Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ ପରିବାର ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ଜରିଆରେ ଏହି ଦୁଃଖଦ ଖବର ଦେଇଛନ୍ତି । ପରିବାର ଲୋକଙ୍କ କହିବା ଅନୁସାରେ, ଜୁଲାଇ ୧୫ ତାରିଖ ଭୋର ସମୟରେ ଅନନ୍ୟାଙ୍କ ଦେହାନ୍ତ ହୋଇଥିଲା।

ପରିବାର ପକ୍ଷରୁ କୁହାଯାଇଛି ଯେ ଅନନ୍ୟା ଗତ ଏକ ବର୍ଷରୁ ଅଧିକ ସମୟ ଧରି ଶାରୀରିକ ଓ ମାନସିକ ଭାବେ ଅସୁସ୍ଥ ଥିଲେ। ନିଜ ରୋଗ ସହ ସେ ଜଣେ ଯୋଦ୍ଧା ଭଳି ଲଢ଼େଇ କରିଥିଲେ। ଶେଷରେ ସେ ଶେଷନିଶ୍ବାସ ତ୍ୟାଗ କରିଥିଲେ । ଅନନ୍ୟାଙ୍କ ପରିବାର ଏହି କଷ୍ଟଦାୟକ ସମୟରେ ତାଙ୍କୁ ଗୋପନୀୟତା ଦେବାକୁ ପ୍ରଶଂସକ ଓ ଶୁଭେଚ୍ଛୁମାନଙ୍କୁ ଅନୁରୋଧ କରିଛନ୍ତି । ତାଙ୍କ ଆତ୍ମାର ଶାନ୍ତି ପାଇଁ ପ୍ରାର୍ଥନା କରିବାକୁ ମଧ୍ୟ ପରିବାର ପକ୍ଷରୁ ନିବେଦନ କରାଯାଇଛି ।

ଅନନ୍ୟା ରାଜ ହିନ୍ଦୀ ସିନେମା ସହ ଦକ୍ଷିଣ ଭାରତୀୟ ଫିଲ୍ମରେ ମଧ୍ୟ କାମ କରିଥିଲେ। ‘୭ ଆୱର୍ସ ଟୁ ଗୋ’, ‘ଦ ଫାଇନାଲ ଏକ୍ଜିଟ୍’ ଏବଂ ‘ଘୋଷ୍ଟ’ ଭଳି ପ୍ରୋଜେକ୍ଟରେ ତାଙ୍କୁ ଦେଖିବାକୁ ମିଳିଥିଲା। ୨୦୧୬ରେ ରିଲିଜ୍‌ ହୋଇଥିବା ‘୭ ଆୱର୍ସ ଟୁ ଗୋ’ ମାଧ୍ୟମରେ ସେ ବଲିଉଡ୍‌ରେ ଡେବ୍ୟୁ କରିଥିଲେ। ହିନ୍ଦୀ ବ୍ୟତୀତ ସେ ତେଲୁଗୁ ଫିଲ୍ମ ‘ତଗ୍ଗେଡେ ଲେ’ ଏବଂ ‘ଦ ଟ୍ରାଏଲିଙ୍ଗୁଆଲ୍ ମାଦ୍ରାସୀ ଗ୍ୟାଙ୍ଗ’ରେ ମଧ୍ୟ କାମ କରିଥିଲେ । ଫିଲ୍ମ ବ୍ୟତୀତ ସେ ବିଭିନ୍ନ ମ୍ୟୁଜିକ୍ ଭିଡିଓରେ ମଧ୍ୟ ନଜର ଆସିଥିଲେ। ତାଙ୍କ ଦେହାନ୍ତ ଖବର ପ୍ରଶଂସକଙ୍କୁ ଗଭୀର ଭାବେ ମର୍ମାହତ କରିଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?