Posted inଜାତୀୟ

ପ୍ରଥମ ରାଲିରେ ଦମ୍ଭୋକ୍ତି ଦେଖାଇଲେ ବିଜୟ; ଜାଣନ୍ତୁ କାହାକୁ କରିବେ ସମର୍ଥନ

ଚେନ୍ନାଇ,୨୭।୧୦: ଅଭିନୟରୁ ରାଜନୀତିରେ ପ୍ରବେଶ କରିଥିବା ତାମିଲନାଡୁର ଚର୍ଚ୍ଚିତ ଅଭିନେତା ଥାଲପଥି ବିଜୟ ରବିବାର ପ୍ରଥମ ରାଜନୈତିକ ରାଲିକୁ ସମ୍ବୋଧନ କରିଛନ୍ତି। ଏଠାରେ ସେ ନିଜ ପାର୍ଟିର ବିଚାରଧାରା, ଏବଂ ଲକ୍ଷ୍ୟ ଘୋଷଣା କରିଛନ୍ତି। ଏହି ରାଲିରେ ବିଜୟ ସମାନତା, ସାମାଜିକ ନ୍ୟାୟ, ଧର୍ମନିରପେକ୍ଷତା, ତାମିଲ ଭାଷାକୁ କୋର୍ଟରେ ପ୍ରଶାସନିକ ଭାଷା ଭାବରେ ପ୍ରୋତ୍ସାହିତ କରିବା ଏବଂ ରାଜ୍ୟପାଳ ପଦବୀ ହଟାଇବା ଉପରେ ଜୋର ଦେଇଥିଲେ।

ରାଜ୍ୟରେ ନୂଆକରି ଆରମ୍ଭ ହୋଇଥିବା ବିଜୟଙ୍କ ତାମିଲାଗା ଭେତ୍ରି କାଗଜମ(ତିଭିକେ) ପାର୍ଟିର ପ୍ରଥମ ରାଲିରେ ଅସହ୍ୟ ଖରାକୁ ଖାତିର ନ କରି ଲକ୍ଷାଧିକ ଲୋକେ ଯୋଗ ଦେଇଥିଲେ। ନିଜ ଦଳର ଆଦର୍ଶକୁ ପ୍ରକାଶ କରି ବିଜୟ ତାମିଲନାଡୁରେ ତାମିଲ ଭାଷାକୁ “କୋର୍ଟ ଏବଂ ମନ୍ଦିରର ମୁଖ୍ୟ ଭାଷା” ଭାବରେ ପ୍ରୋତ୍ସାହିତ କରିବା ଉପରେ ଗୁରୁତ୍ୱାରୋପ କରି ଆଞ୍ଚଳିକ ଐତିହ୍ୟକୁ ସମ୍ମାନ କରୁଥିବା ସାଂସ୍କୃତିକ ନବୀକରଣ ପାଇଁ ଦାବି କରିଥିଲେ।

ବିଜୟଙ୍କ ଦଳର ପ୍ରମୁଖ ଏଜେଣ୍ଡା ହେଉଛି,

ରାଜ୍ୟପାଳଙ୍କ ପଦବୀ ଶେଷ କରିବା, ତାମିଲ ଭାଷାକୁ କୋର୍ଟରେ ସରକାରୀ ଭାଷା କରିବା, ମହିଳାଙ୍କ ପାଇଁ ସମାନ ସୁବିଧା ସୁଯୋଗ, ଜାତି ଭିତ୍ତିକ ଜନଗଣନା କରିବା, ଶିକ୍ଷାକୁ ରାଜ୍ୟ ସରକାରଙ୍କ ଅଧୀନକୁ ପୁଣିଆଣିବା, ଜାତି, ଧର୍ମ, ଜାତି, ରଙ୍ଗ ଇତ୍ୟାଦି ଉପରେ ଆଧାରିତ ଭେଦଭାବ ଦୂର କରିବା, ଦୁର୍ନୀତି ମୁକ୍ତ ଶାସନ, କେନ୍ଦ୍ର ସରକାରଙ୍କ ଲୋକବିରୋଧୀ ଯୋଜନାକୁ ବିରୋଧ କରିବା, ତାମିଲନାଡୁ ପାଇଁ 2 ଭାଷା ନୀତି, ତାମିଲନାଡୁକୁ ନିଶାଦ୍ରବ୍ୟ ମୁକ୍ତ କରିବା, ରାଜନେତା ମାନଙ୍କ ପାଇଁ ଆଦର୍ଶ ଆଚରଣବିଧି ରଖିବା, ଧର୍ମନିରପେକ୍ଷତା, ସାମାଜିକ ନ୍ୟାୟ, ସମାନତା ଏବଂ ଗଣତନ୍ତ୍ର ଉପରେ ଜୋର ଦେବା।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

F1: ଲାଣ୍ଡୋ ନରିସ୍ ବିଶ୍ୱ ଚାମ୍ପିଅନ୍, ମ୍ୟାକ୍‌ଲାରେନ୍‌ର ୧୭ ବର୍ଷର ଅପେକ୍ଷା ଶେଷ

ଆବୁଧାବି,୭ା୧୨: ଫର୍ମୁଲା ୱାନ୍‌ର ରୋମାଞ୍ଚକର ଶେଷ ରେସ୍‌ରେ ମ୍ୟାକ୍‌ଲାରେନ୍‌ର ଡ୍ରାଇଭର୍ ଲାଣ୍ଡୋ ନରିସ୍ (୨୬) ପ୍ରଥମ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ଟାଇଟଲ୍ ଜିତିଛନ୍ତି ।...

ବାରବାଟୀରେ ଏକାକୀ ପ୍ରାକ୍ଟିସ କଲେ ହାର୍ଦ୍ଦିକ ପାଣ୍ଡ୍ୟା

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ପ୍ରଥମ ଟି-୨୦ ମ୍ୟାଚ ପାଇଁ କ୍ରିକେଟ୍‌...

ପୁତ୍ର ବିଚ୍ଛେଦରୁ ମୁକୁଳି ପାରୁନାହାନ୍ତି ହ୍ୟୁମାନଙ୍କ ମାଆ, ସ୍ତ୍ରୀ କହିଲେ ”ମୁଁ ୩୦ ବର୍ଷରେ ସ୍ବାମୀ ହରାଇଲି”

ବଲାଙ୍ଗୀର,୭ା୧୨: ଲୋକପ୍ରିୟ ଗାୟକ ହ୍ୟୁମାନ ସାଗରଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ପୁଣି ଥରେ ପୁଅର ମୃତ୍ୟୁ ପାଇଁ ପୂର୍ବରୁ କରିଥିବା ଅଭିଯୋଗକୁ ଦୋହରାଇଛନ୍ତି ତାଙ୍କ ମାଆ ।...

ପୁଟିନ୍‌ଙ୍କ ପାଇଁ ଭୋଜିରେ ଥିଲା ୪୦,୦୦୦ ଟଙ୍କା କେଜିର ଛତୁ, ଜାଣନ୍ତୁ ଏହାର ବିଶେଷତ୍ୱ

ନୂଆଦିଲ୍ଲୀ,୭ା୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ ତାଙ୍କ ଭାରତ-ରୁଷିଆ ଶିଖର ସମ୍ମିଳନୀ ପାଇଁ ନୂଆଦିଲ୍ଲୀରେ ପହଞ୍ଚିଥିଲେ। ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆୟୋଜନ କରିଥିବା...

ରାୟପୁର-ଭାଇଜାଗ୍‌ କରିଡର: ଓଡ଼ିଶା ସମେତ ୩ ରାଜ୍ୟରେ ଆଣିବ ବିକାଶର ଧାରା

ଭୁବନେଶ୍ୱର,୭ା୧୨: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟ ଦ୍ୱାରା ନିର୍ମାଣାଧୀନ ୬-ଲେନ୍ ବିଶିଷ୍ଟ ରାୟପୁର–ବିଶାଖାପାଟଣା ଅର୍ଥନୈତିକ କରିଡର ଆଗାମୀ ଦିନରେ ଓଡ଼ିଶା ସମେତ ତିନୋଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri