ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଅଭିନେତା ଆର୍‌.ମାଧବନ

ଭୁବନେଶ୍ୱର,୨୧ା୭(ବ୍ୟୁରୋ): ବଲିଉଡ୍‌ ଓ ସାଉଥ ଫିଲ୍ମ ଦୁନିଆର ପ୍ରସିଦ୍ଧ ଅଭିନେତା ଆର. ମାଧବନ ଏବଂ ତାଙ୍କ ପରିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ବୁଧବାର ଭେଟିଥିଲେ। ଏହି ସାକ୍ଷାତ ସମୟରେ ମାଧବନ ମୁଖ୍ୟମନ୍ତ୍ରୀଙ୍କୁ ଖୁବ୍‌ ପ୍ରଶଂସା କରିଥିଲେ। ନବୀନ ମଧ୍ୟ ମାଧବନଙ୍କ ପୁଅ ବେଦାନ୍ତଙ୍କୁ ଶୁଭେଚ୍ଛା ଜଣାଇବା ସହିତ ସେ ଭାରତ ପାଇଁ ଅଲିମ୍ପିକ୍ସରେ ସ୍ବର୍ଣ୍ଣ ପଦକ ଆଣିବେ ବୋଲି ଆଶା ବ୍ୟକ୍ତ କରିଥିଲେ।

ଏହି ସମୟରେ ମାଧବନ କଳିଙ୍ଗ ଷ୍ଟାଡିୟମରେ ହୋଇଥିବା କାର୍ଯ୍ୟ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଶଂସା କରିଥିଲେ। ସେ କହିଥିଲେ, ଖେଳାଳିଙ୍କ ରହିବା ପାଇଁ ଷ୍ଟାଡିୟମରେ ଯେଉଁ ବ୍ୟବସ୍ଥା କରାଯାଇଛି ତାହା ଅତ୍ୟନ୍ତ ଚମତ୍କାର। ମୁଖ୍ୟମନ୍ତ୍ରୀ ମଧ୍ୟ ନିକଟରେ ମୁକ୍ତିଲାଭ କରିଥିବା ମାଧବନଙ୍କ ଫିଲ୍ମକୁ ପ୍ରଶଂସା କରିଥିଲେ। ଭୁବନେଶ୍ୱରର ପରିବେଶକୁ ବି ମାଧବନ ପ୍ରଶଂସା କରିଥିଲେ।

ସେ କହିଥିଲେ, ମୁଁ ଭୁବନେଶ୍ୱରର ସବୁସ୍ଥାନ ଯଦିଓ ବୁଲିନାହିଁ ତଥାପି ଯେତିକି ସ୍ଥାନ ବୁଲିଛି ତାହା ଅତ୍ୟନ୍ତ ସଫାସୁତରା। ୨୨ ବର୍ଷ ଧରି ଲଗାତର ମୁଖ୍ୟମନ୍ତ୍ରୀ ରହିବା ଆଶ୍ଚର୍ଯ୍ୟଜନକ ବୋଲି ମାଧବନ କହିଥିଲେ। ଏହି ସାକ୍ଷାତ ସମୟରେ ମୁଖ୍ୟମନ୍ତ୍ରୀ ମାଧବନ ଏବଂ ପରିବାରକୁ ହକି ଇଣ୍ଡିଆର ଜର୍ସି ପ୍ରଦାନ କରିଥିଲେ।

ମାଧବନଙ୍କ ସହିତ ତାଙ୍କ ସ୍ତ୍ରୀ ଓ ପୁଅ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିଥିଲେ ସ୍ତ। କଳିଙ୍ଗ ଷ୍ଟାଡିୟମରେ ହୋଇଥିବା ସୁଇମିଂ ପ୍ରତିଯୋଗିତାରେ ଅତିଥି ଭାବେ ମାଧବନ ଯୋଗ ଦେଇଥିଲେ। ତାଙ୍କ ପୁଅ ବେଦାନ୍ତ ମଧ୍ୟ ଏହି ପ୍ରତିଯୋଗିତାରେ ଭାଗ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ଦିନରେ ନିଆଁ ବର୍ଷା, ଅପରାହ୍ନରେ ମାଡ଼ି ଆସୁଛି କାଳବୈଶାଖୀ, ଆଜି ୩ ଜିଲାରେ ହେବ…

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେବ ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଏପରିକି ଦିନରେ ନିଆଁ ବର୍ଷା ହେଉଥିବାବେଳେ ଅପରାହ୍ନରେ ମାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri