ଯାହାଙ୍କୁ ଗାଳି କରିଥିଲେ, ତାଙ୍କୁ ମନ ଦେଇ ବସିଥିଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ

ବଲିଉଡ ଅଭିନେତ୍ରୀ କାଜୋଲ ଆଜି ତାଙ୍କର ୪୬ ତମ ଜନ୍ମଦିନ ପାଳନ କରୁଛନ୍ତି। ଅଭିନେତା ଅଜୟ ଦେବଗନଙ୍କ ସହ ୪ ବର୍ଷର ସମ୍ପର୍କ ପରେ ସେ ବିବାହ କରିଥିଲେ। ଦୀର୍ଘ ସମୟ ଧରି ଫିଲ୍ମ ଇଣ୍ଡଷ୍ଟ୍ରିରେ କାମ କରିବା ପରେ ଏବେ କାଜୋଲ ତାଙ୍କ ଅଜୟଙ୍କ ସହ ଖୁସିରେ ଜୀବନ ବିତାଉଛନ୍ତି। ବିବାହ ପୂର୍ବରୁ ସେମାନଙ୍କର ପ୍ରେମ କାହାଣୀ ଅତ୍ୟନ୍ତ ଆକର୍ଷଣୀୟ ଥିଲା। ଏକ ସାକ୍ଷାତକାର ସମୟରେ, କାଜୋଲ ସେମାନଙ୍କର ପ୍ରଥମ ସାକ୍ଷାତକୁ ମନେ ପକାଇ କହିଥିଲେ ଯେ ଅଜୟଙ୍କୁ ଭେଟିବାର ୧୦ ମିନିଟ ପୂର୍ବରୁ ସେ ତାଙ୍କୁ ଗାଳି କରିଥିଲେ। କାଜୋଲଙ୍କ ଅନୁଯାୟୀ ଉଭୟଙ୍କ ପ୍ରଥମ ଭେଟ ‘ହଲ୍‌ଚଲ୍‌’ ଫିଲ୍ମ ସେଟରେ ହୋଇଥିଲା। ସେ ଫିଲ୍ମର ଶୁଟିଂ ପାଇଁ ପ୍ରସ୍ତୁତ ଥିଲେ ଏବଂ ପଚାରିଥିଲେ ତାଙ୍କ ହିରୋ କେଉଁଠାରେ ଅଛନ୍ତି? ଯାହା ଉପରେ କେହି ତାଙ୍କୁ ସୂଚାଇ ଦେଇଥିଲେ ଯେ ସେ କୋଣରେ ବସିଛନ୍ତ। ଏହା ପରେ ସେ ଅଜୟଙ୍କୁ ଗାଳି କରିଥିଲେ। ପରେ ପରସ୍ପର ସହ କଥା ହେବା ଆରମ୍ଭ କରିଥିଲେ ଏବଂ ବହୁତ ଭଲ ବନ୍ଧୁ ହୋଇଥିଲେ। ଉଭୟେ ବିବାହ ପାଇଁ ପରସ୍ପରକୁ ପ୍ରସ୍ତାବ ଦେଇ ନ ଥିଲେ। ୪ ବର୍ଷ ଡେଟ କରିବା ପରେ ଦୁହେଁ ବୁଝିଥିଲେ ଯେ ବର୍ତ୍ତମାନ ସେମାନଙ୍କୁ ପରସ୍ପର ସହ ରହିବାକୁ ପଡିବ। ଅଜୟଙ୍କ ମାତାପିତା ଏହି ବିବାହରେ ରାଜି ହୋଇଥିଲେ। କାଜୋଲଙ୍କ ପିତା କିନ୍ତୁ ରାଜି ନ ଥିଲେ। କାରଣ ସେ ଚାହୁଁଥିଲେ ତାଙ୍କ ଝିଅ ଏବେ ଛୋଟ ଅଛି, ତେଣୁ ତାକୁ କ୍ୟାରିୟର୍‌ ଉପରେ ଧ୍ୟାନ ଦେବା ଉଚିତ୍‌। କିନ୍ତୁ ଝିଅ ଇଚ୍ଛା ଦେଇ ଶେଷୟରେ ତାଙ୍କ ପିତା ରାଜି ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ମହାପ୍ରଭୁ ଜଗନ୍ନାଥ’ ଚଳଚ୍ଚିତ୍ର ଉପରେ ଅଙ୍କୁଶ ଲଗାଇଲେ କୋର୍ଟ, ଅନ୍ୟାଦେଶ ପର୍ଯ୍ୟନ୍ତ…

କଟକ,୧୫l୭(ପ୍ରଭୁକଲ୍ୟାଣ ପାଲ): ଆନିମେଟେଡ୍ ଚଳଚ୍ଚିତ୍ର (ମହାପ୍ରଭୁ ଜଗନ୍ନାଥ) ମୁକ୍ତିଲାଭ ଉପରେ ଅନ୍ତରୀଣ ଅଙ୍କୁଶ ଲଗାଇଛନ୍ତି ଓଡ଼ିଶା ହାଇକୋର୍ଟ। ଅନ୍ୟାଦେଶ ପର୍ଯ୍ୟନ୍ତ ଚଳଚ୍ଚିତ୍ର ପ୍ରଦର୍ଶନ ନ କରିବାକୁ ହାଇକୋର୍ଟଙ୍କ…

ଚାଷୀ ପ୍ରତିନିଧି-ଅଧିକାରୀଙ୍କ ଦ୍ୱିପାକ୍ଷିକ ବୈଠକ, ପ୍ରତଶ୍ରୁତି ମିଳିବା ପରେ…

ବରଗଡ଼,୧୫ା୭(ପ୍ରେମାନନ୍ଦ ଖମାରୀ): ଅଧିକ ଧାନ ଉପତ୍ାଦନ ପାଇଁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ମାତ୍ର ଏଠାରେ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଯାଇଛି। ରବିଧାନ ବିକ୍ରିବଟାରେ…

ଇଂଲଣ୍ଡରେ ବଡ଼ ବିବାଦରେ ଛନ୍ଦି ହେଲେ ବିରାଟ କୋହଲି, ବଡିଗାର୍ଡ କଲେ ଏଭଳି କାଣ୍ଡ

ନୂଆଦିଲ୍ଲୀ,୧୫ା୭: ଇଂଲଣ୍ଡ ବିପକ୍ଷ ODI ସିରିଜ୍ ସମୟରେ ବିରାଟ କୋହଲି ଏକ ବଡ଼ ବିବାଦରେ ଫସିଯାଇଛନ୍ତି । ତାଙ୍କ ଅଙ୍ଗରକ୍ଷୀ ଇଂଲଣ୍ଡରେ ଭାରତୀୟ ସାମ୍ବାଦିକଙ୍କ ପ୍ରତି ଖୋଲାଖୋଲି…

ଟିକେଟ୍ ବୁକିଂ ହେବ ସୁପରଫାଷ୍ଟ! ଲଞ୍ଚ ହେଲା IRCTCର ନୂଆ ୱେବସାଇଟ୍‌, ଯାତ୍ରୀଙ୍କୁ ମିଳିବ ଏହି ସବୁ ବଡ଼ ସୁବିଧା

ନୂଆଦିଲ୍ଲୀ,୧୫।୭: ଭାରତୀୟ ରେଳବାଇ ଏହାର ଅନଲାଇନ୍ ଟିକେଟ୍ ବୁକିଂ ସିଷ୍ଟମକୁ ଆଧୁନିକୀକରଣ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। IRCTC ଜନସାଧାରଣଙ୍କ ପାଇଁ ଏହାର ନୂତନ…

ବୋମାମାଡ଼ କରି ହତ୍ୟା ଉଦ୍ୟମ: ମାଷ୍ଟରମାଇଣ୍ଡଙ୍କ ସମେତ ୩ ଗଲେ ଜେଲ୍‌, ଅଭିଯୁକ୍ତଙ୍କ ନାଁରେ ରହିଛି କେସ୍‌ର ଲମ୍ବା ତାଲିକା

ଦିଗପହଣ୍ଡି,୧୫ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ଏସ୍‌.ଶିବ ରେଡ୍ଡୀଙ୍କ ଘର ଉପରକୁ ବୋମାମାଡ଼ କରି ତାଙ୍କୁ ଏବଂ ତାଙ୍କ…

କଂସାମାରି ରାସ୍ତାକଡରେ ଜୁଆ ଖେଳ ବେଳେ ପୋଲିସର ଚଢଉ, ଜବତ ହେଲା…

ଦିଗପହଣ୍ଡି,୧୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗାଁ ରାସ୍ତାକଡରେ ଜୁଆ ଖେଳ ଚାଲିଥିବା ବେଳେ ଚଢାଉ କଲା ପୋଲିସ । ବୁଧବାର ଅପରାହ୍ନ…

ନିର୍ମାଣ ହୋଇପାରିନି ଭୋଜନ ଗୃହ, ଖୋଲା ଆକାଶ ତଳେ ମଧ୍ୟାହ୍ନଭୋଜନ ଖାଉଛନ୍ତି ଛାତ୍ରୀଛାତ୍ର

ବରଗଡ଼,୧୫ା୭(ପ୍ରେମାନନ୍ଦ ଖମାରୀ): ପାଠ ପଢ଼, ଦେଶ ଗଢ଼। ବିଦ୍ୟାଳୟଗୁଡ଼ିକରେ ଅନୁଷ୍ଠିତ ବିଭିନ୍ନ ସଭା, ସମିତିରେ ସରକାରୀ କଳର ପ୍ରଶାସନିକ ଅଧିକାରୀଙ୍କଠାରୁ ଆରମ୍ଭ କରି ବିଧାୟକ, ଏମ୍‌ପି, ମନ୍ତ୍ରୀ…

ରୁଷିଆରୁ ତେଲ କ୍ରୟ ଉପରେ ଆମେରିକାର ବଡ଼ ନିଷ୍ପତ୍ତି, ଭାରତ ଦେବ…

ଓ୍ବାଶିଂଟନ,୧୫।୭: ରୁଷିଆରୁ ତୈଳ କ୍ରୟ କରୁଥିବା ଦେଶମାନଙ୍କ ଉପରେ ୫୦୦ପ୍ରତିଶତ ଶୁଳ୍କ ଲାଗୁ କରିବାର ପ୍ରସ୍ତାବ ମଧ୍ୟରେ, ଭାରତ ଏବଂ ଚାଇନା ପାଇଁ ଏକ ଆଶ୍ବସ୍ତିକର ଖବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri