ଅଭିନେତା ସୁଶାନ୍ତ ଆତ୍ମହତ୍ୟା ମାମଲା: ରିୟା ଚକ୍ରବର୍ତ୍ତୀ ଅମିତ ଶାହଙ୍କୁ ଲେଖିଲେ ଏମିତି

ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ମାମଲା ଏବେ ନୂଆ ମୋଡ଼ ନେଇଛି। ସୋସିଆଲ ମିଡିଆରେ ଟ୍ରୋଲ୍‌ର ଶିକାର ହୋଇଥିବା ରିୟା ଚକ୍ରବର୍ତ୍ତୀ ମଧ୍ୟ ଏହି ଘଟଣାର ସିବିଆଇ ତଦନ୍ତ ଦାବି କରିଛନ୍ତି। ରିୟା କିଛି ମିନିଟ୍‌ ପୂର୍ବରୁ ତାଙ୍କ ଅଫିସିଆଲ ଇନଷ୍ଟାଗ୍ରାମ ଆକାଉଣ୍ଟରେ ସୁଶାନ୍ତଙ୍କ ଏକ ଚିତ୍ର ଶେୟାର କରି ଗୃହମନ୍ତ୍ରୀ ଅମିତ ଶାହଙ୍କ ସାହାଯ୍ୟ ଲୋଡିଛନ୍ତି।

ରିୟା ଚକ୍ରବର୍ତ୍ତୀ ତାଙ୍କ ପୋଷ୍ଟରେ ଲେଖିଛନ୍ତି, ‘ସମ୍ମାନିୟ ଅମିତ ଶାହ ସାର୍‌, ମୁଁ ସୁଶାନ୍ତ ସିଂ ରାଜପୁତଙ୍କ ଗର୍ଲଫ୍ରେଣ୍ଡ ରିୟା ଚକ୍ରବର୍ତ୍ତୀ। ଏକ ମାସରୁ ଅଧିକ ଦିନ ହେବ ସୁଶାନ୍ତଙ୍କ ମୃତ୍ୟୁ ହୋଇଛି। ମୋର ସରକାର ଉପରେ ସମ୍ପୂର୍ଣ୍ଣ ବିଶ୍ୱାସ ଅଛି, ତଥାପି ନ୍ୟାୟ ପାଇଁ ମୁଁ ଆପଣଙ୍କୁ ଅନୁରୋଧ କରୁଛି। ଏହି ମାମଲାରେ ସିବିଆଇ ତଦନ୍ତ ଆରମ୍ଭ କରନ୍ତୁ। ମୁଁ କେବଳ ଜାଣିବାକୁ ଚାହୁଁଛି ଏଭଳି ପଦକ୍ଷେପ ନେବାକୁ ସୁଶାନ୍ତଙ୍କୁ କିଏ ଚାପ ପକାଇଛି।

https://www.instagram.com/p/CCsrKbQH2th/?utm_source=ig_web_copy_link

ପୂର୍ବରୁ ସୋସିଆଲ ମିଡ଼ିଆ ପୋଷ୍ଟଗୁଡିକରେ ରିୟା ଯେଉଁମାନେ ବଳାତ୍କାର ଓ ହତ୍ୟା ଧମକ ଦେଉଛନ୍ତି ରିୟା ସେମାନଙ୍କୁ ଏକ ବର୍ଗରେ ଭାଗ କରିଛନ୍ତି, ସେ କହିଛନ୍ତି ‘ମୋ ବିରୋଧରେ ସବୁ ପ୍ରକାର ଅଭିଯୋଗ କରାଯାଇଥିଲା, ମୁଁ ଚୁପ ରହିଲି … ମୋତେ ହତ୍ୟାକାରୀ କୁହାଯାଉଥିଲା, ମୁଁ ଚୁପ ରହିଲି … ଲଜ୍ଜାରେ ଚୁପ ରହିଲି …’। ଆପଣଙ୍କୁ କହିବାର କିଏ ଅଧିକାର ଦେଲା ଯଦି ମୁଁ ଆତ୍ମହତ୍ୟା ନ କରେ, ତେବେ ମୋତେ ବଳାତ୍କାର ଓ ହତ୍ୟା କରାଯିବ। ତୁମେ ଯାହା କହିଛ ତାହାର ଗମ୍ଭୀରତା ଭାବ? ଆଇନ ଅନୁଯାୟୀ ଏହା ଏକ ଅପରାଧ। ମୁଁ ପୁଣିଥରେ କହୁଛି ଯେ ଏପରି ବିଷାକ୍ତ ଓ ଅତ୍ୟାଚାରର ଶିକାର କାହାକୁ ହେବାକୁ ନ ପଡୁ।


Enter your email to get our daily news in your inbox.

All Right Reserved By Dharitri.Com

ଅବପାତରେ ପରିଣତ ହେଲା ଲଘୁଚାପ: ଆହୁରି ୪ଦିନ ଭୀଷଣ ବର୍ଷା, ୧୩ ଜିଲାକୁ ଓ୍ବାର୍ନିଂ

ଭୁୁବନେଶ୍ୱର, ୧୩ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗୁରୁବାର ସକାଳ ୮ଟା ୩୦ରେ ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ…

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

ନର୍ସ ମୃତ୍ୟୁ ମାମଲା: ଆକ୍ସନରେ ସରକାର…

କୋଲକାତା, ୧୩।୮: କୋଲକାତାର ପ୍ରମୁଖ ନୀଳରତନ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ(ଏନ୍‌ଆର୍‌ଏସ୍‌) ଶୌଚାଳୟରୁ ଜଣେ ୩୦ ବର୍ଷୀୟା ଷ୍ଟାଫ ନର୍ସଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୌଚାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri