ହସ୍ପିଟାଲରେ ତାଙ୍କୁ ଭର୍ତ୍ତି କରାଯାଇ ଲିଭର ଟ୍ରାନ୍ସପ୍ଲାଣ୍ଟ ସହ ଅନ୍ୟାନ୍ୟ ଚିକିତ୍ସା କରାଯିବ। ଏ ନେଇ ଆଇଏଲ୍‌ବିିଏସ୍‌ ଡାକ୍ତର ଅଶୋକ ଚୌଧୁରୀଙ୍କ ସହିତ କଥାବାର୍ତ୍ତା କରାଯାଇ ଆବଶ୍ୟକ ପ୍ରସ୍ତୁତି ହୋଇଥିବା ସୂଚନା ମିଳିଛି।

ଲିଭର ସିରୋସିସ୍‌ରୁ ଆରୋଗ୍ୟ ପାଇଁ ଲିଭର ଟ୍ରାନ୍ସପ୍ଲାଣ୍ଟ କରିବାକୁ ପଡ଼ିବ। ଏହା ପୂର୍ବରୁ ଅନ୍ୟ ଗୁରୁତ୍ୱପୂର୍ଣ୍ଣ ଅଙ୍ଗପ୍ରତ୍ୟଙ୍ଗ ମଧ୍ୟ ଷ୍ଟେବୁଲ ରହିବା ଦରକାର। ସେ ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ପଡ଼ିବ ବୋଲି କୁହାଯାଇଛି। ଦିଲ୍ଲୀ ଯିବା ପୂର୍ବରୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ ପିଣ୍ଟୁ। ଦିଲ୍ଲୀ ପହଞ୍ଚିବା ପରେ ତୁରନ୍ତ ସେଠାରେ ତାଙ୍କର ଅଧିକ ଚିକିତ୍ସା ଚାଲିବ। କେବଳ ଲିଭର୍‌ ଟ୍ରାନ୍ସପ୍ଲାଣ୍ଟ ପାଇଁ ୫୦ ଲକ୍ଷ ଟଙ୍କା ଆବଶ୍ୟକ ଥିବାବେଳେ ଏହା ପରବର୍ତ୍ତୀ ଚିକିତ୍ସା ପାଇଁ ମଧ୍ୟ ଅର୍ଥର ଆବଶ୍ୟକତା ରହିଛି। ଶୁଭେଚ୍ଛୁମାନେ ତାଙ୍କ ଆଶୁ ଆରୋଗ୍ୟ କାମନା କରିଥିବାବେଳେ ବ୍ୟୟବହୁଳ ଚିକିତ୍ସା ପାଇଁ ସାରା ରାଜ୍ୟରୁ ସହାୟତାର ହାତ ଲମ୍ବିଛି। ଏମ୍ପି ଅଚ୍ୟୁତ ସାମନ୍ତ ୨ଲକ୍ଷ ଟଙ୍କା ସହାୟତା ରାଶି ପ୍ରଦାନ କରିଛନ୍ତି। ସେହିଭଳି ଯୁବ ସମାଜସେବୀ ଦୀପକ କୁମାର ମହାପାତ୍ର ଓ ସହଯୋଗୀମାନେ ୟୁନିଟ-୨ ମାର୍କେଟ ବିଲ୍ଡିଂ, ମାଷ୍ଟର କ୍ୟାଣ୍ଟିନ, ଖାରବେଳନଗର ଓ ୟୁନିଟ-୯ ଅଞ୍ଚଳରେ ବୁଲିବୁଲି ବ୍ୟବସାୟୀଙ୍କ ସାହାଯ୍ୟ ଲୋଡିବା ସହ ପାଣ୍ଠି ସଂଗ୍ରହ କରିଛନ୍ତି। ଏଥିସହ ଓଡିଶା ସିନେ କ୍ରିଟିକ ଆସୋସିଏଶନ ତରଫରୁ ଅଭିନେତା ଶ୍ରୀତମ ଦାସ, ସିଦ୍ଧାନ୍ତ ମହାପାତ୍ରଙ୍କ ଭଳି ବହୁ କଳାକାର ଓ ବ୍ୟବସାୟୀ ଅମିୟକାନ୍ତ ଦାଶ ସହଯୋଗର ହାତ ବଢ଼ାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଏମପିଙ୍କୁ ବଡ଼ ପରାମର୍ଶ ଦେଲେ ମୋଦି, ବର୍ତ୍ତମାନ ଉପରେ ଫୋକସ୍…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିବା ଭାରତୀୟ ଜନତା ପାର୍ଟି (ଭାଜପା)ର ୩୭ ଜଣ ନୂଆ ଏମପିଙ୍କ ବୈଠକ କରିଥିଲେ । ଏହି…

ଘର କବାଟ ଖୋଲୁଖୋଲୁ ଚୋଟ ମାରିଲା ବିଷଧର ସାପ, ଟଳିପଡ଼ିଲେ ବୃଦ୍ଧା

ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରାପଦର ପଞ୍ଚାୟତ ଭୁଡୁକି ଗ୍ରାମର ଏ.ବାଉରୀ ପାତ୍ରଙ୍କ ସ୍ତ୍ରୀ ଏ.ସାଇଆମ୍ମା ପାତ୍ର(୭୦) ନାମ୍ନୀ ବୃଦ୍ଧା ବୁଧବାର ଅପରାହ୍ନରେ…

ତାତିଲେ ଚାଷୀ, ୧୦ରେ ଜେଲଭରୋ ଆନ୍ଦୋଳନ: ଚାଷ, ଚାଷୀ ସମସ୍ୟା ଅସମାହିତ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। କିନ୍ତୁ ଏଠାରେ ଚାଷ ଓ…

ତାବରସାହି ଜଙ୍ଗଲରୁ ୨୫ ଲକ୍ଷର ଗଞ୍ଜେଇ ଜବତ, ଗୋଡ଼ାଇ ଗୋଡ଼ାଇ ବାନ୍ଧିଲା ପୋଲିସ

ମୋହନା,୫ା୮(ମନ୍ମଥ ମିଶ୍ର): ଗଜପତି ଜିଲା ରା.ଉଦୟଗିରି ଥାନା ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲାର ପର୍ଦ୍ଦାଫାଶ କରିଛି । ୨୫୧ କିଲୋଗ୍ରାମ ୨୦୦ ଗ୍ରାମ…

ବନ୍ୟା କ୍ଷୟକ୍ଷତି ଆକଳନ କଲେ ମନ୍ତ୍ରୀ, ପ୍ରଭାବିତ ଅଞ୍ଚଳରେ ହେବ…

କେନ୍ଦୁଝର,୫ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ପଞ୍ଚାୟତିରାଜ ଓ ପାନୀୟ ଜଳ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାଏକ ବୁଧବାର କେନ୍ଦୁଝର ସର୍କିଟ ହାଉସ୍‌ଠାରେ ବନ୍ୟା ଦ୍ୱାରା ହୋଇଥିବା…

ବ୍ଲକଗ୍ରାଣ୍ଟ ଶିକ୍ଷକଙ୍କ ଧାରଣା

କୃଷ୍ଣପ୍ରସାଦ, ୫।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ଦୀର୍ଘଦିନ ଧରି ବିଭିନ୍ନ ଦାବି ନେଇ ବ୍ଲକଗ୍ରାଣ୍ଟ ଶିକ୍ଷକମାନେ ରାଜରାସ୍ତାକୁ ଓହ୍ଲାଇ ଆସୁଛନ୍ତି। ପୂର୍ବରୁ ବିଧାନସଭା ସମ୍ମୁଖରେ ଶିକ୍ଷୟିତ୍ରୀମାନେ ମାଣବସା ଗୁରୁବାର…

୨୬ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଲେ RTOର ୨ କର୍ମଚାରୀ, ବାନ୍ଧିଲା ଭିଜିଲାନ୍ସ

ରାଉରକେଲା,୫ା୮(ସଙ୍ଗୀତା ଜେନା) : ଭିଜିଲାନ୍ସ ଜାଲରେ ରାଉରକେଲା RTOର ୨ କର୍ମଚାରୀ । ବ୍ୟାଙ୍କ ଦ୍ୱାରା ନିଲାମ ହୋଇଥିବା ଦୁଇଟି ଟ୍ରକ୍‌ର ନୂତନ ପଞ୍ଜୀକରଣ ପ୍ରମାଣପତ୍ର (ଏଫ୍‌ଆର୍‌ସି)…

ମୁମ୍ବାଇରେ ଶ୍ରମିକଙ୍କ ମୃତ୍ୟୁ, ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ପ୍ରଚେଷ୍ଟାରେ ଗାଁରେ ପହଞ୍ଚିଲା ମୃତଦେହ, କାନ୍ଦବୋବାଳିରେ…

ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଛୋଟରାୟପୁର- ବାସୁଦେବପୁର ଗ୍ରାମ ବଡ଼ସାହିର ପ୍ରଦୀପ ମହାରଣାଙ୍କ ୨ୟ ପୁଅ ସନ୍ତୋଷ ମହାରଣା(୩୬) ପରିବାର ପରିପୋଷଣ ନିମନ୍ତେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri