Posted inଜାତୀୟ

ପଦ୍ମ ଧରିଲେ ଅଭିନେତା ସନ୍ନି

ନୂଆଦିଲ୍ଲୀ,୨୩।୪: ଚଳିତ ଲୋକ ସଭା ନିର୍ବାଚନ ଅବସରରେ କେତେଜଣ ବଲିଉଡ୍‌ ତାରକା ରାଜନୀତିରେ ପାଦ ରଖିଛନ୍ତି। ଏହି କ୍ରମରେ ମଙ୍ଗଳବାର ପଦ୍ମ ଧରିଛନ୍ତି ବଲିଉଡ୍‌ ଅଭିନେତା ସନ୍ନି ଦେଓଲ। କେନ୍ଦ୍ରମନ୍ତ୍ରୀ ପିୟୁଷ ଗୋଏଲ ଓ ନିର୍ମଳା ସିଥାରମଣଙ୍କ ଉପସ୍ଥିତିରେ ସେ ଭାଜପାରେ ମିଶିଛନ୍ତି। ସେ ପଞ୍ଜାବର ଗୁରୁଦାସପୁର ଆସନରୁ ନିର୍ବାଚନ ଲଢିବେ ବୋଲି ଅନୁମାନ କରାଯାଉଛି। ସୂଚନାଯୋଗ୍ୟ, ଗତ ସପ୍ତାହରେ ସନ୍ନି ଭାଜପା ଅଧ୍ୟକ୍ଷ ଅମିତ ଶାହଙ୍କ ସହ ସାକ୍ଷାତ କରିଥିବାର ଏକ ଫଟୋ ସାମ୍ନାକୁ ଆସିଥିଲା। ସେତେବେଳେ କିନ୍ତୁ ସେ କହିଥିଲେ ମୁଁ କେବଳ ଶାହଙ୍କୁ ସାକ୍ଷାତ୍‌ କରିଥିଲି ରାଜନୀତିରେ ଯୋଗ ଦେବାର ସେମିତି କିଛି ଯୋଜନା ନାହିଁ। ହେଲେ ୨ ଦିନ ପରେ ସେ ଭାଜପା ହାତ ଧରିଛନ୍ତି। ଭାଜପାରେ ଯୋଗଦେବା ପରେ ସନ୍ନି କହିଛନ୍ତି, ମୋ ବାପା ଯେମିତି ଅଟଳ ବିହାରୀ ବାଜପେୟୀଙ୍କ ସହଯୋଗରେ କାମ କରୁଥିଲେ ମୁଁ ମଧ୍ୟ ମୋଦିଙ୍କ ସହଯୋଗରେ ସେମିତି କାମ କରିବି।


Enter your email to get our daily news in your inbox.

All Right Reserved By Dharitri.Com

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

ଇରାନରୁ ଭାରତ ଆସୁଥିଲା ତେଲ ବୋଝେଇ ଜାହାଜ, ମଝି ସମୁଦ୍ରରୁ ଚାଇନା ଆଡ଼କୁ ମୁହାଁଇଲା, ସରକାର କହିଲେ…

ନୂଆଦିଲ୍ଲୀ/ତେହରାନ,୪ା୪: ଭାରତ ସରକାର ଶନିବାର ମିଥ୍ୟା ରିପୋର୍ଟକୁ ଖାରଜ କରିଦେଇଛନ୍ତି। ଭାରତ ଅଭିମୁଖେ ଆସୁଥିବା ଏକ ଇରାନୀ ଅଶୋଧିତ ତେଲ ବୋଝେଇ ଟ୍ୟାଙ୍କର ମଝି ସମୁଦ୍ରରୁ ଗତିପଥ…

ସାଧାରଣ ଲୋକଙ୍କ କଥା କହୁ କହୁ କେମିତି ‘ଆମ ଆଦମୀ ପାର୍ଟି’ର ‘ଖଳନାୟକ’ ପାଲଟିଗଲେ ରାଘବ ଚଢା? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୪।୪: ରାଜନୀତିର ପ୍ରକୃତି ଅଦ୍ଭୁତ। କେତେବେଳେ ବନ୍ଧୁ ଶତ୍ରୁ ହୋଇଯାଏ, ଆଉ କେତେବେଳେ ଶତ୍ରୁ ବନ୍ଧୁ ହୋଇଯାଏ। ରାଜନୀତି କ୍ଷେତ୍ରରେ, ପବନର ଦିଗ ନିରନ୍ତର ପରିବର୍ତ୍ତନ ହୁଏ…

କଂଗ୍ରେସ ନେତା ଶଶି ଥରୁରଙ୍କ କନଭଏ ଉପରେ ଆକ୍ରମଣ, ବନ୍ଧୁକଧାରୀ ସହ ଡ୍ରାଇଭର ଆହତ

ଥିରୁଭାନନ୍ତପୁରମ,୪।୪: କଂଗ୍ରେସ ଏମପି ଶଶି ଥରୁରଙ୍କ ବନ୍ଧୁକଧାରୀ ଏବଂ ଡ୍ରାଇଭରଙ୍କ ଉପରେ ଆକ୍ରମଣ ସମ୍ପର୍କିତ ଏକ ଘଟଣା ସାମ୍ନାକୁ ଆସିଛି। ଏହି ଘଟଣା କେରଳର ୱାଣ୍ଡୁର ଅଞ୍ଚଳରେ…

ଦରକାର ଥିଲା ପୁଅ, ସ୍ତ୍ରୀ ପେଟରେ ଝିଅ ଥିବା ଜାଣି ଏମିତି କାଣ୍ଡ ଘଟାଇଲେ ସ୍ବାମୀ

ହାଇଦ୍ରାବାଦ,୪।୪: ତେଲେଙ୍ଗାନାର ହନମକୋଣ୍ଡାରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି । ଆଝାରୁଦ୍ଦିନ ନାମକ ଜଣେ ବ୍ୟକ୍ତି ତାଙ୍କ ଗର୍ଭବତୀ ପତ୍ନୀ ଏବଂ ଦୁଇ ଝିଅଙ୍କୁ…

ଛାତିଥରା ଦୁର୍ଘଟଣା; ଭାରସାମ୍ୟ ହରାଇ କୂଅରେ ପଡିଗଲା କାର୍, ଗୋଟିଏ ପରିବାରର ୯ ମୃତ

ମୁମ୍ବାଇ,୪ା୪: ମହାରାଷ୍ଟ୍ରର ନାଶିକରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଏକ କାର ନିୟନ୍ତ୍ରଣ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଏକ ପାଣି ଭର୍ତ୍ତି କୂଅରେ…

ନୌସେନାରେ ସାମିଲ ହେଲା ‘ଅରିଦମନ’

ନୂଆଦିଲ୍ଲୀ,୪ା୪: ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଆଣବିକ ଶକ୍ତିସମ୍ପନ୍ନ ବାଲିଷ୍ଟିକ୍‌ ମିଶାଇଲ୍‌ ବୁଡ଼ାଜାହାଜ ଆଇଏନ୍‌ଏସ୍‌ ଅରିଦମନ ଶୁକ୍ରବାର ଭାରତୀୟ ନୌସେନାରେ ସାମିଲ ହୋଇଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri