ଅଭିନେତ୍ରୀ ଲକ୍ଷ୍ମୀପ୍ରିୟା ମିଶ୍ରଙ୍କ ପରଲୋକ

ପୁରୀ ଅଫିସ ୩୦ା୧:ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାରପ୍ରାପ୍ତ ବରିଷ୍ଠ ମଞ୍ଚ ଅଭିନେତ୍ରୀ ଲକ୍ଷ୍ମୀପ୍ରିୟା ମିଶ୍ରଙ୍କର ରବିବାର ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୬୬ବର୍ଷ ବୟସ ହୋଇଥିଲା। ସେ ଦୀର୍ଘଦିନ ଧରି ଅସୁସ୍ଥ ଥିଲେ। ଚିକିତ୍ସାଧୀନ ଅବସ୍ଥାରେ ରବିବାର ସକାଳ ୧୦ଟାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ସେ ମାତ୍ର ୯ବର୍ଷ ବୟସରୁ ଏକ କୁଳୀନ ବ୍ରାହ୍ମଣ ପରିବାରରୁ ଆସି ଅନ୍ନପୂର୍ଣ୍ଣା ଥିଏଟରରେ ଯୋଗଦେଇ ନାଟକରେ ଅଭିନୟ କରିଥିଲେ। ଅଭିନୟ କ୍ଷେତ୍ରରେ ଲକ୍ଷ୍ମୀପ୍ରିୟା ସେ ସମୟରେ ଅଗ୍ରଣୀ ଭୂମିକା ଗ୍ରହଣ କରିଥିଲେ। ସେ ଅନ୍ନପୂର୍ଣ୍ଣା ଥିଏଟରର ଜଣେ ଆଗଧାଡ଼ିିର ଅଭିନେତ୍ରୀ ଥିଲେ। ସେ ତାଙ୍କ ଜୀବନ କାଳ ମଧ୍ୟରେ ଅନ୍ନପୂର୍ଣ୍ଣା ରଙ୍ଗମଞ୍ଚ ଗ୍ରୁପ-ଏରେ ପ୍ରାୟ ୩୫ଟି ନାଟକରେ ଅଭିନୟ କରିଥିଲେ। ସେଗୁଡ଼ିକ ମଧ୍ୟରେ ଚଣ୍ଡାଳୁଣୀ, ହରିଶ୍ଚନ୍ଦ୍ର, ଦେବଯାନୀ, ବକ୍ସି ଜଗବନ୍ଧୁ, କୃଷ୍ଣଲୀଳା, ସୀତା ପରୀକ୍ଷା, ଝିମିଟି ଖେଳ, ସ୍ବର୍ଣ୍ଣଚମ୍ପା ପ୍ରଭୃତି ରହିଛି। କଳା କ୍ଷେତ୍ରରେ ଅବଦାନ ପାଇଁ ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ତାଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା। ସ୍ବର୍ଗତ ବାଳକୃଷ୍ଣ ଦାସ, ହରିହର ପଣ୍ଡା, ପୂର୍ଣ୍ଣଚନ୍ଦ୍ର ମିଶ୍ର ଏବଂ ଶ୍ୟାମ ସୁନ୍ଦର ଦାଶ ତାଙ୍କର ସଙ୍ଗୀତ ଗୁରୁ ରହିଥିଲେ। ସେ ଗୁରୁ କେଳୁଚରଣ ମହାପାତ୍ର ଏବଂ ଗୁରୁ ଗୋପୀକୃଷ୍ଣ ବେହେରାଙ୍କଠାରୁ ନୃତ୍ୟ ଶିକ୍ଷା କରିଥିଲେ। ସେହିପରି ଗୁରୁ ବ୍ୟୋମକେଶ ତ୍ରିପାଠୀ ଓ ଅନ୍ୟ ଗୁରୁମାନଙ୍କଠାରୁ ନାଟକ ଶିକ୍ଷା ଲାଭ କରିଥିଲେ। ତାଙ୍କ ବିୟୋଗରେ ନାଟ୍ୟ ଜଗତରେ ଶୋକର ଛାୟା ଖେଳିଯାଇଛି। ପୁରୀ ଆର୍ଟିଷ୍ଟ ଆସୋସିଏଶନ୍‌ ତରଫରୁ ତାଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ଅନ୍ନପୂର୍ଣ୍ଣା ପରିବାରର ସଦସ୍ୟ ଓ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ତାଙ୍କ ଶେଷ ଦର୍ଶନ କରିଥିଲେ। ତାଙ୍କ ଝିଅ ନୀଳିମା ମିଶ୍ର ମୁଖାଗ୍ନି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

ନବୀନ ଦେଲେ ଗୁରୁ ଦାୟିତ୍ବ: ସବିତା ପ୍ରଧାନ କଳାହାଣ୍ଡି ବିଜେଡି ମହିଳା ସଭାନେତ୍ରୀ

ଭବାନୀପାଟଣା,୧୫।୨(ଉତ୍ତମ କୁମାର ଦାଶ)-ରାଜ୍ୟ ସଭାପତି ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରବିବାର ରାଜ୍ୟର ବିଭିନ୍ନ ଜିଲାର ମହିଳା ସଭାନେତ୍ରୀଙ୍କ ନାମ ଘୋଷଣା କରିଛନ୍ତି। ଏହି କ୍ରମରେ…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri