ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଝରଣା ଦାସଙ୍କ ହେବ ଶେଷକୃତ୍ୟ: ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨ା୧୨(ବ୍ୟୁରୋ): ଓଡ଼ିଆ ଚଳଚ୍ଚିତ୍ର ଜଗତର ସୁନାମଧନ୍ୟ ଅଭିନେତ୍ରୀ ଝରଣା ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି।

ଏକ ଶୋକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ଝରଣା ଦାସଙ୍କୁ ଜଣେ ଯଶସ୍ବୀ କଳାକାର ଭାବରେ ବର୍ଣନା କରିଛନ୍ତି। ଆକାଶବାଣୀ ସହିତ ଉଭୟ ମଞ୍ଚ ଓ ଚଳଚ୍ଚିତ୍ରରେ ବିଭିନ୍ନ ଭୂମିକାରେ ତାଙ୍କର ପ୍ରଭାବଶାଳୀ ଅଭିନୟ ତାଙ୍କୁ ବିପୁଳ ଲୋକପ୍ରିୟତା ଆଣି ଦେଇଥିଲା। ଝରଣା ଦାସଙ୍କ ସ୍ବର ଓ ଚମତ୍କାର ଅଭିନୟ ତାଙ୍କୁ ଜଣେ କିମ୍ବଦନ୍ତୀ ଅଭିନେତ୍ରୀ ଭାବରେ ଅଜସ୍ର ସୁନାମ ଦେଇଥିଲା। ତାଙ୍କର ବିୟୋଗ ଓଡ଼ିଆ ଚଳଚ୍ଚିତ୍ର ତଥା ସାଂସ୍କୃତିକ ଜଗତରେ ବିରାଟ ଶୂନ୍ୟତା ସୃଷ୍ଟି କରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ପରଲୋକଗତ ଆତ୍ମାର ସଦଗତି କାମନା କରିଛନ୍ତି। ସ୍ବର୍ଗତଃ ଝରଣା ଦାସଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ପାର୍ବଣ ପାଇଁ ସମ୍ପୂର୍ଣ୍ଣ ଗ୍ରାଉଣ୍ଡ ରେଣ୍ଟ ଛାଡ଼

ଭୁବନେଶ୍ୱର,୭ା୧୦: ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂଜା କମିଟିଗୁଡ଼ିକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ…

ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ…

ମୁଖ୍ୟମନ୍ତ୍ରୀଙ୍କ ମା’ଙ୍କ ପରଲୋକ, ଭାବପ୍ରବଣ ହୋଇ କହିଲେ ମୋର ସବୁଠୁ ବଡ଼ ଛାଇ….

ରାଞ୍ଚି,୭।୧୦: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମା’ ରୂପୀ ସୋରେନଙ୍କ ପରଲୋକ ହୋଇଛି । ରାଞ୍ଚିର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ…

କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଓଡ଼ିଶା ବନ୍ଦ, ସହଯୋଗ ପାଇଁ ଆହ୍ୱାନ ଦେଲା…

ଭୁବନେଶ୍ୱର,୭।୧୦: ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାବିକୁ ନେଇ ଆସନ୍ତାକାଲି (ଗୁରୁବାର) ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଆହ୍ୱାନ ଦିଆଯାଇଛି। ‘INDIA’ ବ୍ଲକ୍‌…

ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…

କଳାହାଣ୍ଡିରେ କଲେଜ ନିର୍ବାଚନ ନ ହେଉଣୁ ଉତ୍ତେଜନା: ପୋଷ୍ଟର ଚିରାକୁ ନେଇ ଜାତୀୟ ରାଜପଥରେ ଏବିଭିପିର ବିକ୍ଷୋଭ, ଥାନାରେ…

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ)-କଲେଜ ନିର୍ବାଚନ ତାରିଖ ନିକଟତର ହେଉଥିବା ବେଳେ କଳାହାଣ୍ଡି ଜିଲାରେ କ୍ୟାମ୍ପସ ରାଜନୀତି ସରଗରମ ହେବାରେ ଲାଗିଛି। ବୁଧବାର ଅପରାହ୍ନରେ ଭବାନୀପାଟଣା କଲେଜ ଛକ…

ଚଳନ୍ତା ଟ୍ରେନରୁ ହଠାତ୍ ଡ଼େଇଁ ପଡ଼ିଲେ ଏକାଧିକ ଯାତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?