ବିଗ୍ ବସ୍ ବିଜେତା ସିଦ୍ଧାର୍ଥ ଶୁକ୍ଳାଙ୍କ ପରଲୋକ

ମୁମ୍ବାଇ,୨ ।୯: ଅଭିନେତା ତଥା ବିଗ୍ ବସ୍ ୱିନର ସିଦ୍ଧାର୍ଥ ଶୁକ୍ଳାଙ୍କର ପରଲୋକ ହୋଇଛି । ଗୁରୁବାର ମୁମ୍ବାଇର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ହୃଦଘାତରେ ତାଙ୍କର ମୃତ୍ୟୁ ହୋଇଥିବା କୁହାଯାଉଛି । ୪୦ ବର୍ଷ ବୟସରେ ସିଦ୍ଧାର୍ଥଙ୍କ ମୃତ୍ୟୁ ମନୋରଞ୍ଜନ ଦୁନିଆରେ ଶୋକର ଛାୟା ଖେଳାଇ ଦେଇଛି । ସୂଚନା ଅନୁଯାୟୀ, ସିଦ୍ଧାର୍ଥ ରାତିରେ କିଛି ଔଷଧ ଖାଇ ଶୋଇଥିବା ବେଳେ ସକାଳୁ ଉଠି ପାରି ନ ଥିଲେ । ପରେ ଡାକ୍ତର ତାଙ୍କର ହୃଦଘାତରେ ମୃତ୍ୟୁ ହୋଇଥିବା କହିଥିଲେ । ଟେଲିଭିଜନ ଦୁନିଆର ଜଣେ ନାଁ କରା କଳାକାର ସିଦ୍ଧାର୍ଥ ରିୟଲିଟି ଶୋ’ ବିଗ୍ ବସ୍ ୧୩ର ବିଜେତା ଥିଲେ । ଏହାସହ ସେ ‘ଖତରୋଁ କା ଖିଲାଡି’ର ସିଜିନ୍ ୭ ବି ଜିତିଥିଲେ । ଟେଲି ଧାରାବାହିକ ‘ବାଳିକା ବଧୂ’ ମାଧ୍ୟମରେ ସେ ଘରେ ଘରେ ପରିଚିତ ହୋଇଥିଲେ । ବଲିଉଡ୍‌ରେ ସେ ‘ହମ୍ପଟି ଶର୍ମା କି ଦୁହ୍ଲନିୟା’ରେ ଡେବ୍ୟୁ କରିଥିଲେ । ଶେହନାଜ ଗିଲଙ୍କ ସହ ତାଙ୍କ ଯୋଡିକୁ ଦର୍ଶକେ ବେଶ୍ ପସନ୍ଦ କରୁଥିଲେ । ଦୁହେଁ ନିକଟରେ ବିଗବସ୍ ଓଟିଟିରେ ନଜର ଆସିଥିଲେ । ଏହାସହ ସେ ‘ସାବଧାନ ଇଣ୍ଡିଆ’, ‘ଇଣ୍ଡିଆସ୍ ଗଟ୍ ଟ୍ୟାଲେଣ୍ଟ’ ଶୋ’ର ହୋଷ୍ଟ ମଧ୍ୟ କରିଛନ୍ତି । ସିଦ୍ଧାର୍ଥଙ୍କ ଜନ୍ମ ୧୨ ଡିସେମ୍ବର ୧୯୮୦ରେ ମୁମ୍ବାଇର ଏକ ବ୍ରାହ୍ମଣ ପରିବାରରେ ହୋଇଥିଲା । ମଡଲିଂ ସମୟରେ ସେ ତାଙ୍କ ପିତାଙ୍କୁ ହରାଇଥିଲେ । ସୋସିଆଲ ମିଡିଆରେ ଆକ୍ଟିଭ ରହୁଥିବା ସିଦ୍ଧାର୍ଥ ନିକଟରେ ଏକ ଛୋଟ ପିଲାକୁ କୋଳରେ ଧରି ଫଟୋଟିଏ ଶେୟାର କରିଥିଲେ । ଯାହା ତାଙ୍କ ପ୍ରଶଂସକଙ୍କୁ ବେଶ୍ ପସନ୍ଦ ଆସିଥିଲା । ମନୋରଞ୍ଜନ ଦୁନିଆର ପ୍ରଶଂସକ ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ଏବେ ପର୍ଯ୍ୟନ୍ତ ଭୁଲି ନ ଥିବା ବେଳେ ଏବେ ସିଦ୍ଧାର୍ଥଙ୍କ ମୃତ୍ୟୁ ସମସ୍ତଙ୍କୁ ଚକିତ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଶୁକ୍ରଙ୍କ ବକ୍ରୀ ଚଳନ: ଫାଇଦାରେ ରହିବେ ୫ ରାଶି, ମାସେ ଭିତରେ ହେବେ ଧନୀ!

ଶରତ ପୂର୍ଣ୍ଣିମା ଅବସରରେ ଅକ୍ଟୋବର ୨୫ ତାରିଖରେ ଶୁକ୍ର ଗ୍ରହଙ୍କ ସ୍ଥିତିରେ ପରିବର୍ତ୍ତନ ଘଟିବ। ବକ୍ରୀ ଶୁକ୍ର ଚିତ୍ରା ନକ୍ଷତ୍ରରେ ପ୍ରବେଶ କରିବେ। ଶୁକ୍ର ଏକ ମାସ…

ବିରାଟ କୋହଲିଙ୍କ ୧୦ ବର୍ଷ ପୁରୁଣା ଟି-୨୦ ରେକର୍ଡ ଭାଙ୍ଗିଲେ ଏହି ଖେଳାଳି, ସବୁଠି ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୨।୧୦: ଇଶାନ କିଶନ ପୁଣିଥରେ ନିଜ ବ୍ୟାଟିଂ ଯାଦୁ ଦେଖାଇଛନ୍ତି ଏବଂ ଏଥର ତାଙ୍କ ଇନିଂସ ବିରାଟ କୋହଲିଙ୍କ ଏକ ଦୀର୍ଘଦିନର ରେକର୍ଡକୁ ଅତିକ୍ରମ କରିଛି। ଶ୍ରୀଲଙ୍କା…

2 October No UPI Day: ଆଜି ଚାଲିବନି UPI ପେମେଣ୍ଟ, ପାଖରେ ରଖନ୍ତୁ କ୍ୟାଶ୍‌!

ନୂଆଦିଲ୍‌ଲୀ,୨।୧୦: ଯଦି ଆପଣ ଗାନ୍ଧୀ ଜୟନ୍ତୀ ଛୁଟିରେ ସପିଂ କରିବାକୁ କିମ୍ୱା ସାଙ୍ଗମାନଙ୍କ ସହ ବାହାରକୁ ବୁଲିବାକୁ ଯୋଜନା କରୁଛନ୍ତି, ତେବେ ଟିକେ ଅଟକି ଯାଆନ୍ତୁ। ଅନଲାଇନ…

ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ଲାଗିବ ବଡ଼ ଝଟକା? ଉପ-ନିର୍ବାଚନରେ TVK ଟଙ୍କା ବାଣ୍ଟୁଥିବା ନେଇ ସହଯୋଗୀ ଦଳର ଦାବି

ଚେନ୍ନାଇ,୨।୧୦: ତାମିଲନାଡୁର ମଦୁରାନଥକମ ଏବଂ ଧାରାପୁରମ ନିର୍ବାଚନ ମଣ୍ଡଳୀରେ ଅକ୍ଟୋବର ୬ରେ ହେବାକୁ ଥିବା ଉପ-ନିର୍ବାଚନ ପୂର୍ବରୁ, ମୁଖ୍ୟମନ୍ତ୍ରୀ ବିଜୟଙ୍କ ଦଳ ‘ଟିଭିକେ’ (TVK) ବିରୁଦ୍ଧରେ ଗୁରୁତର…

ଜିଓର ଦମଦାର ଅଫର: ୧୪୯୯ ଟଙ୍କାରେ ମିଳିବ ଫୋନ୍‌, ୬ ମାସ ମାଗଣା ରିଚାର୍ଜ

ମୁମ୍ବାଇ,୨।୧୦: ୧୦ମ ବାର୍ଷିକୋତ୍ସବ ଉପଲକ୍ଷେ ଜିଓ ସ୍ବତନ୍ତ୍ର ଅଫର ଘୋଷଣା କରିଛି । ୧୪୯୯ ଟଙ୍କା ମୂଲ୍ୟର ଜିଓଭାରତ ୪ଜି ଫୋନ୍‌ ସହ ୬ ମାସର ମାଗଣା…

ସ୍ମିତ୍‌ ମଚ୍ଛାରଙ୍କ ସାହସର ଖୁବ ପ୍ରଶଂସା କରି ଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ଫ୍ଲାଏଦୁବାଇ’ (Flydubai) ବିମାନର ପାଇଲଟ କ୍ୟାପଟେନ ସ୍ମିତ୍‌ ମଚ୍ଛାରଙ୍କ ସହ ଫୋନ ଯୋଗେ କଥା ହୋଇଥିଲେ। କ୍ୟାପଟେନ ସ୍ମିତ୍‌ ନିଜର ଅନୁଭୂତି…

ମିଠା ପ୍ୟାକେଟ୍‌ ଖୋଳ ତିଆରି କରୁଛନ୍ତି ବାପା: ଦେଶ ପାଇଁ ସ୍ବର୍ଣ୍ଣ ଆଣିଲେ ଝିଅ

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ମହିଳା ରିକର୍ଭ ତୀରନ୍ଦାଜୀ ଦଳ ଇତିହାସ ରଚିଛି। ଅଙ୍କିତା ଭକତ, କୀର୍ତ୍ତି ଓ କୁମକୁମ ମୋହୋଦଙ୍କୁ ନେଇ ଗଠିତ ଭାରତୀୟ…

ଝାଟିପଦର ଠାକୁରାଣୀ ମନ୍ଦିରରେ ଶେଷ ପର୍ଯ୍ୟାୟରେ ନବରାତ୍ର ପୂଜା ପ୍ରସ୍ତୁତି

ଗଞ୍ଜାମ,୨ା୧୦(ବିଦ୍ୟାଧର ସାହୁ): ଚଳିତ ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ଶନିବାରଠାରୁ ଆରମ୍ଭ ହୋଇଛି ମା’ ଠାକୁରାଣୀଙ୍କ ପୀଠରେ ଶାରଦୀୟ ନବ ରାତ୍ର ପୂଜା। ଏହି ପୂଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?