ସୋସିଆଲ ମିଡିଆରେ ପୋଷ୍ଟ ଲେଖି ଆତ୍ମହତ୍ୟାର ଧମକ ଦେଲେ ଏହି ଅଭିନେତ୍ରୀ

ବମ୍ବେ: ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟାକୁ ନେଇ ଚର୍ଚ୍ଚା ଥମି ନ ଥିବା ବେଳେ ଆଉ ଜଣେ ଅଭିନେତ୍ରୀ ଆତ୍ମହତ୍ୟା କରିବାକୁ ଧମକ ଦେଇଛନ୍ତି। ଟେଲିଭିଜନ ଶୋ’ ‘ଖତରୋ କେ ଖିଲାଡ଼ି’ରେ ନଜର ଆସିଥିବା ଭୋଜପୁରୀ ଅଭିନେତ୍ରୀ ରାଣୀ ଚାଟାର୍ଜୀଙ୍କ ପୋଷ୍ଟକୁ ନେଇ ଏଭଳି ଆଲୋଚନା ହେୁଛି। ରାନୀ ସୋସିଆଲ ମିଡିଆରେ ଏକ ଲମ୍ବା ପୋଷ୍ଟ ଲେଖିଛନ୍ତି। ସେ ଏବେ ଡିପ୍ରେସନ୍‌ରେ ଅଛନ୍ତି। ଏହି କାରଣରୁ ନିଜକୁ କ୍ଷତି ପହଞ୍ଚାଇପାରନ୍ତି ବୋଲି କହିବା ସହ ପୋଷ୍ଟ ଶେଷରେ ହାସ୍‌ଟ୍ୟାଗ୍‌ ସୁଇସାଇଡ୍‌ ଲେଖିଛନ୍ତି। ଏପରିକି ପୋଷ୍ଟରେ ସେ ମୁମ୍ବାଇ ପୋଲିସକୁ ଟ୍ୟାଗ୍‌ କରିଛନ୍ତି।

ରାଣୀଙ୍କୁ ଦୀର୍ଘ ବର୍ଷ ଧରି ଧନଞ୍ଜୟ ସିଂହ ନାମକ ବ୍ୟକ୍ତି ହଇରାଣ କରି ଆସୁଛନ୍ତି। ଫଳରେ ସେ ବିବ୍ରତ ହୋଇଯାଇଛନ୍ତି। ସେ ମୋଟା, ବୁଢ଼ୀ ବୋଲି ଧନଞ୍ଜୟ କହୁଛନ୍ତି। ଏପରିକି ଯଦି ସେ କିଛି କାମ କଲେ ତାହା ବେକାର ବୋଲି ସେ କୁହନ୍ତି ବୋଲି ରାଣୀ ପୋଷ୍ଟରେ ଲେଖିଛନ୍ତି। ପ୍ରିୟଜନ ଏହାକୁ ଧ୍ୟାନ ନଦେବା ଲାଗି କହୁଥିଲେ। ହେଲେ ଆଉ ସହି ହେଉନାହିଁ। ସେ ଚାହାନ୍ତି ରାଣୀ ମରିଯାଆନ୍ତୁ। ଏଣୁ ଜୀବନ ବିଷାଦଗ୍ରସ୍ତ ହୋଇଗଲାଣି ବୋଲି ରାଣୀ କହିବା ସହ ଯଦି ତାଙ୍କର କିଛି ହୁଏ ତେବେ ଧନଞ୍ଜୟ ଦାୟୀ ରହିବେ ବୋଲି ରାଣୀ ଲେଖିଛନ୍ତି। ସେ ସାଇବର୍‌ ସେଲ୍‌ରେ ଏ ନେଇ ଅଭିଯୋଗ ମଧ୍ୟ କରିଥିବା କହିଛନ୍ତି। ଏହି ପୋଷ୍ଟ ଭାଇରାଲ ହେଉଥିବା ବେଳେ ପ୍ରଶଂସକମାନେ ଏଭଳି ନ କରିବାକୁ ଅପିଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri