ଅଭିନେତ୍ରୀ ନିକିତା ହତ୍ୟା ମାମଲା: ସ୍ବାମୀ ଲିପନ ସାହୁଙ୍କୁ ଆଜୀବନ ଜେଲ

କଟକ,୨୬।୨(କାର୍ତ୍ତିକ ସାହୁ/ପ୍ରଭୁ କଲ୍ୟାଣ ପାଲ): ବହୁ ଚର୍ଚ୍ଚିତ ଅଭିନେତ୍ରୀ ନିକିତା ହତ୍ୟାକାଣ୍ଡ ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି। କଟକ ତୃତୀୟ ଅତିରିକ୍ତ ଜିଲା ଓ ଦୌରାଜଜ୍‌ ଅଦାଲତ ମାମଲାର ବିଚାର କରି ନିକିତାଙ୍କ ସ୍ବାମୀ ଲିପନ ସାହୁଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୨୦,୦୦୦ ଟଙ୍କା ଜରିମାନା କରିଛନ୍ତି। ଜରିମାନା ଅନାଦାୟେ ୨ ମାସ ଅଧିକ କାରାଦଣ୍ଡ ଭୋଗିବାକୁ ପଡ଼ିବ ବୋଲି କୋର୍ଟ ରାୟରେ ସ୍ପଷ୍ଟ କରିଛନ୍ତି। ଏଥିସହ ମାମଲାରେ ଛନ୍ଦି ହୋଇଥିବା ଅଭିଯୁକ୍ତ ସ୍ବାମୀ ଲିପନଙ୍କ ବାପା ଲିଙ୍ଗରାଜ ସାହୁ ଓ ମା’ କୁନ୍ତଳା ସାହୁଙ୍କୁ ନିର୍ଦ୍ଦୋଷରେ ଅଦାଲତ ଖଲାସ କରିଛନ୍ତି।

ମାମଲାର ବିବରଣୀରୁ ପ୍ରକାଶ, ୨୦୧୬ରେ ଅଭିନେତ୍ରୀ ଲକ୍ଷ୍ମୀପ୍ରିୟା ଓରଫ (ନିକିତା)ଙ୍କୁ ଲିପନ ସାହୁ ବିବାହ କରିଥିଲେ। କଟକ ମହାନଦୀ ବିହାରସ୍ଥିତ ସେଲିବ୍ରେଶନ ମଣ୍ଡପରେ ହିନ୍ଦୁ ରୀତିନୀତି ଅନୁଯାୟୀ ନିକିତାଙ୍କୁ ଲିପନ ବିବାହ କରିଥିଲେ। ସ୍ବାମୀ ଲିପନ ବିବାହର କିଛି ଦିନ ପରେ ନିକିତାଙ୍କ ଉପରେ ଉଭୟ ଶାରୀରିକ ଓ ମାନସିକ ଅତ୍ୟାଚାର ଆରମ୍ଭ କରିଥିଲେ। ନିକିତାଙ୍କ ଫିଲ୍ମ ଅଭିନୟରୁ ମିଳୁଥିବା ପାରିଶ୍ରମିକ ଯେତିକି ରହିଥିଲା ତାହାଠୁ ଅଧିକ ଦେବାକୁ ଦାବି କରି ଶାଶୁଘର ଲୋକେ ତାଙ୍କୁ ଅତ୍ୟାଚାର କରୁଥିଲେ।

ନିକିତା ଗର୍ଭବତୀ ହେବାପରେ ମାନସିକ ଶାନ୍ତି ପାଇବା ପାଇଁ ଭୁବନେଶ୍ବରର ଏକ ଭଡ଼ାଘରେ ରହୁଥିଲେ। ୩ ମାସ ପରେ ଆର୍ଥିକ ସ୍ଥିତି ଭଲ ନ ଥିବାରୁ ଭଡ଼ା ଘର ଛାଡ଼ି ସେ ନିଜ ଘରକୁ ଫେରିଆସିଥିଲେ। କିନ୍ତୁ ତାଙ୍କ ଉପରେ ପୂର୍ବପରି ଅତ୍ୟାଚାର କମି ନ ଥିଲା ବରଂ ଅଧିକ ବଢ଼ିଥିଲା।

ନିକିତା ୨୦୧୯ରେ ଏକ ଶିଶୁପୁତ୍ର ଜନ୍ମ ଦେବା ପରେ ସ୍ବାମୀଙ୍କ ସହ ଶ୍ୱଶୁର ଘରକୁ ଯାଇଥିଲେ। ସେଠାରେ ହଠାତ ସ୍ତ୍ରୀସ୍ବାମୀଙ୍କ ମଧ୍ୟରେ ବିବାଦ ସୃଷ୍ଟି ହୋଇଥିଲା। ୨୦୧୯ ଜାନୁଆରୀ ୪ ତାରିଖ ସାରେ ଉଭୟ ସ୍ତ୍ରୀସ୍ବାମୀ ଛାତ ଉପରକୁ ଯାଇଥିଲେ। ଛାତ ଉପରୁ ନିକିତା ହଠାତ ତଳକୁ ଖସି ପଡ଼ି ଆହତ ହୋଇଥିଲେ। ନିକିତାଙ୍କୁ ନିକଟସ୍ଥ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯିବା ପରେ ଏସ୍‌ସିବି ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। କିନ୍ତୁ ସ୍ବାସ୍ଥାବସ୍ଥା ଖରାପ ହେବାରୁ ପୁଣି ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ୨୦୧୯ ଜାନୁଆରୀ ୫ରେ ମୃତ୍ୟୁ ଘଟିଥିଲା। ଏହି ଘଟଣା ପରେ ନିକିତାଙ୍କ ବାପାଘର ଲୋକେ ସ୍ବାମୀ ଓ ଶ୍ୱଶୁରଘର ଲୋକେ ଝିଅକୁ ଧକ୍କା ଦେଇ ହତ୍ୟା କରିଥିବା ଚାଉଳିଆଗଞ୍ଜ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ତଦନ୍ତ ପରେ ଏକ ମାମଲା ରୁଜୁ କରି ୩ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶିମ୍ପାଞ୍ଜିଙ୍କର ଅଛି ନିଜସ୍ବ ‘ଉପଭାଷା’

ନୂଆଦିଲ୍ଲୀ,୫ା୯: ମଣିଷମାନଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ନିଜସ୍ବ ‘ଉପଭାଷା’ ବା ‘ଆଞ୍ଚଳିକ ଭାଷା’ (ଡାଏଲେକ୍ଟସ) ରହିଥାଏ। ଏକ ନୂତନ ଗବେଷଣାରୁ ଜଣାପଡ଼ିଛି, ଶିମ୍ପାଞ୍ଜି ଛୁଆମାନେ ବଡ଼ ହେବା…

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର ଭରଦ୍ୱାଜ ଗିରଫ

ନୂଆଦିଲ୍ଲୀ,୫ା୯:ଦିଲ୍ଲୀର ଯନ୍ତରମନ୍ତରରେ ଗତ ଜୁଲାଇରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ନେତୃତ୍ୱରେ ଛାତ୍ର ଆନ୍ଦୋଳନ ବେଳେ ଜଣେ ଛାତ୍ରୀଙ୍କ ବାପାଙ୍କୁ ଆକ୍ରମଣ କରିଥିବା ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ଭୂପର୍ଯ୍ୟବେକ୍ଷକ ସାଟେଲାଇଟ୍‌ ଉତ୍‌କ୍ଷେପଣ କଲା ଇସ୍ରୋ

ଶ୍ରୀହରିକୋଟା,୫ା୯: ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ଶୁକ୍ରବାର ଦେଶର ପ୍ରଥମ ଇମେଜିଂ ସାଟେଲାଇଟ୍‌କୁ ସଫଳତାର ସହ ଭୂସ୍ଥିର କକ୍ଷରେ ସ୍ଥାପନ କରି ଆଉ ଏକ ଇତିହାସ…

ଚାଷୀଙ୍କ ଶ୍ରମକୁ ଉଚିତ ସମ୍ମାନ ମିଳୁଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୯ (ସୁନିତ୍‌ ମିଶ୍ର): ଜନ୍ମାଷ୍ଟମୀ ଅବସରରେ ରାଜ୍ୟର ଚାଷୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଓୟୁଏଟିର କୃଷି ଶିକ୍ଷା ସଦନଠାରେ ସିଏମ୍‌ କିଷାନ ଯୋଜନାର…

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ତଦନ୍ତ ଫାଇଲ ଗାଏବ୍‌ ମାମଲା, ସିବିଆଇ ତଦନ୍ତ ଦାବି କଲେ ପୁଅ-ବୋହୂ

ଭୁବନେଶ୍ୱର,୪।୯(ତ୍ରିନାଥ ମହାନ୍ତି): ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟାକୁ ୧୮ ବର୍ଷ ପୂରିଛି। ଶୁକ୍ରବାର ସାରା ରାଜ୍ୟରେ ବଳିଦାନ ଦିବସ ପାଳନ କରାଯାଇ ସ୍ବାମିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। କିନ୍ତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri