Posted inରାଜ୍ୟ

ବିଜେଡିରେ ବର୍ଷା-ଭାଜପାରେ ଅନୁଭବ; ରୋଚକ ହେଉଛି ଓଡ଼ିଶାର ରାଜନୀତି

ଭୁବନେଶ୍ୱର,୧୮।୪: ବିଧାନସଭା ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ଦୈନଦିନ ଅନେକ ରୋଚକ ଘଟଣା ସବୁ ଦେଖିବାକୁ ମିଳୁଛି। ଏହି କ୍ରମରେ ଗୁରୁବାର ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ବିଜୁ ଜନତା ଦଳରେ ଯୋଗ ଦେଇଛନ୍ତି। ଶଙ୍ଖ ଭବନରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ବିଧିବଦ୍ଧ ଭାବେ ସେ ଦଳରେ ସାମିଲ ହୋଇଥିଲେ।

କିଛିଦିନ ତଳେ ବର୍ଷାଙ୍କର ପୂର୍ବତନ ସ୍ୱାମୀ ବିଜେଡି ଛାଡି ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗ ଦେଇଥିଲେ। ଅନୁଭବ ବିଜେଡିରୁ ରାଜ୍ୟସଭା ଯାଇଥିଲେ ପରେ ୨୦୧୯ରେ ବିଜେଡି ଟିକେଟରେ କେନ୍ଦ୍ରାପଡ଼ାରୁ ନିର୍ବାଚିତ ହୋଇ ଯାଇଥିଲେ।

ପୂର୍ବରୁ ଦୁହେଁ ବିଜେଡି ସହିତ ଜଡିତ ଥିଲେ, ଅନୁଭବ ବିଜେଡିରେ ସକ୍ରିୟ ରାଜନୀତି କରଥିବା ବେଳେ ବର୍ଷା ବିଜେଡି ପାଇଁ ଅନେକ ନିର୍ବଚନରେ ଦଳ ପାଇଁ ଷ୍ଟାର କ୍ୟାମ୍ପେନର ଭାବେ ପ୍ରଚାର କରିଛନ୍ତି।

ପାରିବାରିକ କାରଣରୁ ବିବାଦରେ ଆସିବା ପରେ ଅନୁଭବଙ୍କ ଠାରୁ ବିଜେଡି ଦୂରତା ବଜାୟ ରଖିଥିଲା, କିନ୍ତୁ ସମାନ ସମୟରେ ବର୍ଷା ଅନେକ ଉପନିର୍ବାଚନ ଏବଂ ପଂଚାୟତ ନିର୍ବାଚନରେ ବିଜେଡିର ଷ୍ଟାର କ୍ୟାମ୍ପେନର ସାଜି ପ୍ରଚାର ସମ୍ଭାଳିଥିଲେ।

ତେବେ ଆସନ୍ତା ନିର୍ବାଚନ ପୂର୍ବରୁ ଅନୁଭବ ବିଜେଡି ଛାଡ଼ି ଭାଜପାରେ ଯୋଗ ଦେବା ପରେ ଏବେ ବର୍ଷା ବିଜେଡିରେ ଯୋଗ ଦେଇଛନ୍ତି। ଭାଜପାର ଆଉ କିଛି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିବା ବାକି ଥିବା ବେଳେ ଦଳ ଅନୁଭବଙ୍କୁ କେଉଁଠୁ ଟିକେଟ ଦେଉଛି କି ନାହିଁ ଏବଂ ବର୍ଷଙ୍କୁ ବିଜେଡି କେଉଁ ଦାୟିତ୍ୱ ଦେଉଛି ତାହା ଦେଖିବା ବାକି ରହିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ୧୦ ଉତ୍ତପ୍ତ ସହର ମଧ୍ୟରେ ଓଡ଼ିଶାର ୩

ଭୁବନେଶ୍ୱର, ୧ା୫ (ଅସମାପିକା ସାହୁ):ପ୍ରବଳ ଖରାରେ ଜଳୁଛି ସାରା ଓଡ଼ିଶା। ଘରୁ ବାହାରିଲେ ତାତି ସହିତ ଝାଞ୍ଜି ପବନ ଲୋକଙ୍କୁ ଅସ୍ତବ୍ୟସ୍ତ କରୁଛି। ଗତ ୧୬ଦିନ...

‘ଧନୁ ସଂକ୍ରାନ୍ତି ପରେ ପଦ୍ମ ଫୁଟେନି’

ବରଗଡ଼,୩୦।୪(ପ୍ରେମାନନ୍ଦ ଖମାରୀ)- ସାଧାରଣ ନିର୍ବାଚନକୁ ନେଇ ଘଡ଼ିକୁ ଘୋଡ଼ା ଛୁଟୁଛି । ଏହାକୁ ନେଇ ଦଳୀୟ ନେତା, ପ୍ରାର୍ଥୀଙ୍କ ବୟାନବାଜି ସାଧାରଣରେ ଚର୍ଚ୍ଚାର ବିଷୟ ହୋଇଥିବାବେଳେ...

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୭୧ କୋଟିର ମାଲିକ

ଭୁବନେଶ୍ୱର,୩୦।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ବାଚନୀ ସତ୍ୟପାଠରେ ନିଜର ସମ୍ପତ୍ତିର ତଥ୍ୟ ଦେଇଛନ୍ତି। ସେ ହେଉଛନ୍ତି ୭୧ କୋଟି ଟଙ୍କା ସମ୍ପତ୍ତିର ମାଲିକ। ତାଙ୍କ ପାଖରେ...

ବିଜେଡି ଛାଡ଼ିଲେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ

ଆନନ୍ଦପୁର,୩୦।୪: ବିଜେଡି ଛାଡ଼ିଲେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ। ଦଳର ପ୍ରାଥମିକ ସଦସ୍ୟ ପଦରୁ ସେ ମଙ୍ଗଳବାର ଇସ୍ତଫା ଦେଇଛନ୍ତି। ଏନେଇ ସେ ନିଜର ଇସ୍ତଫାପତ୍ର...

କାକଟପୁର ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

ପୁରୀ,୩୦।୪: କାକଟପୁର ପାଇଁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ। ଦଳ କାକଟପୁରରୁ ବିଶ୍ବଭୂଷଣ ଦାସଙ୍କୁ ଟିକେଟ୍‌ ଦେଇଛି। ଭାଜପାରୁ ଟିକେଟ ନ ମିଳିବାରୁ ସେ କଂଗ୍ରେସରେ...

ହାଇକୋର୍ଟରେ କେନ୍ଦ୍ର ସରକାରଙ୍କର ୪୦ ଓକିଲ, ତଥାପି ଶୁଣାଣିରେ ଅନୁପସ୍ଥିତ

କଟକ,୩୦ା୪ (କାର୍ତ୍ତିକ ସାହୁ) ଓଡ଼ିଶା ହାଇକୋର୍ଟରେ କେନ୍ଦ୍ର ସରକାରଙ୍କ ବିରୋଧରେ ରୁଜୁ ମାମଲାର ବିଚାର ବେଳେ କେନ୍ଦ୍ର ସରକାରଙ୍କ ପକ୍ଷରୁ କେହି ସରକାରୀ ଓକିଲ ଉପସ୍ଥିତ...

୪୬ଡିଗ୍ରୀ ଉପରେ ୨ସହର, ରେକର୍ଡ ଭାଙ୍ଗିଲା ବାରିପଦା

ଭୁବନେଶ୍ୱର,୩୦।୪: ପ୍ରବଳ ଖରାରେ ଜଳୁଛି ସାରା ଓଡିଶା। ଘରୁ ବାହାରିଲେ ମୁହଁ ପୋଡି ଯାଉଛି। ମଙ୍ଗଳବାର ରାଜ୍ୟର ୨ଟି ସହର ୪୬ ଡିଗ୍ରୀ ଉପରେ ରହିଥିବାବେଳେ...

ବିଜେଡି ଛାଡ଼ିଲେ ସୁର ସେଠୀ

କାକଟପୁର,୩୦।୪: ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ କାକଟପୁର ବିଧାୟକ ସୁରେନ୍ଦ୍ର ସେଠୀ। ଦଳ ଟିକେଟ ଦେଇ ନ ଥିବାରୁ ଅସନ୍ତୁଷ୍ଟ ଥିବା ବେଳେ ମଙ୍ଗଳବାର ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri