ମାଆ ହେଲେ ପ୍ରିୟଙ୍କା ଚୋପ୍ରା

ମୁମ୍ବାଇ: ବଲିଉଡର ଦେଶୀ ଗର୍ଲ ପ୍ରୟଙ୍କା ଚୋପ୍ରା ମା’ ହୋଇଛନ୍ତି । ସୋସିଆଲ ମିଡିଆ ମାଧ୍ୟମରେ ପିସି ନିଜେ ଏହି ଖବର ତାଙ୍କ ପ୍ରଶଂସକଙ୍କ ସହ ଶେୟାର କରିଛନ୍ତି । ସରୋଗେସି ମାଧ୍ୟମରେ ସେ ମା’ ହୋଇଥିବା ସୂଚନା ଦେଇଛନ୍ତି । ଇନଷ୍ଟାଗ୍ରାମରେ ସେ ଏକ ନୋଟ ଲେଖି ଏହି ଖୁସି ଖବର ଦେଇଛନ୍ତି । ପ୍ରିୟଙ୍କା ଲେଖିଛନ୍ତି, ଆପଣମାନେ ଜାଣି ଖୁସି ହେବେ ଯେ ଆମେ ସରୋଗେସି ମାଧ୍ୟମରେ ଆମ ସନ୍ତାନକୁ ସ୍ୱାଗତ କରିଛୁ । ଆମେ ଏହି କଥାକୁ ଗୋପନୀୟ ରଖିଥିଲୁ କାରଣ ସେହି ସମୟରେ ଆମେ ଆମ ପରିବାର ଉପରେ ଧ୍ୟାନ ଦେବାକୁ ଅଧିକ ଗୁରୁତ୍ୱ ଦେଇଥିଲୁ । ସମସ୍ତଙ୍କୁ ଧନ୍ୟବାଦ ।
ପିସିଙ୍କ ଏହି ପୋଷ୍ଟ ପରେ ସବୁଠୁ ଛୁଟିଛି ଶୁଭେଚ୍ଛାର ସୁଅ । ସେଲିବ୍ରିଟିଙ୍କଠାରୁ ଆରମ୍ଭ କରି ତାଙ୍କ ପ୍ରଶଂସକମାନେ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ନିକ ଜୋନସଙ୍କ ଭାଇ ଜୋ ଜୋନସ ଏକ ହାର୍ଟ ଇମୋଜି ଦେଇ ଉଭୟ ପ୍ରିୟଙ୍କା ଓ ନିକଙ୍କ ପୋଷ୍ଟରେ କମେଣ୍ଟ କରିଛନ୍ତି । ଅଳ୍ପ ସମୟ ଆଗରୁ ପୋଷ୍ଟ କରାଯାଇଥିବା ଏହି ଖୁସି ଖବରକୁ ୫ ଲକ୍ଷରୁ ଅଧିକ ଲୋକ ଲାଇକ୍ କରି ସାରିଲେଣି ।
ସୂଚନାଯୋଗ୍ୟ, ୨୦୧୮ରେ ପ୍ରିୟଙ୍କା ଚୋପ୍ରା ଆମେରିକାନ ସିଙ୍ଗର ନିକ ଜୋନସଙ୍କୁ ବିବାହ କରିଥିଲେ । ଏମାନଙ୍କ ବିବାହ ରାଜସ୍ଥାନ ଯୋଧପୁରର ଉମ୍ମେଦ ଭବନ ପ୍ୟାଲେସରେ ହିନ୍ଦୁ ଓ ଇସାଇ ରିତିନୀତିରେ ଅନୁଷ୍ଠିତ ହୋଇଥିଲା । କିଛିଦିନ ପୂର୍ବରୁ ପିସି ତାଙ୍କ ଇନଷ୍ଟାଗ୍ରାମରୁ ନିକ ଜୋନସଙ୍କ ସରନେମ ହଟାଇ ଦେବା ପରେ ଉଭୟଙ୍କ ମଧ୍ୟରେ ବିଚ୍ଛେଦ ହେବ ବୋଲି ଆଲୋଚନା ହୋଇଥିଲା ।

ଏବେ ମିଳିଥିବା ସୂଚନା ଅନୁଯାୟୀ ପ୍ରିୟଙ୍କା-ନିକଙ୍କ ଘରକୁ ଆସିଛି ଏକ ନହ୍ନି ପରୀ । ଅର୍ଥାତ୍ କନ୍ୟା ସନ୍ତାନର ଅଭିଭାବକ ପାଲଟି ଯାଇଛନ୍ତି ପ୍ରିୟଙ୍କା ଓ ତାଙ୍କ ପତି ନିକ । ଶିଶୁଟି ୧୨ ସପ୍ତାହ ପୂର୍ବରୁ ଦକ୍ଷିଣ କାଲିଫର୍ନିଆର ଏକ ହସ୍ପିଟାଲରେ ଜନ୍ମ ନେଇଥିଲା । ହେଲେ ସେ ସମ୍ପୂର୍ଣ୍ଣ ସୁସ୍ଥ ହେବା ପର୍ଯ୍ୟନ୍ତ ତାକୁ ସେଠାରେ ରଖାଯାଇଥିଲା । ଆଉ ଏବେ ଶିଶୁକନ୍ୟାଟି ପ୍ରିୟଙ୍କାଙ୍କ ଘରକୁ ଆସିଛି ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ନବ ନିଯୁକ୍ତ କର୍ମକର୍ତ୍ତାଙ୍କୁ ସମ୍ବର୍ଦ୍ଧିତ କଲା କଂଗ୍ରେସ

କର୍ଲାମୁଣ୍ଡା:୧୪।୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତ ବିଜାପାଟିଠାରେ କଂଗ୍ରେସ ଦଳର ନବ ନିଯୁକ୍ତ କର୍ମକର୍ତ୍ତାଙ୍କ ଉଦ୍ଦେଶ୍ୟରେ ଏକ ସମ୍ବର୍ଦ୍ଧନା ସଭା ଶନିବାର…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ଲକ୍ଷ ଲକ୍ଷ ଟଙ୍କା ଠକେଇ: ଜୟଦୂର୍ଗା ଫାଉଣ୍ଡେସନ ଅଧ୍ୟକ୍ଷା ଗିରଫ

ହାଟଡିହୀ,୧୪।୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜଳକଳଙ୍ଗ ଗ୍ରାମର ସୁରେଶରୀ ସାଗରିକା ଜେନା ନାମ୍ନୀ ଜଣେ ମହିଳାଙ୍କୁ କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ସହାୟତାରେ ଖଣ୍ଡଗିରି…

ପ୍ରେମ ସପ୍ତାହରେ ପଢ଼ାଉଥିଲେ ପ୍ରେମପାଠ, ଛାତ୍ରୀଙ୍କୁ ଗୁଲଗୁଲା-ସିଙ୍ଗଡ଼ା ଡାକି ବନ୍ଧାହେଲେ ବିଜ୍ଞାନ ଶିକ୍ଷକ

ଦେବଗଡ଼,୧୪ା୨(ଶଶାଙ୍କ ଶେଖର ଝାଙ୍କର): ପ୍ରେମ ସପ୍ତାହରେ ବିଜ୍ଞାନ ଶିକ୍ଷକ ସ୍କୁଲ ଛାତ୍ରୀଙ୍କୁ ପ୍ରେମର ପାଠ ପଢ଼ାଉଥିବା ଘଟଣାରେ ଶନିବାର ଗିରଫ ହେଇଥିବା ଜଣାପଡ଼ିଛି। ଖବର ମୁତାବକ କୁଣ୍ଢେଇଗୋଳା…

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri