ବିବାହ ବନ୍ଧନରେ ଅଭିନେତ୍ରୀ ଲିପ୍‌ସା

ଭୁବନେଶ୍ୱର,୨୮।୨(ବ୍ୟୁରୋ): ଓଡ଼ିଆ ଓ ହିନ୍ଦୀ ସିନେମା ଜଗତର ଅନ୍ୟତମ ଚର୍ଚ୍ଚିତ ଅଭିନେତ୍ରୀ ଲିପ୍‌ସା ମିଶ୍ର ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ରବିବାର ମେହେନ୍ଦି ଏବଂ ହଳଦୀ କାର୍ଯ୍ୟକ୍ରମ ସରିଥିବାବେଳେ ସୋମବାର ହାତଗଣ୍ଠି ପଡ଼ିଛି। ଭୁବନେଶ୍ୱର ପଟିଆସ୍ଥିତ କ୍ରିଷ୍ଟାଲ କ୍ରାଉନ୍‌ଠାରେ ବ୍ୟବସାୟୀ ଆକାଶ ଆଚାର୍ଯ୍ୟଙ୍କୁ ଆଡ଼ମ୍ବର ସହକାରେ ବିବାହ କରିଛନ୍ତି ଲିପ୍‌ସା । ଆକାଶ ମେକାନିକାଲ୍‌ ଇଞ୍ଜିନିୟରିଂ ପରେ ମାର୍କେଟିଂରେ ଏମ୍‌ବିଏ ପାଠ ପଢ଼ିଛନ୍ତି। ତେବେ ବର୍ତ୍ତମାନ ସେ ନିଜ ପାରିବାରିକ ବ୍ୟବସାୟର ଦେଖାଶୁଣା କରୁଛନ୍ତି। ତେବେ ଲିପ୍‌ସାଙ୍କ ବିବାହରେ ତାଙ୍କର ଲେହେଙ୍ଗା ଓ ଆକାଶଙ୍କ ସେର୍‌ଓ୍ବାନୀକୁ ନେଇ ବେଶ୍‌ ଚର୍ଚ୍ଚା ହୋଇଥିଲା। ପ୍ରଥମ ଓଲିଉଡ୍‌ ସେଲିବ୍ରିଟି ଭାବେ ଲିପ୍‌ସା ନିଜ ବିବାହରେ ସବ୍ୟସାଚୀଙ୍କ ଲେହେଙ୍ଗା ପିନ୍ଧିଥିଲେ। ଲିପ୍‌ସା ଲାଲ ରଙ୍ଗର ଲେହେଙ୍ଗାରେ ଖୁବ୍‌ ଆକର୍ଷଣୀୟ ଦେଖାଯାଉଥିଲେ। କାରୁକାର୍ଯ୍ୟପୂର୍ଣ୍ଣ ଧଡ଼ିଥିବା ଲେହେଙ୍ଗା ଏବଂ ଓଢ଼ଣୀ ସହ ଚୂଡ଼ା, କଲିରେ ଓ ଭାରି ଗହଣାରେ ସଜେଇ ହୋଇଥିଲେ ଲିପ୍‌ସା। ସେହିପରି ବର ବେଶରେ ଆକାଶ ମଧ୍ୟ ବେଶ୍‌ ଭଲ ଦେଖାଯାଉଥିଲେ। ଆକାଶ ଏକ କ୍ରିମ୍‌ ରଙ୍ଗର ସବ୍ୟସାଚୀ ସେର୍‌ୱାନି ପିନ୍ଧିଥିଲେ ଓ ସିଲ୍‌କ ଫ୍ୟାବ୍ରିକ୍‌ରେ ପ୍ରସ୍ତୁତ ଭାରି ବର୍ଡର ସହ ଜେମ୍‌ ଖଚିତ ଥିବା ଓଢ଼ଣୀ ଧରିଥିଲେ। ବୁଦ୍ଧାଦିତ୍ୟ, ଆକାଶ ଦାସନାୟକ, ଅନୁ ଚୌଧୁରୀଙ୍କ ସମେତ ଓଲିଉଡ଼ର ବହୁ ଅଭିନେତା, ଅଭିନେତ୍ରୀ, କଳାକାର ଓ ବିଶିଷ୍ଟ ବ୍ୟକ୍ତିଙ୍କୁ ଏହି ବିବାହ କାର୍ଯ୍ୟକ୍ରମରେ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରସ୍ତ ମିଳିବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri